ସାମାଜିକ ଦୂରତ୍ୱକୁ ଗୁରୁତ୍ୱ, ଉଲ୍ଲଂଘନ କଲେ ଦୋକାନ ସିଲ୍‌

ଯାଜପୁର ଅଫିସ,୬ା୪: ଘାତକ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଯାଜପୁର ଜିଲାରେ ଲାଗୁ ହୋଇଥିବା ୪୮ ଘଣ୍ଟିଆ ଶଟ୍‌ଡାଉନ୍‌ ସଫଳ ହୋଇଛି। ଲୋକମାନେ ଏହାକୁ ସମର୍ଥନ କରି ଘରେ ରହିଥିବାରୁ ଜିଲାପାଳ ରଞ୍ଜନ କୁମାର ଦାସ ଜିଲାବାସୀଙ୍କ ଧନ୍ୟବାଦ ଜଣାଇଛନ୍ତି। ସୋମବାର ରାତି ୮ଟାରେ ଶଟ୍‌ଡାଉନ୍‌ ହଟିିଥିଲେ ମଧ୍ୟ ମଙ୍ଗଳବାରଠାରୁ ଅତ୍ୟାବଶ୍ୟକୀୟ ଦୋକାନ ଖୋଲିବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ପରିପ୍ରେକ୍ଷୀରେ ସାମାଜିକ ଦୂରତା ଅବଲମ୍ବନ କରିବା ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ କେତେକ କଟକଣା ଜାରି କରାଯାଇଛି। ଯଦି କୌଣସି ଦୋକାନୀ ବିକ୍ରୟ ସମୟରେ ସାମାଜିକ ଦୂରତା ଅବଲମ୍ବନ ନ କରନ୍ତି ତେବେ ସେମାନଙ୍କ ଦୋକାନକୁ ସିଲ କରିଦିଆଯିବ ଏବଂ ସାମଗ୍ରୀ ଜବତ କରାଯିବ ବୋଲି ଜିଲାପାଳ ଦାସ ଚେତାବନୀ ଦେଇଛନ୍ତି। ସେ ଏକ ଘୋଷଣାରେ ଦର୍ଶାଇଛନ୍ତି ଯେ, ମଙ୍ଗଳବାର ସକାଳ ୬ଟାରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା କରିବା ପାଇଁ ଆବଶ୍ୟକୀୟ ଆୟୋଜନ କରିବାର ଦାୟିତ୍ୱ ସମ୍ପୃକ୍ତ ଦୋକାନୀ, ମଲ୍‌ ମାଲିକ ଏବଂ ହାଟ ପରିଚାଳକମାନଙ୍କର। ବ୍ୟକ୍ତିଗତ ହାଟ ଓ ମଲ୍‌ ପରିଚାଳନା ଦାୟିତ୍ୱରେ ଥିବା ମାଲିକମାନଙ୍କ ଉପରେ ମଧ୍ୟ ଏହା ସମାନ ଭାବେ ଲାଗୁ କରାଯିବ। ଦୋକାନ ଆଗରେ ୫ ଫୁଟ ଦୂରତା ମଧ୍ୟରେ ବୃତ୍ତ ଆକାରର ଚିହ୍ନ ଦେଇ ସେଥିରେ ଗ୍ରାହକଙ୍କୁ ଛିଡ଼ା କରି ସେମାନଙ୍କ ଚାହିଦା ମୁତାବକ ସାମଗ୍ରୀ ନିଜେ ଆଣି ଦେବେ। ଯଦି ନିୟମରେ କୌଣସି ବ୍ୟତିକ୍ରମ ଘଟେ ତେବେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri