ଦାରିଙ୍ଗବାଡ଼ି,୬।୪(ଡି.ଏନ.ଏ)-ଲୋକେ ଠିକ ଭାବେ ସାମାଜିକ ଦୂରତ୍ୱ ଅବଲମ୍ବନ କରୁ ନ ଥିବାରୁ କନ୍ଧମାଳ ଏସ୍ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ନିୟମକୁ ଆହୁରି କଡ଼ାକଡ଼ି କରାଯାଇଛି। ଔଷଧ ଦୋକାନଠାରୁ ଆରମ୍ଭ କରି ରାଶନ, ପରିବା ଆଦି ଦୋକାନ ଆଗରେ ପୋଲିସ ଉପସ୍ଥିତିରେ ଗୋଲେଇ ଅଙ୍କିତ ଚିହ୍ନ ମଧ୍ୟରେ ରହି କିଣାକିଣି କରାଯିବାକୁ ଗୁରୁତ୍ୱ ଦିଆଯାଇଛି। ଏହାକୁ ଅମାନ୍ୟ କଲେ ବ୍ୟବସାୟୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା।ଅମାନିଆମାନେ ବଜାର ଘାଟରେ ବୁଲାବୁଲି କଲେ ସେମାନଙ୍କ ଉପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝି କହିଛନ୍ତି। ସେହିପରି କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସରକାରଙ୍କ ନିର୍ଦ୍ଦେଶକୁ ମାନିବା ଓ ବାରମ୍ବାର ସାବୁନରେ ହାତ ଧୋଇବାକୁ ଘର ଘର ବୁଲି ଅଙ୍ଗନାୱାଡ଼ି ଏବଂ ଆଶାକର୍ମୀମାନେ ଲୋକଙ୍କୁ ସଚେତନ କରିଛନ୍ତି। ଏଥିସହ ପ୍ରତି ପରିବାରକୁ ଗୋଟିଏ ଲେଖାଏ ସାବୁନ ଦେଇ କିଭଳି ହାତ ଧୁଆଯିବ ତାହା ଶିଖାଇଛନ୍ତି।
ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…
ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ
ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…
ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ
ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…
ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ
ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…
ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…
ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…
ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ
ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…
ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ
ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

