ସାଧାରଣ ବଣ୍ଟନ ବ୍ୟବସ୍ଥାରେ ମାଣ୍ଡିଆ : ଆଦୃତିକୁ ନେଇ ହେବ ସର୍ଭେ

ଭୁବନେଶ୍ୱର,୧୩।୯(ବ୍ୟୁରୋ) : ଗରିବ ଆଦିବାସୀମାନେ ଚାଷ କରୁଥିବା ମାଣ୍ଡିଆକୁ ପ୍ରୋତ୍ସାହନ ଦେବାକୁ ରାଜ୍ୟ ସରକାର ୨୦୧୯ରେ ମାଣ୍ଡିଆକୁ ସାଧାରଣ ବଣ୍ଟନ ବ୍ୟବସ୍ଥା(ପିଡିଏସ)ରେ ସାମିଲ କରିଛନ୍ତି। ଏହା ଆଦୃତ ହେବା ପରେ ସମସ୍ତ ଜିଲାରେ ଏହାକୁ କାର୍ଯ୍ୟକାରୀ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ତେବେ ଏହା ଲୋକମାନଙ୍କ ଦ୍ୱାରା କେତେଦୂର ଆଦୃତ ହେଉଛି ସେ ନେଇ ଏକ ସର୍ଭେ କରାଯିବ। ଲଘୁ ଶସ୍ୟର ଅଧିକ ବ୍ୟବହାର ନିମନ୍ତେ ବିଭିନ୍ନ ସରକାରୀ ଯୋଜନାରେ ଏହାକୁ ସାମିଲ କରାଯିବ। ଗୁରୁବାର ଲୋକସେବା ଭବନଠାରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଓଡିଶା ମିଲେଟ ମିଶନର ଏକ ଉଚ୍ଚକ୍ଷମତାସମ୍ପନ୍ନ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମିଲେଟ ମିଶନର ବିଭିନ୍ନ ଦିଗ ଓ ଅଗ୍ରଗତି ସହ ଏହାକୁ ସମଗ୍ର ରାଜ୍ୟରେ ବ୍ୟାପକ କରିବା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଲଘୁଶସ୍ୟକୁ ଅଧିକ ସରକାରୀ ଯୋଜନାରେ ବ୍ୟବହାର କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ଓର୍‌ମାସ ଜରିଆରେ ଅନ୍‌ଲାଇନରେ ଲଘୁଶସ୍ୟ ବିକ୍ରି କରିବାକୁ ଉନ୍ନୟନ କମିଶନର ନିର୍ଦ୍ଦେଶ ଦେଇଛନ୍ତି। କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ ମହାପାତ୍ର ଧାନ କ୍ରୟ କେନ୍ଦ୍ର ସହ ଲଘୁ ଶସ୍ୟ ସଂଗ୍ରହ କେନ୍ଦ୍ର ଖୋଲିବାକୁ ପ୍ରସ୍ତାବ ଦେଇଥିଲେ।
ଚଳିତ ବର୍ଷ ରାଜ୍ୟ ସରକାର ଖରିଫ ଋତୁରେ ୧ ଲକ୍ଷ କୁଇଣ୍ଟାଲ ରାଗି ସଂଗ୍ରହ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି। ରାଗିରୁ ପ୍ରସ୍ତୁତ ଲଡୁକୁ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁମାନଙ୍କୁ ଦିଆଯିବ। ଜିଲା ଖଣିଜ ପାଣ୍ଠି ଅନ୍ତର୍ଗତ ଜିଲାର ସ୍କୁଲଗୁଡିକରେ ମଧ୍ୟାହ୍ନ ଭୋଜନରେ ଲଘୁଶସ୍ୟକୁ ସାମିଲ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ଆସନ୍ତା ଅକ୍ଟୋବର ୧୬ ତାରିଖରେ ବିଶ୍ୱ ଖାଦ୍ୟ ଦିବସ ଅବସରରେ କୃଷି ଭବନଠାରେ ପୌଷ୍ଟିକ ଲଘୁ ଶସ୍ୟ ସମ୍ପର୍କରେ ଏକ ଜାତୀୟ କର୍ମଶାଳାର ଆୟୋଜନ କରାଯିବ।
ଏଠାରେ ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ପକ୍ଷରୁ ଲଘୁ ଶସ୍ୟକୁ ପ୍ରୋତ୍ସାହନ ଦେବା ନିମନ୍ତେ ୨୦୧୭-୧୮ରେ ଓଡିଶାର ଜନଜାତି ବହୁଳ ୭ଟି ଜିଲାର ୩୦ଟି ବ୍ଲକରେ ଓଡିଶା ମିଲେଟ ମିଶନ ଆରମ୍ଭ କରାଯାଇଥିଲା। ୨୦୧୮-୧୯ରେ ଏହାକୁ ୧୪ଟି ଜିଲାର ୭୨ଟି ବ୍ଲକକୁ ସମ୍ପ୍ରସାରିତ କରାଯାଇଥିଲା। ଏଥି ମଧ୍ୟରୁ ୧୩ଟି ଜିଲାର ୬୫ଟି ବ୍ଲକରେ ଏହି କାର୍ଯ୍ୟକ୍ରମ ରାଜ୍ୟ ଯୋଜନାରୁ କାର୍ଯ୍ୟକାରୀ ହେଉଥିବା ବେଳେ କେନ୍ଦୁଝର ଜିଲାର ୭ଟି ବ୍ଲକରେ ଜିଲା ଖଣିଜ ପାଣ୍ଠିରୁ କାର୍ଯ୍ୟକାରୀ କରାଯାଇଛି। ଭାରତ ସରକାର ମିଲେଟ ମିଶନକୁ କାର୍ଯ୍ୟକାରୀ କରିବାକୁ ସମସ୍ତ ରାଜ୍ୟକୁ ପରାମର୍ଶ ଦେଇଛନ୍ତି। ଏହି ବୈଠକରେ କୃଷି ବିଭାଗ ସଚିବ ସୌରଭ ଗର୍ଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସଚିବ ବୀର ବିକ୍ରମ ଯାଦବ, ଏସସି/ଏସ୍‌ଟି ଉନ୍ନୟନ ବିଭାଗ ସଚିବ ରଞ୍ଜନା ଚୋପ୍ରା, କୃଷି ଓ ଖାଦ୍ୟ ଉତ୍ପାଦନ କମିଶନର ତଥା ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ଏମ. ମୁଥୁକୁମାର ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?