ସାମାଜିକ ଦୂରତାକୁ ମାନୁନାହାନ୍ତି ବ୍ୟବସାୟୀ

ଜହ୍ନାପଙ୍କ, ୧୫।୪ (ଡି.ଏନ.ଏ): ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ନାରାୟଣନଗର ହାଟପଦାରେ ବସୁଥିବା ଦୈନିକ ବଜାରରେ ବ୍ୟବସାୟୀମାନେ ଦଳ ଦଳ ହୋଇ ପନିପରିବା ବିକ୍ରି କରୁଥିବା ଦେଖାଯାଉଛି। ଚାଷୀମାନେ ଆଣୁଥିବା ପନିପରିବା ପହଞ୍ଚତ୍ବା ମାତ୍ରେ ତାଙ୍କ ଚାରିପାଖେ ଖୁଚୁରା ବ୍ୟବସାୟୀମାନେ ଘେରି ଯାଉଛନ୍ତି । ଜିନିଷ ଶେଷ ହୋଇଯିବା ଭୟରେ ସେନେ ସାମାଜିକ ଦୂରତା ନିୟମକୁ ଅମାନ୍ୟ କରି ନିଜେ ମଧ୍ୟ ଚାଷୀଙ୍କ ପସରାରୁ ଜିନିଷ ନେବା ଆଣିବା କରୁଥିବା ଦେଖିବାକୁ ମିଳୁଛି। ଲୋକଙ୍କ ଭିଡକୁ ଦୃଷ୍ଟିରେ ରଖି ଗାଁ ମଝିରେ ବସୁଥିବା ଦୈନିକ ବଜାରକୁ ହାଟପଦାକୁ ସ୍ଥାନାନ୍ତର କରାଯାଇଛି । ଏପରିକି ସାମାଜିକ ଦୂରତା ରକ୍ଷା ପାଇଁ ଜନସାଧାରଣଙ୍କୁ ବ୍ୟାପକ ସଚେତନ କରାଯିବା ସହିତ ହାଟପଦାରେ ବସୁଥିବା ଦୈନିକ ବଜାରର ଦୋକାନୀଙ୍କ ପରସ୍ପର ମଧ୍ୟରେ ଦୂରତା ରକ୍ଷା କରି ବସିବାକୁ ବୃତ୍ତ ଚିହ୍ନ ଦିଆଯାଇଛି। କିନ୍ତୁ କେତେକ ଦୋକାନୀ ଏହାକୁ ମାନୁନାହାନ୍ତି । ପୁନଶ୍ଚ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଜଳଖିଆ ଦୋକାନ ନ ଖୋଲିବାକୁ ନିର୍ଦ୍ଦେଶ ଥିବା ସତ୍ତ୍ୱେ ନାରାୟଣନଗରରେ ସମସ୍ତ ଜଳଖିଆ ଦୋକାନ ଖୋଲା ରହୁଛି। ଜହ୍ନାପଙ୍କରେ ସମସ୍ତ ଦୋକାନ ଓ ଜଳଖିଆ ଦୋକାନ ବନ୍ଦ ଥିବା ସୁଯୋଗ ନେଇ କିଛି ଅସାଧୁ ହୋଟେଲ ମାଲିକ ତାଙ୍କ ବ୍ୟବସାୟ ନିର୍ବିଘ୍ନରେ ଚଳାଇ ମୁନାଫା ନେଉଛନ୍ତି । ଏଣୁ ପ୍ରଶାସନ ଏ ନେଇ ପଦକ୍ଷେପ ଗ୍ରହଣ କରିବାକୁ ବୁଦ୍ଧିଜୀବୀ ମହଳରେ ଦାବି ହେଉଛି ।
–ନାରାୟଣନଗର ଦୈନିକ ବଜାରରେ ଭିଡ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?