ସାପୁଆରେ ହେବ ସେତୁ

ଢେଙ୍କାନାଳ ଅଫିସ, ୧୪।୯ – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ରଥିଆପାଳ ଗ୍ରାମ ନିକଟରେ ପ୍ରବାହିତ ସାପୁଆ ନଦୀରେ ବିଜୁ ସେତୁ ଯୋଜନାରେ ଖୁବ୍‌ ଶୀଘ୍ର ବ୍ରିଜ୍‌ ନିର୍ମାଣ କରାଯିବ। ଏଥିଲାଗି ୫କୋଟି ଟଙ୍କା ବ୍ୟୟ ଅଟକଳ ହୋଇଥିବାବେଳେ ଗ୍ରାମ୍ୟ ନିର୍ମାଣ ବିଭାଜନକୁ ଏହାର ଦାୟିତ୍ୱ ଦିଆଯାଇଛି। ଏହି ନଦୀରେ ବ୍ରିଜ୍‌ ନିର୍ମାଣ କରିବାକୁ ରାଜ୍ୟ ସରକାର ଯୋଜନା କରିଥିଲେ। ଏଥିପାଇଁ ୫ କୋଟି ଟଙ୍କା ବ୍ୟୟ ଅଟକଳ ରହିଥିଲା। ପ୍ରଥମ ପର୍ଯ୍ୟାୟରେ ୨ କୋଟି ଟଙ୍କା ମଞ୍ଜୁର କରାଯାଇଥିଲା। ହେଲେ ନିର୍ବାଚନ ଆସିଯିବାରୁ କାମ ତ୍ୱରାନ୍ବିତ ହୋଇପାରି ନ ଥିଲା। ବର୍ଷାଦିନ ସରିବା ପରେ ଏହି କାମ ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ ହେବ ବୋଲି କହିଛନ୍ତି ବିଧାୟିକା ସୀମାରାଣୀ ନାୟକ।
ଓଡ଼ାପଡ଼ା ବ୍ଲକର ପାଖାପାଖି ୧୦ଖଣ୍ଡ ଗ୍ରାମର ଦୁଃଖ ପାଲଟିଛି ସାପୁଆ ନଦୀ। ବର୍ଷାଦିନ ଆସିଲେ ଜରିପାଳ, ରଥିଆପାଳ ଏବଂ ନଦୀ ଅପରପାର୍ଶ୍ୱରେ ଅବସ୍ଥିତ ସାନନଡ଼ବ, ବଡ଼ନଡ଼ବ, ଗୋବିନ୍ଦପ୍ରସାଦ ଅଞ୍ଚଳର ଲୋକେ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ଜରିପାଳ ଏବଂ ରଥିଆପାଳ ଅଞ୍ଚଳର ଛାତ୍ରୀଛାତ୍ରମାନେ ନଦୀ ଅପରପାର୍ଶ୍ୱରେ ଥିବା ରଥିଆପାଳ ୟୁପି ସ୍କୁଲ ଉପରେ ନିର୍ଭରଶୀଳ। ବର୍ଷାଦିନେ ଅଭିଭାବକମାନେ ପିଲାଙ୍କୁ କାନ୍ଧରେ ବସାଇ ଜୀବନକୁ ବାଜି ଲଗାଇ ସ୍କୁଲରେ ପହଞ୍ଚାଇଥାନ୍ତି। ଜରିପାଳ ଗ୍ରାମର ଗଣଶିକ୍ଷକ ବିନୋଦିନୀ ସାମଲ (୪୯) ଦୀର୍ଘ ୧୧ବର୍ଷ ହେଲା ବିପଦସଙ୍କୁଳ ଭାବେ ସାପୁଆ ନଦୀ ପାର ହୋଇ ରଥିଆପାଳ ସ୍କୁଲକୁ ଆସୁଛନ୍ତି। ଏହି ଘଟଣା ସୋସିଆଲ ମିଡ଼ିଆରେ ଭାଇରାଲ ହେବାପରେ ଏହାକୁ ନେଇ ଚିନ୍ତା ପ୍ରକଟ କରିଛି ପ୍ରଶାସନ। ଢେଙ୍କାନାଳ ସଦରଠାରୁ ମାତ୍ର ୧୫କିମି ଦୂରରେ ପ୍ରବାହିତ ସାପୁଆ ନଦୀ ଉପରେ ବ୍ରିଜ୍‌ ନିର୍ମାଣ କରିବାକୁ ଲୋକେ ଦୀର୍ଘଦିନ ହେଲା ଦାବି କରି ଆସୁଥିଲେ। ବିଧାୟିକାଙ୍କ ଆଶ୍ୱାସନା ପରେ ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି।
ଏ ନେଇ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କୁହନ୍ତି, ଉକ୍ତ ଅଞ୍ଚଳର ଗମନାଗମନ ସୁବିଧା ପାଇଁ ଖୁବଶୀଘ୍ର ବିଜୁ ସେତୁ ନିର୍ମାଣ ପାଇଁ ପଦକ୍ଷେପ ନିଆଯାଉଛି। ଜିଲା ଶିକ୍ଷାଧିକାରୀ ସୁଧାନନ୍ଦ ପରିଡ଼ା କୁହନ୍ତି, ବିନୋଦିନୀଙ୍କ ସାହସିକତା ପାଇଁ ତାଙ୍କୁ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri