ସାପ କାମୁଡାରେ ମା’,ପୁଅ ମୃତ

ଉମରକୋଟ,୮।୬(ଡି.ଏନ.ଏ)-ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୁର୍ସି ପଞ୍ଚାୟତର ମାଲପରା ଗ୍ରାମରେ ଶୁକ୍ରବାର ରାତିରେ ଏକ ହୃଦୟ ବିଦାରକ ଘଟଣା ଘଟିଯାଇଛି। ସାପ କାମୁଡାରେ ମା’ ଓ ପୁଅର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଲକ୍ଷ୍ମୀ ଗଣ୍ଡ ଓ ତାଙ୍କ ପୁଅ ଭାଗିରଥୀ ଗଣ୍ଡ(୫)। ମାଲପରା ଗ୍ରାମର ଭୂଜ ଗଣ୍ଡଙ୍କ ସ୍ତ୍ରୀ ଲକ୍ଷ୍ମୀ, ପୁଅ ଭାଗିରଥୀ ଓ ୨ ବର୍ଷର ଝିଅ ଶୁକ୍ରବାର ରାତିରେ ଘରେ ଶୋଇଥିଲେ। ରାତିରେ ଲକ୍ଷ୍ମୀଙ୍କ ଜଂଘ ଏବଂ ଭାଗିରଥୀଙ୍କ ହାତକୁ ଏକ ସାପ କାମୁଡି ଦେଇଥିଲା। ଲକ୍ଷ୍ମୀ ସଙ୍ଗେ ସଙ୍ଗେ ଭୂଜଙ୍କୁ ଉଠାଇଥିଲେ। ଘର ଭିତରେ ସାପ ଥିବାରୁ ସାପ କାମୁଡିଥିବା ସନ୍ଦେହ କରିଥିଲେ। ଭୂଜ ପଡୋଶୀଙ୍କ ସହାୟତାରେ ଲକ୍ଷ୍ମୀ ଓ ଭାଗିରଥୀଙ୍କୁ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛି । ମାଲପରା ଗ୍ରାମରେ ମୃତଦେହ ପହଞ୍ଚିବା ପରେ ଶୋକର ଛାୟା ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri