ସାମାଜିକ ଉତ୍ସବ ନେଇ ପ୍ରଦୂଷଣ ଚିନ୍ତା: ଏନ୍‌ଜିଟିଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ବିବାହ, ବ୍ରତ, ଜନ୍ମ ଦିନ ସମାରୋହ, ମେଳା ମହୋତ୍ସବ ଆଦି ସାମାଜିକ କାର୍ଯ୍ୟକ୍ରମ ବେଳେ ଶବ୍ଦ ପ୍ରଦୂଷଣଠାରୁ ଆରମ୍ଭ କରି ବାୟୁ, ଜଳ, ମାଟି ଆଦି ପ୍ରଦୂଷଣ ହେଉଛି। ଏହା ଉପରେ କାହାର ନଜର ରହୁ ନାହିଁ। ଏଭଳି ପ୍ରଦୂଷଣକୁ ନେଇ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନଜିଟି) ଉଦ୍‌ବେଗ ପ୍ରକାଶ କରିଛନ୍ତି। ସାମାଜିକ କାର୍ଯ୍ୟକ୍ରମ ବେଳେ ପ୍ରଦୂଷଣକୁ ରୋକିବାକୁ ସରକାର କି ପଦକ୍ଷେପ ନେଇଛନ୍ତି ସେ ନେଇ ନିର୍ଦ୍ଧାରିତ ସମୟ ମଧ୍ୟରେ ଜଣାଇବାକୁ ଏନଜିଟି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏ ନେଇ ଏକ ମାମଲାର ଶୁଣାଣି କରି ଜଷ୍ଟିସ ଏକେ ଗୋଏଲଙ୍କ ଅଧ୍ୟକ୍ଷତାରେ ଗଠିତ ଏନଜିଟିର ଏକ ୩ ଜଣିଆ ଖଣ୍ଡପୀଠ ସାମାଜିକ କାର୍ଯ୍ୟକ୍ରମ ବେଳେ ହେଉଥିବା ପ୍ରଦୂଷଣକୁ ଗୁରୁତ୍ୱର ସହ ନେବାକୁ ଏ ଦିଗରେ କାର୍ଯ୍ୟରତ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସାମାଜିକ ମହୋତ୍ସବ ବେଳେ ହେଉଥିବା ପ୍ରଦୂଷଣ ଅତ୍ୟନ୍ତ ଚିନ୍ତାଜନକ। ଡିଜେ ସେଟ, ମାଇକ, ଆତସବାଜିଗୁଡ଼ିକୁ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଦ୍ୱାରା ଜାରି କରାଯାଇଥିବା ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିବାହ ଓ ଅନ୍ୟାନ୍ୟ ଉତ୍ସବ ହେଉଥିବା ସ୍ଥାନଗୁଡ଼ିକରୁ ତଥ୍ୟ ସଂଗ୍ରହ କରିବାକୁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ଏଥିସହିତ ପୌର ସଂସ୍ଥାଗୁଡ଼ିକ କଠିନ ବର୍ଜ୍ୟବସ୍ତୁ, ଭଗ୍ନାବଶେଷ ସଂଗ୍ରହ,ସ୍ବିରେଜ ପାଣି ଏବଂ ବର୍ଷା ଜଳ ସଂରକ୍ଷଣ ଆଦିକୁ ଗୁରୁତ୍ୱ ଦେବାକୁ ଏନଜିଟି ପରାମର୍ଶ ଦେଇଛନ୍ତି। ସ୍ଥାନୀୟ ପ୍ରଶାସନ ଯାନବାହନ ପାର୍କିଂ ବ୍ୟବସ୍ଥା କରିବାକୁ ଏନଜିଟି ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ହୋଟେଲ, ବାଙ୍କୁଏଟ୍‌ ହଲ ଏବଂ ବିବାହ ମଣ୍ଡପଗୁଡ଼ିକ ଶବ୍ଦ ପ୍ରଦୂଷଣ ନିୟମ-୨୦୦୦ ଅନୁଯାୟୀ ଅନୁମତି ନେବାକୁ କୁହାଯାଇଛି। ଏଥିସହିତ ଗୁରୁତ୍ୱପୂର୍ଣ୍ଣ ବିଷୟରେ କେନ୍ଦ୍ରୀୟ ପ୍ରଦୂଷଣ ବୋର୍ଡ ଗାଇଡଲାଇନ ଜାରି କରିବାକୁ ଏନଜିଟି ନିର୍ଦ୍ଦେଶ ଦେଇଛନ୍ତି। ସାଧାରଣ ପରିବହନ ବ୍ୟବସ୍ଥାକୁ ଅଧିକ ଲୋକପ୍ରିୟ କରିବା ପାଇଁ ପଦକ୍ଷେପ ନେବା ସକାଶେ ପଦକ୍ଷେପ ନେବାକୁ ରାଜ୍ୟ ପରିବହନ ବିଭାଗକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri