ସାମାଜିକ ଦୂରତ୍ୱ ରକ୍ଷା ନ ହେଲେ ଦୋକାନ ବନ୍ଦ

ସୋନପୁର, ୬ା୪(ନି.ପ୍ର.): ଗାଁ ଠୁ ସହର ଦୋକାନ ଭିତରେ ଏବଂ ବାହାରେ ଅତ୍ୟଧିକ ଭିଡ ହେଉଛି। ସାମାଜିକ ଦୂରତ୍ୱ ରକ୍ଷା ହୋଇପାରୁନି। ଏହା ସୁବର୍ଣ୍ଣପୁର ଜିଲା ପାଇଁ ବର୍ତ୍ତମାନ ବିପଦ ସୃଷ୍ଟି କରିଛି। ଏ ସବୁକୁ ଦୃଷ୍ଟିରେ ରଖି ପ୍ରଶାସନ କଡା ଆଭିମୁଖ୍ୟ ଗ୍ରହଣ କରିଛି। ନିୟମ ଉଲ୍ଲଂଘନ ହେଲେ ଏଣିକି ସମ୍ପୃକ୍ତ ଦୋକାନକୁ ବନ୍ଦ କରି ଦିଆଯିବ ବୋଲି ଜିଲାପାଳ ମୋନିଷା ବାନାର୍ଜୀ ସୋମବାର ଆଦେଶ ଜାରି କରିଛନ୍ତି। ଓଡିଶା ସରକାରଙ୍କ କୋଭିଡ-୧୯ ଆଇନ ୨୦୨୦ ଅନୁଯାୟୀ ଜିଲାପାଳ ବାନାର୍ଜୀ ସମଗ୍ର ଜିଲାରେ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାମାଜିକ ଦୂରତା ରକ୍ଷା କରିବା ନିମନ୍ତେ କଠୋର ପଦକ୍ଷେପ ନେବା ପାଇଁ ଅଦେଶ ଦେଉଛନ୍ତି। ଜନସାଧାରଣଙ୍କ ସୁବିଧା ଦୃଷ୍ଟିରୁ ଲକ୍‌ଡାଉନ୍‌ ସମୟରେ ଖୋଲା ଯାଇଥିବା ଅତ୍ୟାବଶ୍ୟକୀୟ ଦୋକାନଗୁଡିକରେ ଏବଂ ହାଟ ବଜାରରେ ନିର୍ଦ୍ଦିଷ୍ଟ ସାମାଜିକ ଦୂରତ୍ୱ ରକ୍ଷା କରାଯାଉନି। ଏହାଦ୍ୱାରା ସମଗ୍ର ଜିଲା ପ୍ରଭାବିତ ହେବା ଆଶଙ୍କା ସୃଷ୍ଟି ହୋଇଛି। ଏହି ନୂତନ ଆଦେଶ ଫଳରେ ଦୋକାନ ଭିତରେ ଏବଂ ବାହାରେ ଅତ୍ୟଧିକ ଭିଡ ଏବଂ ଦୂରତା ନିୟନ୍ତ୍ରଣ କରିବା ଦାୟିତ୍ୱ ସମ୍ପୃକ୍ତ ଦୋକାନୀଙ୍କର ରହିବ। ଦୋକାନୀମାନେ ଦୋକାନ ବାହାରେ ଦୁଇ ମିଟର ବ୍ୟବଧାନରେ ଗୋଲେଇ କିମ୍ବା ବର୍ଗକ୍ଷେତ୍ର ଦେଇ ସାମାଜିକ ଦୂରତା ରକ୍ଷା କରିବେ। ଲକ୍ଷ୍ୟ ରଖିବେ ଯେପରି ଗ୍ରାହକମାନେ ଏହି ଚିହ୍ନ ଭିତରେ ରହି ସଉଦା ନେବା ଆଣିବା କରିବେ। ଏହି ନିୟମକୁ ଯେଉଁ ଦୋକାନୀ ମାନେ ପାଳନ କରିବାକୁ ଅକ୍ଷମ ହେବେ ପ୍ରଶାସନ କିମ୍ବା ପୋଲିସ ସେହି ଦୋକନକୁ ତୁରନ୍ତ ବନ୍ଦ କରି ଦେଇ ପାରିବେ । ଏହି ଆଦେଶକୁ କାର୍ଯ୍ୟକାରୀ କରିବା ପାଇଁ ସୋନପୁର ଓ ବୀରମହାରାଜପୁର ଉପଜିଲାପାଳ, ସମସ୍ତ ତହସିଲଦାର ଓ ପୌରପାଳିକାମାନଙ୍କର କାର୍ଯ୍ୟନିର୍ବାହୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିଭଳି ଜିଲା ଆରକ୍ଷୀ ଅଧିକ୍ଷକ ସମସ୍ତ ଥାନା ଅଧିକାରୀମାନଙ୍କୁ ଏହି ନିୟମର କଠୋର ଅନୁପାଳନ କରିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପରିବେଶର ସନ୍ତୁଳନ ରକ୍ଷା ନିହାତି ଆବଶ୍ୟକ: ଔଷଧୀୟ ଚାରା ରୋପଣ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri