ସାମୁଦ୍ରିକ ଝଡ଼ ସତର୍କତା: ଜିଲାର ୬୪ ଗ୍ରାମର ଅଧିବାସୀ ସ୍ଥାନାନ୍ତର ହେବେ

କେନ୍ଦ୍ରାପଡ଼ା ଅଫିସ, ୧୮ା୫: ସାମୁଦ୍ରିକ ଝଡ ଅମ୍ଫନ୍‌କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଜିଲାର ୬୪ଟି ସୁନାମି ପ୍ରବଣ ଗ୍ରାମର ଅଧିବାସୀଙ୍କୁ ସ୍ଥାନାନ୍ତର ପାଇଁ ସୋମବାର ସନ୍ଧ୍ୟା ସୁଦ୍ଧା ସମସ୍ତ ପ୍ରସ୍ତୁତି ସରିଛି। ଝଡର ମୁକାବିଲା ପାଇଁ ଏନ୍‌ଡିଆର୍‌ଏଫ୍‌ର ୨ ଟିମ୍‌ ମହାକାଳପଡା ବ୍ଲକ ଅଞ୍ଚଳକୁ ପଠାଯାଇଥିବା ବେଳେ ଓଡ୍ରାଫର ଗୋଟିଏ ଟିମ୍‌ ରାଜନଗର ବ୍ଲକରେ ଅଛନ୍ତି। ଅଗ୍ନିଶମ ବାହିନୀ ଓ ପ୍ରଶାସନିକ ଅଧିକାରୀମାନେ ଏହି ଦୁଇ ବ୍ଲକ ଅଞ୍ଚଳରେ ଡେରା ପକାଇଛନ୍ତି। ପାନୀୟ ଜଳ ଓ ପରିମଳ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ଖାଦ୍ୟ ଯୋଗାଣ, ଜଳ ସମ୍ପଦ, ଗ୍ରାମ୍ୟ ଉନ୍ନୟନ ଆଦି ବିଭାଗର ଅଧିକାରୀମାନେ ବିଭିନ୍ନ ବ୍ଲକରେ ରହି କାର୍ଯ୍ୟ ତଦାରଖ କରୁଛନ୍ତି। ଏ ସମ୍ପର୍କରେ ଜିଲା ଜରୁରିକାଳୀନ ଅଧିକାରୀ ସମ୍ବିତ କୁମାର ଶତପଥୀ କହିଛନ୍ତି, ବାତ୍ୟାର ଗତିବିଧି ଓ ପ୍ରକୋପ ଆକଳନ କରିବା ପରେ ସମୁଦ୍ର ତଟବର୍ତ୍ତୀ ଗ୍ରାମଗୁଡିକରୁ ଅଧିବାସୀଙ୍କୁ ସ୍ଥାନାନ୍ତର ପାଇଁ ନିଷ୍ପତ୍ତି ନିଆଯାଇଛି। ବାତ୍ୟା ଆଶ୍ରୟସ୍ଥଳର ନିରୀକ୍ଷଣ ସରିଛି। ଏଥିସହିତ ସମ୍ଭାବ୍ୟ କ୍ଷୟକ୍ଷତିକୁ ଆକଳନ କରାଯାଇ ପ୍ରାରମ୍ଭିକ କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଇଛି। ସମସ୍ତଙ୍କ ଜୀବନ ବଞ୍ଚାଇବା ଜିଲା ପ୍ରଶାସନର ପ୍ରାଥମିକତାରେ ଅଛି। ଏଥିପାଇଁ ବିଭାଗୀୟ ଅଧିକାରୀ ଓ ନୋଡାଲ ଅଧିକାରୀ ଉପାନ୍ତ ଅଞ୍ଚଳରେ ରହି ସମସ୍ତ କାର୍ଯ୍ୟ ତଦାରଖ କରୁଛନ୍ତି। ସାମୁଦ୍ରିକ ଝଡ ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ତଟବର୍ତ୍ତୀ ଗ୍ରାମକୁ ଜିଲା ପ୍ରଶାସନ ଗୁରୁତ୍ୱ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri