ସାମାଜିକ ଦୂରତା ବଜାୟ ନ ରଖିବାରୁ ବୈଜ୍ଞାନିକ ଫର୍ଗୁସନ୍‌ଙ୍କୁ ଦେବାକୁ ପଡ଼ିଲା ଇସ୍ତଫା

ଲଣ୍ଡନ,୬।୫: ବ୍ରିଟେନ୍‌ରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଏଠାରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକେ ସାମାଜିକ ଦୂରତା ବଜାୟ ରଖିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ତେବେ ଏପରିସ୍ଥଳେ ଏହି ନିଦ୍ଦେର୍ଶର ଉଲ୍ଲଂଘନ କରି ଦେଶର ବରିଷ୍ଠ ବୈଜ୍ଞାନିକ ପ୍ରଫେସର ନିଲ୍‌ ଫର୍ଗୁସନ୍‌ଙ୍କୁ ନିଜ ପଦରୁ ଇସ୍ତଫା ଦେବାକୁ ପଡ଼ିଛି। କରୋନା ମହାମାରୀ ରୋକିବା କ୍ଷେତ୍ରରେ ସେ ସରକାରଙ୍କ ପ୍ରମୁଖ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ପରାମର୍ଶକ୍ରମେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ ଦେଶରେ ମାର୍ଚ୍ଚ ୨୩ଠାରୁ ଲକ୍‌ଡାଉନ୍‌ ଜାରି କରିଥିଲେ। ଗଣମାଧ୍ୟମ ସଂସ୍ଥା ଡେଲି ଟେଲିଗ୍ରାଫ୍‌ ଅନୁସାରେ ଫର୍ଗୁସନ୍‌ ଲକ୍‌ଡାଉନ୍‌ ସମୟରେ ଜଣେ ମହିଳାଙ୍କୁ ତାଙ୍କ ଘରକୁ ଆସିବାକୁ ଅନୁମତି ଦେଇଥିଲେ। ଫର୍ଗୁସନ୍‌ ନିଜର ଭୁଲ୍‌ ସ୍ବୀକାର କରିଛନ୍ତି। ସରକାର ସାମାଜିକ ଦୂରତା ବଜାୟ ରଖିବା ପାଇଁ ନିର୍ଦ୍ଦେଶ ଜାରି କରିଥିବାବେଳେ ସେ ଏହାର ଉଲ୍ଲଂଘନ କରିଥିବାରୁ ଦୁଃଖ ପ୍ରକାଶ କରିଛନ୍ତି। ତେଣୁ ସେ ସାଇଣ୍ଟିଫିକ୍‌ ଆଡ଼ଭାଇଜରୀ ଗ୍ରୁପ୍‌ ଫର୍‌ ଏମ୍ରଜେନ୍ସିର ପଦବୀରୁ ହଟିବାକୁ ଇଛା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଫର୍ଗୁସନ୍‌ ସେଣ୍ଟର ଫର୍‌ ଗ୍ଲୋବାଲ ଇନଫେକସିୟସ୍‌ ଡିଜିଜ୍‌ ଆନାଲିସିସ୍‌ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ଫର୍ଗୁସନ୍‌ଙ୍କ ଏହି ସଂସ୍ଥା ଆମେରିକା ସରକାର ଏବଂ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନକୁ ଆବଶ୍ୟକ ପରାମର୍ଶ ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri