Posted inଫୁରସତ

ସାମାଜିକ ଦୂରତ୍ୱ ୧ ମିଟରରୁ କମ୍‌ ହେଲେ ବାଜିଉଠିବ ଆଲାର୍ମ !

ଆଲିଗଡ଼,୨୩।୫: କରୋନା ଭାଇରସ ସଂକ୍ରମଣରୁ ଦୂରେଇ ରହିବାକୁ ସାମଜିକ ଦୂରତା ରକ୍ଷା କରିବା ଜରୁରୀ ବୋଲି କୁହାଯାଇଛି। ହେଲେ ଏବେବି ଅନେକ ଲୋକ ଏହି ନିୟମର ଉଲ୍ଲଂଘନ କରୁଥିବା ଦେଖାଯାଇଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ଛରାର ଜଣେ ବିଟେକ୍‌ ଛାତ୍ର ଏବେ ଏକ ଆଲର୍ମ ତିଆରି କରିଛନ୍ତି। ଯଦି କୌଣସି ବ୍ୟକ୍ତି ପରସ୍ପରଠାରୁ ୧ ମିଟର ଦୂରତା ନ ରଖନ୍ତି ତେବେ ଏହି ଆଲର୍ମ ବାଜିଉଠିବ। ଯେପର୍ଯ୍ୟନ୍ତ ଦୁଇଜଣଙ୍କ ମଧ୍ୟରେ ଏକ ମିଟର ଦୂରତା ନ ରହିଛି ସେପର୍ଯ୍ୟନ୍ତ ଏହା ବାଜିବ ବୋଲି କୁହାଯାଉଛି। ଶ୍ରେୟ ଅଗ୍ରଓ୍ବାଲ ନାମକ ଜଣେ ଛାତ୍ର ଏବେ ବିଟେକ୍‌ର ପ୍ରଥମ ବର୍ଷରେ ପାଠ ପଢୁଥିବା ବେଳେ ସେ ଏହି ଆଲର୍ମ ତିଆରି କରିଛନ୍ତି। ଇଣ୍ଡଷ୍ଟ୍ରିଜ ସେଣ୍ଟରର ଡେପୁଟି କମିଶନରଙ୍କୁ ଏହି ଆଲର୍ମ ପସନ୍ଦ ଆସିଥିବା ବେଳେ ସେ ଏହାର ଏକ ଭିଡିଓ ପ୍ରସ୍ତୁତ କରି ଟେକ୍ନିକାଲ ମଞ୍ଜୁରୀ ପାଇଁ ପଠାଇବେ ବୋଲି କୁହାଯାଉଛି। ତେବେ ଏହି ଆଲର୍ମକୁ ବେକରେ ଆଇକାର୍ଡ ଭଳି ପକାଇ ହେବ ବୋଲି ଶ୍ରେୟ କହିଛନ୍ତି। ସୂଚନାଯୋଗ୍ୟ, ମାର୍ଚ୍ଚ ମାସରେ ‘ମୋ ସରକାରଙ୍କ କୋଭିଡ-୧୯ ସମାଧାନ ଚ୍ୟାଲେଞ୍ଜ’ର ଅନ୍‌ଲାଇନ ପରୀକ୍ଷାରେ ଭାଗ ନେଇ ଶ୍ରେୟ କୃତକାର୍ଯ୍ୟ ହେବା ପରେ ଏହି ଆଲର୍ମ କବଚକୁ ଉପସ୍ଥାପନ କରିଥିଲେ ଯାହା ସମସ୍ତଙ୍କୁ ବେଶ୍‌ ପସନ୍ଦ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri