ସାନିଟାଇଜର ତିଆରି କଲା ପ୍ରଶାସନ

ସମ୍ବଲପୁର,୧୦ା୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ରାଜ୍ୟ ସରକାର ସବୁ ଦିଗରେ ଉଦ୍ୟମ କରୁଛନ୍ତି । ତଥାପି ରାଜ୍ୟରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେବେ କରୋନା ଭୂତାଣୁରୁ ସୁରକ୍ଷା ପାଇବା ପାଇଁ ସାନିଟାଇଜରର ଆବଶ୍ୟକତା ରହିଛି । ତେଣୁ ସରକାର ପ୍ରତ୍ୟକ ଜିଲା ପ୍ରଶାସନକୁ ଜିଲାରେ ସାନିଟାଇଜର ତିଆରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଣୁ ଜିଲା ପ୍ରଶାସନ ସଦର ଥାନା ଅଧୀନ ଜୟନ୍ତପୁରରେ ଥିବା ହାଇଟେକ ବଟଲିଂ ପ୍ଲାଣ୍ଟରେ ସାନିଟାଇଜର ତିଆରି କରୁଛି । ଅବକାରୀ ବିଭାଗ ପକ୍ଷରୁ ଏହାର ପରିଚାଳନ କରାଯାଇଛି। ଏ ପର୍ଯ୍ୟନ୍ତ ଏଠାରୁ ୫ ହଜାର ଲିଟର ସାନିଟାଇଜର ଜିଲା ମୁଖ୍ୟ ଚିକତ୍ସାଳୟକୁ ଯୋଗାଇ ଦିଆଯାଇଛି । ଆଉ ୫ ହଜାର ଲିଟର ଯୋଗାଇ ଦିଆଯିବ । ସେହିପରି ବିଭିନ୍ନ ସରକାରୀ ଅଫିସ, ଗ୍ରାମାଞ୍ଚଳରେ ଥିବା ପ୍ରାଥମିକ ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ମଧ୍ୟ ଯୋଗାଇ ଦିଆଯିବ ବୋଲି ଡ୍ରଗ୍ସ ଇନ୍ସପେକ୍ଟର ସତ୍ୟନାରାୟଣ ମଲ୍ଲିକ କହିଛନ୍ତି। ତେବେ ବଜାରରେ ଏହା ବିକ୍ରି କରାଯିବ ନାହିଁ। ତେଣୁ ଏହାର ଦର ରଖା ଯାଇନାହିଁ। ନିଜେ ତିଆରି କଲେ ବଜାରରେ ମିଳୁଥିବା ସାନିଟାିଜର ତୁଳନାରେ ବହୁତ କମ୍‌ ଖର୍ଚ୍ଚ ହେବ। ଏଥିରେ ସରକାରଙ୍କ ରାଜସ୍ବ ମଧ୍ୟ ବେଶୀ କ୍ଷତି ହେବ ନାହିଁ । ଅନ୍ୟପକ୍ଷେ ସ୍ଥାନୀୟ ୧୫ ଜଣ ଶ୍ରମିକ ଏଠାରେ କାମ କରୁଛନ୍ତି । ପ୍ଳାଣ୍ଟକୁ ସାନିଟାଇଜ କରିବା ସହ ଶ୍ରମିକମାନଙ୍କ ମଧ୍ୟରେ ସାମାଜିକ ଦୂରତା ରଖି କାମ କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri