ସାନିଟାଇଜ ସହ ଭୂତାଣୁନାଶକ ଧୂଆଁ ସ୍ପ୍ରେ

ଭୁବନେଶ୍ୱର, ୨।୪ (ବ୍ୟୁରୋ)/ କଟକରୋଡ, (ଡି.ଏନ.ଏ.): କରୋନା ଭୂତାଣୁ ସଂକ୍ରମଣରୁ ଭୁବନେଶ୍ୱରକୁ ରକ୍ଷା କରିବା ପାଇଁ ଆରମ୍ଭ ହୋଇଛି ବିଶୋଧନ କାର୍ଯ୍ୟକ୍ରମ। ବୁଧବାର ଦ୍ୱିତୀୟ ଦିନରେ ହାଇପୋକ୍ଲୋରାଇଡ୍‌ ମିଶା ପାଣିରେ ରାସ୍ତାଘାଟ ବଜାର, କଲୋନୀ ଆଦିକୁ ସାନିଟାଇଜ୍‌ କରାଯାଇଥିବାବେଳେ ଭୂତାଣୁନାଶକ ଧୂଆଁ ସ୍ପ୍ରେ ଆରମ୍ଭ ହୋଇଛି। ବିଏମ୍‌ସି ଓ ଅଗ୍ନିଶମ ବାହିନୀ ପକ୍ଷରୁ ଏହି କାର୍ଯ୍ୟ ଚାଲିଥିବାବେଳେ ଭୁବନେଶ୍ୱରର ୬୭ ଓ୍ବାର୍ଡ ମଧ୍ୟରୁ ୪୦ରୁ ଊର୍ଦ୍ଧ୍ୱ ଓ୍ବାର୍ଡକୁ ବିଶୋଧନ କରାଯାଇଛି। ଚଳିତ ସପ୍ତାହରେ ଏହି ପ୍ରକ୍ରିୟାରେ ସମସ୍ତ ଓ୍ବାର୍ଡ ସାମିଲ ହୋଇସାରିଥିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି।
ମିଳିଥିବା ସୂଚନାନୁସାରେ, ଡେପୁଟି ଫାୟାର ଅଫିସର ରମେଶ ଚନ୍ଦ୍ର ମାଝିଙ୍କ ସହ ୩ ଅଗ୍ନିଶମ ଅଧିକାରୀ ଓ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଧୀନରେ ଥିବା ସ୍ବାସ୍ଥ୍ୟ ବିଭାଗର ଏକ ଟିମ ସାନିଟାଇଜରେ ସାମିଲ ଅଛନ୍ତି। ମଙ୍ଗଳ ଓ ବୁଧବାର ଦୁଇଦିନରେ ରବି ଟକିଜ ଛକଠାରୁ କଳ୍ପନା ଛକ ଓ କଟକରୋଡ୍‌ ଦେଇ ରସୁଲଗଡ଼ ଛକ, ରସୁଲଗଡ଼ ଶିଳ୍ପାଞ୍ଚଳ, ବଡ଼ଗଡ଼ ହାଟ, ବାପୁଜୀ ନଗର, ଜନପଥ, ସିଆର୍‌ପି, ଫାୟାର ଷ୍ଟେଶନ ଛକ ଆଦି ଅଞ୍ଚଳକୁ ବିଶୋଧନ କରାଯାଇଛି। ଅନ୍ୟପକ୍ଷରେ ଥର୍ମାଲ ଆପ୍ଲିକେଟର ମାଧ୍ୟମରେ ଏବେ ସାରା ସହରକୁ କେମିକାଲଯୁକ୍ତ ଧୂଆଁ ସ୍ପ୍ରେ ବା ଫଗିଂ କରାଯାଉଛି। ଏନେଇ ବିଏମ୍‌ସି ମୋଟ ୧୦ ମେଶିନ ନିୟୋଜିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri