ସାମାଜିକ ଦୂରତ୍ୱ ରହୁନି: ଅର୍ନିଦ୍ଦିଷ୍ଟ କାଳ ପାଇଁ ରାଇକିଆ ହାଟ ବନ୍ଦ

ରାଇକିଆ,୭।୬(ଡି.ଏନ.ଏ.)-କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟ ସୋମବାର ବନ୍ଦ ରହିବ। ଏ ନେଇ ରବିବାର ପଞ୍ଚାୟତ ତରଫରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଘୋଷଣା କରାଯାଇଛି।
ପ୍ରକାଶ ଯେ, ଉକ୍ତ ହାଟରେ ବ୍ୟାପକ ଜନସମାଗମ ହେଉଥିବାବେଳେ ସାମାଜିକ ଦୂରତ୍ୱ ରହୁନାହିଁ। ଗତ ୧ ତାରିଖରେ ହାଟରେ ଭିଡ଼ ଯୋଗୁ ଜିଲା ପ୍ରଶାସନ ତରଫରୁ ଦିନ ଗୋଟାଏ ସୁଦ୍ଧା ଦୋକାନ ବଜାର ବନ୍ଦ କରିବା ପାଇଁ ନିଦ୍ଦେର୍ର୍ଶ ଦିଆଯାଇଥିଲା। ହେଲେ ଗହଳି ଯୋଗୁ ଅପରାହ୍ନ ତିନିଟା ପର୍ଯ୍ୟନ୍ତ ହାଟ ଖୋଲା ରହିଥିଲା। ଏହି ସମସ୍ୟାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ହାଟ ବନ୍ଦ କରିବା ପାଇଁ ଏବଂ ପରବର୍ତ୍ତୀ ଘୋଷଣା ନ ହେଲା ପର୍ଯ୍ୟନ୍ତ ହାଟ ଖୋଲା ନ ଯିବା ପାଇଁ ନିଷ୍ପତି ନିଆଯାଇଛି। ଏଥିସହ ଲକ୍‌ଡାଉନ ନିୟମକୁ କଡାକଡି ପାଳନ କରିବାକୁ ପ୍ରଚାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri