ସାମାଜିକ ଦୂରତା ହ୍ରାସ ପାଇଲେ ବଢ଼ିବ ସଙ୍କଟ: ମୋଦି

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ଭାଇରସ୍‌ ମହାମାରୀ ସଙ୍କଟ ଜାରି ରହିଛି। ଦିନକୁ ଦିନ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇ ପ୍ରସଙ୍ଗରେ ସୋମବାର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଆଲୋଚନା କରିଛନ୍ତି। ସୋମବାର ଅପରାହ୍ନରେ ଭିଡିଓ କନ୍‌ଫରେନ୍ସିଂରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ମୋଦି କରୋନା ମୁକାବିଲା ରଣନୀତି ଓ ଲକ୍‌ଡାଉନକୁ ନେଇ ଆଲୋଚନା କରିଥିଲେ। ଏହି ବୈଠକରେ ସତର୍କତା ଉପରେ ଅଧିକ ଗୁରୁତ୍ୱ ଦିଆଯାଇଥିଲା। ଯଦି ଲୋକମାନେ ସାମାଜିକ ଦୂରତ୍ୱ ରକ୍ଷା ନ କରନ୍ତି ଓ ସତର୍କତା ଅବଲମ୍ବନ ନ କରନ୍ତି ତେବେ କରୋନା ସଙ୍କଟ ବୃଦ୍ଧି ପାଇବ ବୋଲି ମୋଦି କହିଛନ୍ତି। ତେଣୁ ଲକ୍‌ଡାଉନ ଓ ସାମାଜିକ ଦୂରତ୍ୱ କିଭଳି ପାଳନ କରାଯାଉଛି ସେନେଇ ଅଧିକ ଦୃଷ୍ଟି ଦେବା ଏବେ ଜରୁରୀ ହୋଇପଡ଼ିଛି। କରୋନା ବିରୋଧରେ ସବୁ ରାଜ୍ୟ ମିଶିକି କାର୍ଯ୍ୟ କରୁଥିବା ବେଳେ ସମସ୍ତେ ନିଜ ଦାୟିତ୍ୱ ଭଲଭାବେ ତୁଲାଇଛନ୍ତି ବୋଲି ମୋଦି କହିଛନ୍ତି। କରୋନାକୁ ନେଇ କ୍ୟାବିନେଟ ସଚିବ ଓ ରାଜ୍ୟ ସଚିବ ଉଭୟ ଲଗାତର ସମ୍ପର୍କରେ ରହିଛନ୍ତି। ଏହା ବିରୋଧରେ ଲଢ଼େଇ ପାଇଁ ଅଧିକ ଧ୍ୟାନ ଦେବା ସହ କାର୍ଯ୍ୟକଳାପକୁ ବୃଦ୍ଧି କରିବାକୁ ପଡ଼ିବ। ଏକ ସନ୍ତୁଳିତ ରଣନୀତି ସହ ଆଗକୁ ବଢ଼ି, ଚ୍ୟାଲେଞ୍ଜ ଗୁଡ଼ିକ କ’ଣ ଏହାର ସମାଧାନ କ’ଣ ତା’ ଉପରେ ଅଧିକ କାର୍ଯ୍ୟ କରିବାକୁ ମୋଦି ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି। ବିଭିନ୍ନ ରାଜ୍ୟ ଓ ଜିଲାରେ ଦ୍ରୁତ ଗତିରେ କରୋନା ବ୍ୟାପୁଥିବା ବେଳେ ଏହା କିପରି ଗାଁକୁ ନ ପହଞ୍ଚିବ ତା’ଏବେ ଏକ ଚ୍ୟାଲେଞ୍ଚ ପାଲଟିଛି। ତେବେ ସେଥିପ୍ରତି ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀମାନଙ୍କୁ ମୋଦି ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri