ସାମାଜିକ ଦୂରତ୍ୱକୁ ଗୁରୁତ୍ୱ, ଉଲ୍ଲଂଘନ କଲେ ଦୋକାନ ସିଲ୍‌

ଯାଜପୁର ଅଫିସ,୬ା୪: ଘାତକ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଯାଜପୁର ଜିଲାରେ ଲାଗୁ ହୋଇଥିବା ୪୮ ଘଣ୍ଟିଆ ଶଟ୍‌ଡାଉନ୍‌ ସଫଳ ହୋଇଛି। ଲୋକମାନେ ଏହାକୁ ସମର୍ଥନ କରି ଘରେ ରହିଥିବାରୁ ଜିଲାପାଳ ରଞ୍ଜନ କୁମାର ଦାସ ଜିଲାବାସୀଙ୍କ ଧନ୍ୟବାଦ ଜଣାଇଛନ୍ତି। ସୋମବାର ରାତି ୮ଟାରେ ଶଟ୍‌ଡାଉନ୍‌ ହଟିିଥିଲେ ମଧ୍ୟ ମଙ୍ଗଳବାରଠାରୁ ଅତ୍ୟାବଶ୍ୟକୀୟ ଦୋକାନ ଖୋଲିବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ପରିପ୍ରେକ୍ଷୀରେ ସାମାଜିକ ଦୂରତା ଅବଲମ୍ବନ କରିବା ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ କେତେକ କଟକଣା ଜାରି କରାଯାଇଛି। ଯଦି କୌଣସି ଦୋକାନୀ ବିକ୍ରୟ ସମୟରେ ସାମାଜିକ ଦୂରତା ଅବଲମ୍ବନ ନ କରନ୍ତି ତେବେ ସେମାନଙ୍କ ଦୋକାନକୁ ସିଲ କରିଦିଆଯିବ ଏବଂ ସାମଗ୍ରୀ ଜବତ କରାଯିବ ବୋଲି ଜିଲାପାଳ ଦାସ ଚେତାବନୀ ଦେଇଛନ୍ତି। ସେ ଏକ ଘୋଷଣାରେ ଦର୍ଶାଇଛନ୍ତି ଯେ, ମଙ୍ଗଳବାର ସକାଳ ୬ଟାରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା କରିବା ପାଇଁ ଆବଶ୍ୟକୀୟ ଆୟୋଜନ କରିବାର ଦାୟିତ୍ୱ ସମ୍ପୃକ୍ତ ଦୋକାନୀ, ମଲ୍‌ ମାଲିକ ଏବଂ ହାଟ ପରିଚାଳକମାନଙ୍କର। ବ୍ୟକ୍ତିଗତ ହାଟ ଓ ମଲ୍‌ ପରିଚାଳନା ଦାୟିତ୍ୱରେ ଥିବା ମାଲିକମାନଙ୍କ ଉପରେ ମଧ୍ୟ ଏହା ସମାନ ଭାବେ ଲାଗୁ କରାଯିବ। ଦୋକାନ ଆଗରେ ୫ ଫୁଟ ଦୂରତା ମଧ୍ୟରେ ବୃତ୍ତ ଆକାରର ଚିହ୍ନ ଦେଇ ସେଥିରେ ଗ୍ରାହକଙ୍କୁ ଛିଡ଼ା କରି ସେମାନଙ୍କ ଚାହିଦା ମୁତାବକ ସାମଗ୍ରୀ ନିଜେ ଆଣି ଦେବେ। ଯଦି ନିୟମରେ କୌଣସି ବ୍ୟତିକ୍ରମ ଘଟେ ତେବେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri