ସାବିତ୍ରୀ ରଥ ହେବେ ଓଡ଼ିଶା ହାଇକୋର୍ଟ ବିଚାରପତି

କଟକ ଅଫିସ,୨୪ା୧:ହାଇକୋର୍ଟ ଆଡଭୋକେଟ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ। ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ସାବିତ୍ରୀଙ୍କ ନାମ ଗତ ବୁଧବାର ସୁପାରିସ କରାଯାଇଥିଲା। କଲେଜିୟମର ସୁପାରିସ ଉପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ମୋହର ମାରିବା ପରେ ରଥ ନିଯୁକ୍ତି ପାଇବେ। ସାବିତ୍ରୀ ଏବେ ହାଇକୋର୍ଟରେ ଅତିରିକ୍ତ ସରକାରୀ ଓକିଲ ଭାବେ କାର୍ଯ୍ୟ କରୁଛନ୍ତି। ସୂଚନାଥାଉ କି, ସାବିତ୍ରୀ ହେଉଛନ୍ତି ରାଜ୍ୟର ଅବସରପ୍ରାପ୍ତ ପୋଲିସ ମହାନିର୍ଦ୍ଦେଶକ ପ୍ରଫୁଲ୍ଲ ରଥଙ୍କ ଝିଅ। କଟକରେ ସ୍କୁଲ ଶିକ୍ଷା ଶେଷ କରିବା ପରେ ସେ ଦିଲ୍ଲୀରେ ଆଇନ ବିଦ୍ୟା ଲାଭ କରିଥିଲେ। ପରେ ଓଡ଼ିଶା ଆସି ହାଇକୋର୍ଟରେ ପ୍ରାକ୍ଟିସ୍‌ ଆରମ୍ଭ କରିଥିଲେ। ହାଇକୋର୍ଟର ତତ୍କାଳୀନ ବରିଷ୍ଠ ଓକିଲ ତଥା ପାଟନା ହାଇକୋର୍ଟର ପୂର୍ବତନ ବିଚାରପତି ପ୍ରଫୁଲ୍ଲ ମିଶ୍ରଙ୍କ ଅଧୀନରେ ସେ ଓକିଲାତି କରୁଥିଲେ। ଏହା ପରେ ଭିଜିଲାନ୍ସ ଷ୍ଟାଣ୍ଡିଂ କାଉନସେଲ୍‌ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

ଅନ୍‌ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ

କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍‌ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା…

ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ

ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍‌ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା…

ଜୁଭେଣ୍ଟିକା ସେଲ୍‌ ଉଦ୍‌ଘାଟିତ ପୁରୁଷୋତ୍ତମପୁର ଥାନାକୁ ଶିଶୁମିତ୍ର ଥାନା ଭାବରେ ଗଢି ତୋଳିବା ଲକ୍ଷ୍ୟ

ପୁରୁଷୋତ୍ତମପୁର/ଶେରଗଡ଼/ଛତ୍ରପୁର/ ଆସିକା ୮ା୫ (ସବିତା ମିଶ୍ର/ ସୂର୍ଯ୍ୟ ନାରାୟଣ ଦାଶ/ଦିଲୀପ ମିଶ୍ର/ ସୁରେନ୍ଦ୍ର ନାଥ ସାହୁ) ଓଡିଶା ପୋଲିସ ପକ୍ଷରୁ ଶିଶୁଙ୍କ ସୁରକ୍ଷା ଲାଗି ଜୁଭେଣ୍ଟିକା ସେଲ୍‌କୁ…

ବିରଳ ଅସ୍ତ୍ରୋପଚାର: ଶିଶୁ ମୁଣ୍ଡରୁ କଢ଼ାଗଲା କାଠଖଣ୍ଡ, ଶିଶୁଙ୍କୁ ବଞ୍ଚାଇଦେଲେ…

ବ୍ରହ୍ମପୁର/ଦିଗପହଣ୍ଡି, ୮।୫(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ନବରଙ୍ଗପୁର ଜିଲା ଉମରକୋଟ ଗ୍ରାମର ସଞ୍ଜିତ ହରିଜନଙ୍କ ପୁଅ ଓମ (୩) ଗତ ୨୮ ତାରିଖ ଅପରାହ୍ନରେ ଘର…

ମା’ ବାମଦେଇ ଠାକୁରାଣୀ ଯାତ୍ରା ଆରମ୍ଭ ଉତ୍ସବମୁଖର ବମକୋଇ

ଦିଗପହଣ୍ଡି,୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମକୋଇ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ବାମଦେଇ ଠାକୁରାଣୀଙ୍କ ୭ ଦିନିଆ ଯାତ୍ରା ମହୋତ୍ସବ ଶୁକ୍ରବାର ଆରମ୍ଭ ହୋଇଛି…

ପ୍ରଧାନମନ୍ତ୍ରୀଙ୍କ ଅଙ୍ଗ, ବଙ୍ଗ, କଳିଙ୍ଗ ମିଶନ ପୂରା: ଓଡ଼ିଶାବାସୀଙ୍କ ପାଇଁ ଦ୍ବିତୀୟ ଘର କୋଲକାତା କହିଲେ…

ଭୁବନେଶ୍ୱର,୮।୫: ବଙ୍ଗ ବିଜୟ ଅବିସ୍ମରଣୀୟ ଯାତ୍ରା କହିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି,୨୦୧୧ରେ ୩ ଆସନରୁ ୨୦୨୬ରେ ୨୦୦ ପାର୍‌ ଏକ ଅବିସ୍ମରଣୀୟ ଯାତ୍ରା।…

ପଶ୍ଚିମବଙ୍ଗକୁ ମିଳିଲା ଆଉ ଜଣେ ଅବିବାହିତ ମୁଖ୍ୟମନ୍ତ୍ରୀ, ବିବାହ କରିନାହାନ୍ତି ଶୁଭେନ୍ଦୁ, ତାଙ୍କ ପୂର୍ବରୁ ୪… 

କୋଲକାତା, ୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଶୁଭେନ୍ଦୁ ଅଧିକାରୀଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri