ସାମାଜିକ ଦୂରତ୍ୱରେ ହେଲା ଅକ୍ଷିମୁଠି ଅନୁକୂଳ

ଜହ୍ନାପଙ୍କ, ୨୬।୪ (ଡି.ଏନ.ଏ): ଭାରତୀୟ କିଷାନ ସଂଘ ବୌଦ୍ଧ ପକ୍ଷରୁ ନିରାଡମ୍ବର ଭାବେ ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ପଞ୍ଚାୟତର ପୋଲାମ ଗ୍ରାମରେ ଅକ୍ଷିମୁଠି ଅନୁକୂଳ ହୋଇଯାଇଛି। କର୍ତ୍ତାଭାବେ ବୌଦ୍ଧ କିଷାନ ସଂଘ ସଭାପତି ସୂର୍ଯ୍ୟନାରାୟଣ ମହାପାତ୍ର ଦାୟିତ୍ୱ ତୁଲାଇଥିଲେ । ମହାପାତ୍ର ଅକ୍ଷିମୁଠି ଆରମ୍ଭ କରିଥିଲେ । ଏହାପରେ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ପ୍ରଥମେ କରୋନା ସମ୍ପର୍କରେ ସଚେତନତା ସହିତ ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ପାଇଁ ଚାଷୀମାନଙ୍କୁ ପରାମର୍ଶ ଦେଇଥିଲେ । କରୋନା ମୁକାବିଲା ପାଇଁ ସଂଘ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ଦେବା ପାଇଁ ପ୍ରସ୍ତାବ ଗୃହୀତ ହେଲା । ବୌଦ୍ଧ ବ୍ଲକ କିଷାନ ସଂଘର ସଭାପତି ନବୀନ କୁମାର ପ୍ରଧାନ ସଭା ସଂଯୋଜନା କରିଥିବା ବେଳେ ରାଜ୍ୟ ସମ୍ପାଦକ ଭୋଳାଶିରି ସାହୁ, କୃଷକ ସଂଗଠକ ବିଶିକେଶନ ପ୍ରଧାନ ବକ୍ତବ୍ୟ ରଖିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri