ସାପ କାମୁଡ଼ାରେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ମୃତ୍ୟୁ: ଡାକ୍ତରଖାନାରେ ଚିକିତ୍ସା ଅବହେଳା ଅଭିଯୋଗ

କେନ୍ଦୁଝର, ୧୯ା୮ (ସ୍ବ.ପ୍ର.)-ସଦର ବ୍ଲକ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ଅବହେଳା ଯୋଗୁ ଜଣେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ମୃତ୍ୟୁ ହୋଇଛି ା ଏଭଳି ଅଭିଯୋଗ ପରିବାର ଲୋକ ତଥା ଅଙ୍ଗନଓ୍ବାଡ଼ି ସଂଘ ପକ୍ଷରୁ କରାଯାଇଛି ା ମୃତ ମହିଳାଙ୍କ ନାମ କାମିନୀ ମୁଣ୍ଡା (୩୧)। ତାଙ୍କ ଘର ବାଙ୍କମାରୁଣୀ ଗ୍ରାମରେ। ଏହି ଘଟଣାକୁ ନେଇ କର୍ମୀ ମାନେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଯାଇ ଘେରାଉ କରିଥିଲେ। ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଅଙ୍ଗନଓ୍ବାଡି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ା ଏହି ଘଟଣାକୁ ନେଇ ବୈଶାଖୁ ପଳାଶପଙ୍ଗା ଫାଣ୍ଡିରେ ଲିଖିତ ଏତଲା ଦେଇଥିବା ଜଣାପଡିଛି। ପୋଲିସ ଘଟଣାର ଅଧିକ ଅନୁସନ୍ଧାନ କରୁଥିବା ବେଳେ ଏନେଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।
ପ୍ରକାଶ ଯେ ଶୁକ୍ରବାର ରାତିରେ କାମିନୀ ତାଙ୍କ ସ୍ବାମୀ ବୈଶାଖୁ ମୁଣ୍ଡାଙ୍କ ସହିତ ଘରୁ ପଦାକୁ ବାହାରିଥିବା ବେଳେ ବର୍ଷାପାଗରେ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା। ଘରକୁ ଫେରିବା ପରେ କାମିନୀଙ୍କ ମୁଣ୍ଡ ବୁଲାଇଥିଲା। ତାଙ୍କ ସ୍ବାମୀ ତାଙ୍କୁ ସ୍ଥାନୀୟ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ ା ସେଠାରେ ତାଙ୍କୁ ଜଣେ ଡାକ୍ତର ଆଡମିଶନ କରିଥିଲେ। ପରେ କିଛି ହୋଇ ନାହିଁ ବୋଲି କହି କିଛି ଔଷଧ ଦେଇ ଘରକୁ ପଠାଇଦେଇଥିଲେ। ଘରେ ପହଞ୍ଚିବା ପରେ ତାଙ୍କର ମୁଣ୍ଡ ବିନ୍ଧା ଅସହ୍ୟ ହୋଇ ଗୁରୁତର ହୋଇ ପଡିବାରୁ ଏକ ଗାଡି କରି କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ତାଙ୍କ ସ୍ବାମୀ ନେଇଥିଲେ ା ସେଠାରେ ଡାକ୍ତର ଦେଖିବା ବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା। ଶନିବାର ପଳାଶପଙ୍ଗା ଫାଣ୍ଡି ପୋଲିସ ଅଧିକାରୀ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ସେଠାରେ ଚିକିତ୍ସା କରିଥିବା ଡାକ୍ତରଙ୍କ ଖାମଖିଆଲ ମନୋଭାବ ଯୋଗୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ନ ପଠାଇ ଘରକୁ ପଠାଇଦେବାରୁ ଅବସ୍ଥା ସଙ୍କଟାପନ୍ନ ହୋଇଥିଲା। ତେବେ ବିଳମ୍ବରେ ଜିଲା ମୁଖ୍ୟ ଡାକ୍ତରଖାନା ନିଆଯାଇଥିଲା ବୋଲି ବିଏମସି ସମ୍ପାଦକ ଡାକ୍ତର ମହାନ୍ତ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri