ସାଧାରଣ ପରଟାରେ ୫% ଜିଏସ୍‌ଟି

ନୂଆଦିଲ୍ଲୀ,୧୪।୬: ରେଡି ଟୁ ଇଟ୍‌ ବା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଫ୍ରୋଜେନ ପରଟା ଉପରେ ୧୮% ଜିଏସ୍‌ଟି ଲାଗୁ ହେବ। ପ୍ଲେନ୍‌ ବା ସାଧାରଣ ପରଟା ଉପରେ ୫% ଜିଏସ୍‌ଟି ରହିବ। ରେଷ୍ଟୁରାଷ୍ଟରେ ଖାଇବା କିମ୍ବା ନେବା ଲାଗି ପ୍ରଦାନ କରାଯାଉଥିବା ପ୍ଲେନ୍‌ ପରଟା ଉପରେ ୫% ଜିଏସ୍‌ଟି ଲାଗିବ ବୋଲି ଅର୍ଥ ମନ୍ତ୍ରଣାଳୟ ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଏହି ପ୍ରସଙ୍ଗ ଉପରେ ଅଥରିଟି ଅଫ୍‌ ଆଡଭାନ୍ସ ରୁଲିଙ୍ଗ(ଏଏଆର୍‌) କହିଛନ୍ତି ଯେ, ପରଟା ରୋଟି କିମ୍ବା ଖାକ୍ରା ହୋଇ ନ ଥିବାରୁ ଏହା ଉପରେ ୫% ଟିକସ ଲାଗୁ ହୋଇପାରିବ ନାହିଁ। ଏ ନେଇ କେନ୍ଦ୍ରୀୟ ପରୋକ୍ଷ ଟିକସ ବୋର୍ଡ(ସିବିଆଇସି) ପକ୍ଷରୁ ଶନିବାର ସ୍ପଷ୍ଟୀକରଣ ଦିଆଯାଇଛି। ଫ୍ରୋଜେନ ବା ସଂରକ୍ଷିତ ହୋଇ ରହିଥିବା ପରଟା ସାଧାରଣ ରୁଟି କିମ୍ବା ଖାକ୍ରା ବର୍ଗରେ ଆସୁନାହିଁ। ଏଣୁ ଏ କ୍ଷେତ୍ରରେ ୫% ଜିଏସ୍‌ଟି ଲାଗୁ ହୋଇପାରିବ ନାହିଁ। ଏ ବର୍ଗରେ ୧୮% ଜିଏସ୍‌ଟି ଲାଗିବ। ପ୍ଳେନ୍‌ ପରଠା ଉପରେ ଜିଏସ୍‌ଟି ନେଇ ଏଏଆର୍‌ କିଛି କହି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri