ସାନିଟାଇଜ୍‌ ହେଲା କର କ୍ଲିନିକ୍‌

ଭୁବନେଶ୍ୱର,୨୮ା୩ (ବ୍ୟୁରୋ): ଓଡ଼ିଶାର ତୃତୀୟ କରୋନା ଭାଇରସ୍‌ ସଂକ୍ରମିତ ବ୍ୟକ୍ତି ଜଣକ ଭୁବନେଶ୍ୱରସ୍ଥିତ କର କ୍ଲିନିକ୍‌ରେ ଚିକିତ୍ସିତ ହୋଇଥିଲେ। ପରେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ରିପୋର୍ଟ ପଜିଟିଭ୍‌ ଆସିବା ପରେ ସ୍ବାସ୍ଥ୍ୟ ବିଭାଗ କର କ୍ଲିନିକ୍‌କୁ ନ ଯିବା ପାଇଁ ଲୋକଙ୍କୁ ବାରଣ କରିଥିଲା। ଏଥିସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଥିଲେ। ତେବେ ଏ ସମ୍ପର୍କରେ କ୍ଲିନିକ୍‌ର ପରିଚାଳନା ନିର୍ଦ୍ଦେଶକ ସିଦ୍ଧାର୍ଥ କର କହିଛନ୍ତି, କରୋନା ଚିହ୍ନଟ ବ୍ୟକ୍ତି ଜଣକ ଜ୍ୱରରେ ପୀଡିତ ହୋଇଥିଲେ। ଆବଶ୍ୟକ ଚିକିତ୍ସା ପରେ ସନ୍ଦେହ ହେବାରୁ କ୍ୟାପିଟାଲ ହସ୍ପିଟାଲକୁ ଯିବାକୁ କହିଥିଲୁ। ଏବେ ସେ କୋଭିଡ୍‌-୧୯ ସଂକ୍ରମିତ ହୋଇଥିବା ଜାଣିବା ପରେ କ୍ଲିନିକକୁ ସମ୍ପୂର୍ଣ୍ଣ ସାନିଟାଇଜ କରାଯାଇଛି। ଚିକିତ୍ସାବେଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ଡାକ୍ତରଙ୍କଠାରୁ ଆରମ୍ଭ କରି କର୍ମଚାରୀ ଓ ଅନ୍ୟ ସମସ୍ତଙ୍କୁ ଚିହ୍ନଟ କରାଯାଇଛି। ୧୫ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆଇସୋଲେଶନରେ ରହିଥିବାବେଳେ ଖୁବ୍‌ଶୀଘ୍ର ଅନ୍ୟମାନଙ୍କୁ ଏଠାରେ ରଖାଯିବାର ବ୍ୟବସ୍ଥା ହେଉଛି। ରାଜ୍ୟ ସରକାର ଯେଉଁ ଅନୁସାରେ ନିର୍ଦ୍ଦେଶ ଦେଉଛନ୍ତି, ତାହାକୁ କଡାକଡି ପାଳନ କରୁଛୁ ବୋଲି କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri