ସାପ କାମୁଡ଼ାରେ ମହିଳା ମୃତ

ରଣପୁର, ୨୮।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ବଳଭଦ୍ରପୁର ପଞ୍ଚାୟତ କେରଣ୍ଡାଟାଙ୍ଗୀ ଗ୍ରାମରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅକ୍ରୁର ସାହୁଙ୍କ ସ୍ତ୍ରୀ ଲକ୍ଷ୍ମୀପ୍ରିୟା(୪୩)।
ପ୍ରକାଶ ଯେ, ଲକ୍ଷ୍ମୀପ୍ରିୟା ପରିବାର ସହ ରାତିରେ ଖାଇପିଇ ଶୋଇଥିଲେ। ବିଳମ୍ବିତ ରାତିରେ ତାଙ୍କ ଗୋଡ଼କୁ ଏକ ବିଷଧର ସାପ କାମୁଡ଼ି ଦେଇଥିଲା। ଏ ନେଇ ସେ ସ୍ବାମୀ ଅକ୍ରୁରଙ୍କୁ ଜଣାଇଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ରଣପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେ ଗରିବ ଶ୍ରେଣୀର ହୋଇଥିବାରୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ପକ୍ଷରୁ ଦାବି ହେଉଛି।