ସାମାଜିକ ଦୂରତ୍ୱ, ମାସ୍କକୁ ପୋଲିସର ଗୁରୁତ୍ୱ

କେନ୍ଦୁଝର, ୨୯ା୫ (ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ଲଢେଇକୁ କଠୋର କରିବା ଲାଗି ଲକ୍‌ ଡାଉନର ପ୍ରଥମ ପର୍ଯ୍ୟାୟରେ ପୋଲିସ ହାତରେ ଧରିଥିଲା ଲାଠି। ଠିକ ଏଭଳି କଠୋର କାର୍ଯ୍ୟାନୁଷ୍ଠାନ ଲକ୍‌ଡାଉନ୍‌କୁ ସଫଳ କରିଥିଲା। ତେବେ ଲକ୍‌ଡାଉନ ପର୍ଯ୍ୟାୟକ୍ରମେ କୋହଳ ହୋଇ ଚାଲିଥିବାରୁ ଜନସାଧାରଣ ଏକ ପ୍ରକାର ବେଲଗାମ୍‌ ହୋଇପଡିଛନ୍ତି। ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତାକୁ ଓ ମୁହଁରେ ମାସ୍କକୁ ଗୁରୁତ୍ୱ ଦିଆଯାଉଥିବା ବେଳେ ଲୋକେ ଏହାକୁ ସର୍ବସାଧାରଣ ସ୍ଥାନରେ ପାଳନ କରୁ ନ ଥିବା ଦେଖିବାକୁ ମିଳିଛି। ଏଣୁ ଏଭଳି ଅମାନିଆଙ୍କ ବିରୋଧରେ ସଦର ଥାନା ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଧରପଗଡ। ପଳାଶପଙ୍ଗା ବିଟ ହାଉସ ଅଧିକାରୀ ଶିବ ଚରଣ ଆଇଚ ସଦଳବଳେ ସ୍ପଞ୍ଜ ଛକ, ପରିବା ହାଟ ଓ ମାର୍କେଟ ଓ ବଜାର ଅଞ୍ଚଳରେ ସାମଜିକ ଦୂରତ୍ୱ ବଜାୟୀ ରଖୁ ନ ଥିବା ଏବଂ ମାସ୍କ ପିନ୍ଧୁ ନ ଥିବା ଲୋକଙ୍କ ଉପରେ ଚଢ଼ାଉ କରିଛନ୍ତି। ବୁଧବାର ଏହି ଛକରୁ ୨୭ଜଣଙ୍କ ଠାରୁ ୫୪୦୦ ଟଙ୍କା ଓ ଗୁରୁବାର ୨୩ଜଣଙ୍କଠାରୁ ୪୬୦୦ ଟଙ୍କା ଜରିମାନା ଆଦାୟ ହୋଇଛି ବୋଲି ବିଟ ହାଉସ ଅଧିକାରୀ କହିଛନ୍ତି। ପ୍ରତିଦିନ ଏହି ଉଲ୍ଲଂଘନକାରୀଙ୍କ ଠାରୁ ଜରିମାନା ଆଦାୟ ପାଇଁ ଏକ ପ୍ରକାର ଟାର୍ଗେଟ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?