Posted inଜାତୀୟ

ସାନିଟାଇଜର୍‌ର ବହୁଳ ବ୍ୟବହାର କ୍ଷତିକାରକ

ନୂଆଦିଲ୍ଲୀ, ୧୭।୩: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାରେ ଲାଗିଛି। ଏ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଡାକ୍ତର ଏବଂ ବିଶେଷଜ୍ଞମାନେ ଆରମ୍ଭରୁ ସ୍ବଚ୍ଛତା ଏବଂ ରକ୍ଷଣାବେକ୍ଷଣ ଉପରେ ପରାମର୍ଶ ଦେଉଛନ୍ତି। ସର୍ବାଧିକ ସଂକ୍ରମଣ ବିସ୍ତାର ହେବାର ଆଶଙ୍କା ହାତରେ ଥିବାରୁ ବାରମ୍ବାର ସାବୁନରେ ହାତ ଧୋଇବାକୁ ପରାମର୍ଶ ଦିଆଯାଉଛି। ତେବେ ସବୁ ସ୍ଥାନରେ ହାତ ଧୋଇବା ସମ୍ଭବ ନୁହେଁ। ବିଶେଷକରି କର୍ମକ୍ଷେତ୍ରରେ କିମ୍ବା ଯାତ୍ରା ସମୟରେ। ଏଭଳି ପରିସ୍ଥିତିରେ ଲୋକମାନେ ହ୍ୟାଣ୍ଡ ସାନିଟାଇଜର ବ୍ୟବହାର କରୁଛନ୍ତି। ମାତ୍ର ଏହାର ଅତ୍ୟଧିକ ବ୍ୟବହାର ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ। ହ୍ୟାଣ୍ଡ ସାନିଟାଇଜରର ବ୍ୟବହାର ଆମ ହାତରୁ ଜୀବାଣୁ ସଫାକରି ପାପୁଲିରେ ଏକ ଛୋଟ ସୁଗନ୍ଧ ଛାଡ଼ିଥାଏ। ମାତ୍ର ଏହାର ଅଧିକ ବ୍ୟବହାର ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ହୋଇଥାଏ।
ହ୍ୟାଣ୍ଡ ସାନିଟାଇଜରରେ ଟ୍ରାଇକ୍ଲୋସାନ ନାମକ ଏକ ରାସାୟନିକ ପଦାର୍ଥ ଥାଏ। ଏହା ଚର୍ମକୁ ଶୁଷ୍କ କରିଥାଏ। ଏହାର ଅଧିକ ବ୍ୟବହାର ଦ୍ୱାରା ରାସାୟନିକ ପଦାର୍ଥ ରକ୍ତରେ ମିଶିଥାଏ। ପରେ ଏହା ମାଂସପେଶୀର ନିୟନ୍ତ୍ରଣକୁ କ୍ଷତି ପହଞ୍ଚାଏ। ଏଥିରେ ବେନ୍‌ଜାଲକୋନିୟମ କ୍ଲୋରାଇଡ ମଧ୍ୟ ରହିଥାଏ। ଯାହା ହାତରେ ଜୀବାଣୁକୁ ବାହାର କରିଥାଏ। ମାତ୍ର ଏହାର ଅତ୍ୟଧିକ ବ୍ୟବହାର ଚର୍ମ ପାଇଁ ଭଲ ନୁହେଁ। ଏହାର ଅଧିକ ବ୍ୟବହାର ହାତ କୁଣ୍ଡେଇ ହେବା ଭଳି ସମସ୍ୟା ସୃଷ୍ଟି କରିଥାଏ। ସୁଗନ୍ଧ ପାଇଁ ସାନିଟାଇଜରରେ ଫଥାଲେଟ୍ସ ନାମକ ଏକ ରାସାୟନିକ ପଦାର୍ଥ ବ୍ୟବହୃତ ହୁଏ। ଏହାର ଅଧିକ ବ୍ୟବହାର କ୍ଷତିକାରକ ହେବା ସହ ଅତ୍ୟଧିକ ସୁଗନ୍ଧିତ ସାନିଟାଇଜର ଯକୃତ୍‌, କିଡ୍‌ନୀ, ଫୁସ୍‌ଫୁସ୍‌ ଏବଂ ପ୍ରଜନନ ତନ୍ତ୍ର ଉପରେ ପ୍ରଭାବ ପକାଇଥାଏ। ଅନେକ କମ୍ପାନୀର ସାନିଟାଇଜରରେ ମଦର ବ୍ୟବହାର କରାଯାଇଥାଏ। ଏଭଳି ସ୍ଥିତିରେ ଛୋଟପିଲାଙ୍କ ଏହାର ବ୍ୟବହାର କ୍ଷତି କାରକ ହୋଇଥାଏ। ଏହାକୁ ବ୍ୟବହାର କରି କିଛି ଖାଇବା ଫଳରେ ଏହା ପେଟକୁ ଯାଇଥାଏ। ଯାହା ରୋଗ ପ୍ରତିରୋଧକ ଶକ୍ତି ଉପରେ ଖରାପ ପ୍ରଭାବ ପକାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri