କେନ୍ଦୁଝର/ଢେଙ୍କିକୋଟ, ୧୨ା୬ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାରେ ୩ଟି ପୃଥକ ସ୍ଥାନରେ ସାପ କାମୁଡାରେ ଜଣେ ନାବାଳିକା ଓ ଜଣେ ମହିଳାଙ୍କ ମଙ୍ଗଳବାର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଯୁବତୀ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଥିବା ଜଣାପଡିଛି।
ତେଲକୋଇ ଥାନା ଅନ୍ତର୍ଗତ ଆକୁଳ ଗ୍ରାମରେ କୁମାରୀ ମୁଣ୍ଡା ନାମ୍ନୀ ଜଣେ ନାବାଳିକା ସୋମବାର ରାତିରେ ଘରେ ଶୋଇଥିବା ବେଳେ ଏକ ପାହାଡିଆ ଚିତି ସାପ ତାଙ୍କୁ କାମୁଡି ଦେଇଥିଲା। ପରିବାର ଲୋକେ କୁମାରୀଙ୍କୁ ପ୍ରଥମେ ତେଲକୋଇ ଡାକ୍ତରଖାନା ଆଣି ପରେ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିଲେ। କେନ୍ଦୁଝରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ସେହିପରି ସଦର ଥାନା ନିଶ୍ଚିନ୍ତପୁର ଗ୍ରାମରେ ସାପ କାମୁଡାରେ ତୁଳସୀ ମୁଣ୍ଡା ନାମକ ଜଣେ ଯୁବତୀ ଅସୁସ୍ଥ ହୋଇ ଜିଲା ମୁଖ୍ୟଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୋମବାର ସନ୍ଧ୍ୟାରେ ସେ କାନଝରୀ ଡ୍ୟାମ ନିକଟରେ ମାଛ ଧରୁଥିବା ବେଳେ ତାଙ୍କୁ ସାପ କାମୁଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ନେଇଆସିଥିଲେ। ଆମ ଢେଙ୍କିକୋଟ ପ୍ରତିନିଧି ଜଣାଇଛନ୍ତି ଯେ, ବଡ଼ ମସିଣା ବିଲା ପଞ୍ଚାୟତ ବଡ଼ ମସିଣା ବିଲା ଗ୍ରାମରେ ସୋମବାର ରାତିରେ ଏକ ବିଷଧର ସାପ କାମୁଡ଼ିବାରୁ ଉଗ୍ରେସନ ନାଏକଙ୍କ ସ୍ତ୍ରୀ ସୁଲୋଚନା ନାଏକ(୫୦)ଙ୍କର ମୃତ୍ୟୁ ଘଟିଛି। ଗରମ ଗୁଳୁଗୁଳି ହେଉଥିବାରୁ ସେ ଘର ବାରଣ୍ଡାରେ ଶୋଇଥିଲେ। ମଧ୍ୟରାତ୍ରିରେ କୌଣସି ଏକ ବିଷଧର ସାପ କାମୁଡ଼ିବାରୁ ସୁଲୋଚନା ଚିତ୍କାର କରିଥିଲେ। ପରିବାର ଲୋକେ ତାଙ୍କୁ ତୁରନ୍ତ ଘଟଗାଁ ଡାକ୍ତରଖାନାକୁ ନେଇଆସିଥିଲେ। ସୁଲୋଚନାଙ୍କ ଅବସ୍ଥା ଗୁରୁତର ଥିବାରୁ ପରେ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ଚିକିତ୍ସିତ ଅବସ୍ଥାରେ ମଙ୍ଗଳବାର ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଛି। ଖବରପାଇ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ସତ୍ୟନାରାୟଣ ପରିଡ଼ା ଡାକ୍ତରଖାନାରେ ପହଞ୍ଚି ମୃତ ସୁଲୋଚନାଙ୍କ ମୃତଦେହ ଜବତ କରି ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ- ୨୭/୧୯) ରୁଜୁ କରି ବ୍ୟବଚ୍ଛେଦ କରାଇଛନ୍ତି। ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯିବ।
ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..
ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…
ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…
ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…
ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍ଭିନ୍ କରୁଛି ସାଇଣ୍ଟିଫିକ୍ ଟିମ୍
ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…
କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍…
ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ
ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…
ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ
ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…
ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…
ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…
ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……
ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…
Archives

