ସାମାଜିକ ଦୂରତ୍ୱ ରକ୍ଷା କରି ରକ୍ତଦାନ, ୩୫ ୟୁନିଟ୍‌ ରକ୍ତ ସଂଗ୍ରହ

ପାଟଣା,୨୨ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ବ୍ଲକ ଉପାନ୍ତ ଅଞ୍ଚଳ ମାଛଗଡ଼ ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ବୁଧବାର ସାହାରପଡ଼ା ବ୍ଲକ ବିଜେଡି ପକ୍ଷରୁ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଜରିଆରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି। କରୋନା ସଂକ୍ରମଣ ପ୍ରତିହତ ଲାଗି ଏବେ ଲକ୍‌ଡାଉନ୍‌ ଚାଲିଥିବାରୁ ରକ୍ତଭଣ୍ଡାରରେ ରକ୍ତର ଘୋର ଅଭାବ ପରିଲକ୍ଷିତ ହୋଇଛି। ଏହାକୁ ଭରଣା କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ପାଟଣା ନିର୍ବାଚନ ମଣ୍ଡଳୀର ଯୁବ ବିଧାୟକ ଜଗନ୍ନାଥ ନାଏକ ସୂଚନା ଦେଇଛନ୍ତି। ବୁଧବାର ଆୟୋଜିତ ଏହି ଶିବିରରେ ସାମାଜିକ ଦୂରତ୍ୱ ଅବଲମ୍ବନ କରି ମୋଟ୍‌ ୩୫ ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଛି। ରକ୍ତଦାନ ଶିବିରରେ ରାଜ୍ୟ ବିଜେଡି ସମ୍ପାଦକ ଆଶିଷ ଚକ୍ରବର୍ତ୍ତୀ, ପାଟଣା ବିଧାୟକ ଜଗନ୍ନାଥ ନାଏକ, ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାର, ବ୍ଲକ ସଭାପତି ଗୋବିନ୍ଦ ଚନ୍ଦ୍ର ମହାନ୍ତ, ଯୁବନେତା କରୁଣା ସାଗର ଖଟୁଆ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦୀପକ ରାଜ, ସ୍ଥାନୀୟ ସରପଞ୍ଚ ଈଶ୍ୱର ଚନ୍ଦ୍ର ନାଏକ, ସମିତି ସଭ୍ୟ ରଞ୍ଜନ ସାହୁ ଓ ସାମାଜିକ କର୍ମୀ ଦିଲ୍ଲୀପ କୁମାର ସାହୁ ପ୍ରମୁଖ ଯୋଗ ଦେଇ ଏହି କାର୍ଯ୍ୟକ୍ରମ ପରିଚାଳନା କରିବା ସହ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ। ଡ. ନିର୍ମଳ କୁମାର ମହାନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲା ବ୍ଲଡ୍‌ବ୍ୟାଙ୍କର ପିଆରଓ ଅକ୍ଷୟ କୁମାର ସାହୁ, ଟେକ୍ନିସିଆନ ମିନତୀ ଓଝା ଓ ଶଙ୍କର୍ଷଣ ସାହୁ ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri