ସାପକାମୁଡାରେ ବୃଦ୍ଧଙ୍କ ଜୀବନଗଲା

ରାଜନଗର,୧୯।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣୀ ପଞ୍ଚାୟତ ଓଲସାହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସାପକାମୁଡାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଫକୀର ଚରଣ ରାଉତ (୬୦)। ଗୁରୁତର ଅବସ୍ଥାରେ ଫକୀରଙ୍କୁ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା ସେଠାରେ ତାଙ୍କର ମୃତ୍ୟୁ ଘଟିଛି।