ସାନିଟାଇଜ ହେଲା ରତଙ୍ଗ କ୍ୱାରାଣ୍ଟାଇନ ସେଣ୍ଟର

ଫୁଲବାଣୀ ଅଫିସ, ୧୯ା୫-ଗ୍ରୀନ ଜୋନ୍‌ କନ୍ଧମାଳ ଜିଲାରେ କରୋନା ପହଞ୍ଚିଛି। ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନ୍‌ରେ ଥିବା ୨ ପ୍ରବାସୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ ଆସିଛି। ଉଭୟଙ୍କୁ ଜିଲା ପ୍ରଶାସନ ପକ୍ଷରୁ ରବିବାର ରାତିରେ ଭୁବନେଶ୍ୱର କିମ୍‌ସ୍‌ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଛି ା
ତାମିଲନାଡୁର ଚେନ୍ନାଇରୁ ଟ୍ରେନ୍‌ ଯୋଗେ ଆସିଥିବା ଏହି ଦୁଇ ଜଣଙ୍କୁ ଜିଲା ପ୍ରଶାସନ ଚିହ୍ନଟ କରି ଆଣି କ୍ୱାରେନଟାଇନରେ ରଖିଥିଲା। ଏହି ୨ ଜଣଙ୍କଠାରେ କରୋନାର କିଛି ଲକ୍ଷଣ ନ ଥିଲା ା ତେବେ ରିପୋର୍ଟ ପଜିଟିଭ ଆସିବା ପରେ ଜିଲାବାସୀ ଭୟଭୀତ ନ ହୋଇ ସତର୍କତା ଅବଲମ୍ବନ କରିବାକୁ ପ୍ରଶାସନ ପରାମର୍ଶ ଦେଇଛି ା ପଜିଟିଭ୍‌ ଦୁଇ ଜଣ ଫିରିଙ୍ଗିଆ ବ୍ଲକ ରତଙ୍ଗ କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିଲେ ା ସେମାନଙ୍କୁ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବା ପରେ ସୋମବାର ଉକ୍ତ କେନ୍ଦ୍ରକୁ ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ କରାଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ ପରେ ରେଗୁଲାର ପିଲାଙ୍କ ପରୀକ୍ଷା ଘଞ୍ଚିଲା

ଭୁବନେଶ୍ୱର, ୨୭।୪(ଅସମାପିକା ସାହୁ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri