ସାବଧାନ, ଶୀତଦିନେ ଏସବୁ ପାଇଁ ଲାଗେ ହାତଗୋଡ଼ ନିଶ୍ଚଳ…

ଶୀତଦିନେ ବେଳେବେଳେ କେତେକଙ୍କ ହାତଗୋଡ଼ ନିଶ୍ଚଳ ଲାଗିଥାଏ। ବାହ୍ୟ ପରିବେଶ ଥଣ୍ଡା ହୋଇଥିବାରୁ ଶରୀରରେ ରକ୍ତ ସଞ୍ଚାଳନ ସ୍ବାଭାବିକ ଭାବେ ହୋଇ ପାରି ନ ଥାଏ। ଫଳରେ ଶରୀରର ଉପର ଏବଂ ନିମ୍ନ ଅଂଶରେ ରକ୍ତ ପ୍ରବାହ ଠିକ୍‌ ଭାବେ ହୋଇପାରି ନ ଥାଏ। ଏହାଯୋଗୁ ମସ୍ତିଷ୍କର କିଛି ଅଂଶକୁ ମଧ୍ୟ ଠିକ୍‌ ଭାବେ ରକ୍ତ ପ୍ରବାହିତ ହୋଇ ନ ଥାଏ। ଫଳରେ ଏହି ଅଂଶ ଦ୍ୱାରା ପରିଚାଳିତ ହେଉଥିବା ଅଙ୍ଗପ୍ରତ୍ୟଙ୍ଗ ଉପରେ ପ୍ରଭାବ ପଡ଼ିଥାଏ। ତେଣୁ ହାତଗୋଡ଼ରେ ଏଭଳି ସ୍ଥିତି ସୃଷ୍ଟି ହୋଇଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ମାତ୍ର ଏହି ସମସ୍ୟାକୁ ଅଣଦେଖା କଲେ ପରବର୍ତ୍ତୀ ସମୟରେ ଭୟଙ୍କର ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଥାଏ। ଏହା ଗୁରୁତର ବ୍ରେନ୍‌ ଷ୍ଟ୍ରୋକ୍‌ ସମସ୍ୟାକୁ ଡାକି ଆଣେ। ତେଣୁ ଶୀତଦିନେ ହାତଗୋଡ଼ ନିଶ୍ଚଳ ହେବାପରି ଲାଗିଲେ ବିଳମ୍ବ ନ କରି ଚିକିତ୍ସକଙ୍କ ପରାମର୍ଶ ନେବା ଆବଶ୍ୟକ। ଚିକିତ୍ସକଙ୍କ ଅନୁସାରେ ୮୫ ପ୍ରତିଶତ ଷ୍ଟ୍ରୋକ୍‌ ସାମାନ୍ୟ ଧରଣର ହୋଇଥିବା ବେଳେ ୧୫ ପ୍ରତିଶତ ଷ୍ଟ୍ରୋକ୍‌ ଗୁରୁତର ସମସ୍ୟା ସୃଷ୍ଟି କରିଥାଏ। ସାମାନ୍ୟ ଷ୍ଟ୍ରୋକ୍‌କୁ ଇସ୍କିମିକ୍‌ ଷ୍ଟ୍ରୋକ୍‌ କୁହାଯାଏ। ଅପର ପକ୍ଷରେ ଗୁରୁତର ଷ୍ଟ୍ରୋକ୍‌ ଯୋଗୁ ବ୍ରେନ୍‌ ହାମରେଜ୍‌ ହେବାର ଆଶଙ୍କା ରହିଥାଏ ବୋଲି ଚିକିତ୍ସକ କହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri