‘ସାମ୍ବାଦିକତାରେ ବିଘଟନ ସୃଷ୍ଟି ହୋଇଛି’

ବ୍ରହ୍ମପୁର ଅଫିସ,୩୦ା୧: ସାମ୍ବାଦିକତାରେ ବର୍ତ୍ତମାନ ବିଘଟନ ସୃଷ୍ଟି ହୋଇଛି। ଏହା ୨୦୨୦ ପରଠାରୁ ଅତ୍ୟନ୍ତ ଗୁରୁତର ରୂପ ନେବାକୁ ଯାଉଛି। ଏହି ପରିବର୍ତ୍ତିତ ପରିବେଶ ଓ ବିଘଟନ ସାମ୍ବାଦିକତାର ଗୁଣାମତ୍କ ବିକାଶରେ ଏକ ବଡ଼ ସମସ୍ୟା ସୃଷ୍ଟି କରିଛି। ତେଣୁ ଏନେଇ ଏବେଠାରୁ ସଚେତନ ହେବାର ଆବଶ୍ୟକତା ରହିଛି ବୋଲି ବୁଧବାର ଭାରତ ସରକାରଙ୍କ ସୂଚନା ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି) ପକ୍ଷରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳାରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ପ୍ରଫେସର ଡ. ପ୍ରଦୀପ ମହାପାତ୍ର କହିଥିଲେ। ସେ ଆହୁରି କହିଲେ, ଆଧୁନିକ ଜନଜୀବନ ବର୍ତ୍ତମାନ ଗଣମାଧ୍ୟମ ଅଭିମୁଖୀ ହୋଇଛି। ମୋବାଇଲ ଓ ଇଣ୍ଟରନେଟର ବହୁଳ ବ୍ୟବହାର ଫଳରେ ଗଣମାଧ୍ୟମ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ହୋଇଛି। ଟେଲିଭିଜନ ତୁଳନାରେ ମୋବାଇଲ ଫୋନ ମାଧ୍ୟମରେ ସୋସିଆଲ ମିଡିଆରେ ରହିବାକୁ ଅଧିକ ଲୋକ ପସନ୍ଦ କରୁଛନ୍ତି। ଏକ ରିପୋର୍ଟ ଅନୁସାରେ ଭାରତରେ ଜଣେ ବ୍ୟକ୍ତି ଦିନକୁ ହାରାହାରି ୫ ଘଣ୍ଟା ବିଭିନ୍ନ ଗଣମାଧ୍ୟମ ସହ ସମ୍ପୃକ୍ତ ରହୁଥିବାବେଳେ ଯୁକ୍ତରାଷ୍ଟ୍ର ଆମେରିକାରେ ହାରାହାରି ୧୨ ଘଣ୍ଟା ଏବଂ ଚାଇନା, ଜାପାନ, ଦକ୍ଷିଣକୋରିଆରେ ସାଢେ ୬ ଘଣ୍ଟାରୁ ୭ ଘଣ୍ଟା ରହୁଥିବା ଜଣାପଡିଛି। ୨୦୧୪ରେ ଭାରତରେ ଟେଲିଭିଜନ ତୁଳନାରେ ମୋବାଇଲ ଫୋନ ବ୍ୟବହାରକାରୀଙ୍କ ସଂଖ୍ୟା କମ୍‌ ରହିଥିଲା। ୨୦୧୯ରେ ଟେଲିଭିଜନ ତୁଳନାରେ ମୋବାଇଲ ଫୋନ ବ୍ୟବହାରକାରୀଙ୍କ ସଂଖ୍ୟା ଅଧିକ ରହିଛି। ଏହା ୨୦୨୧ ବେଳକୁ ଆହୁରି ବୃଦ୍ଧି ପାଇବାକୁ ଥିବାବେଳେ ଟେଲିଭିଜନ ଉପରୁ ଲୋକ ମୁହଁ ଫେରାଇବା ସମ୍ଭାବନା ସୃଷ୍ଟି ହୋଇଛି ବୋଲି ମହାପାତ୍ର କହିଥିଲେ।
ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆରଡିସି) ଟି. ଆଓ ମୁଖ୍ୟଅତିଥି ଭାବେ ଯୋଗଦେଇ କର୍ମଶାଳାକୁ ଉଦ୍‌ଘାଟନ କରିଥିଲେ। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଓଡ଼ିଶା ପ୍ରାନ୍ତର ଅତିରିକ୍ତ ମହାନିର୍ଦ୍ଦେଶକ ତଥା ଅତିରିକ୍ତ ପ୍ରେସ୍‌ ରେଜିଷ୍ଟ୍ରାର ଶୈଳେଶ କୁମାର ମାଲବ୍ୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ କର୍ମଶାଳାରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୋବିନ୍ଦ ଜେ. ଚକ୍ରପାଣି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଗ୍ରାମାଞ୍ଚଳରେ କାର୍ଯ୍ୟ କରୁଥିବା ଗଣମାଧ୍ୟମ ପ୍ରତିନିଧିମାନେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବାରେ ଅବଦାନ ରହିଛି। ଲୋକତାନ୍ତ୍ରିକ ବ୍ୟବସ୍ଥାକୁ ଗ୍ରାମୀଣ ସାମ୍ବାଦିକମାନେ ସମୃଦ୍ଧ କରିଥାନ୍ତି ବୋଲି ଅତିରିକ୍ତ ମହାନିର୍ଦ୍ଦେଶକ ମାଲବ୍ୟ କହିଥିଲେ। ପତ୍ର ସୂଚନା କାର୍ଯ୍ୟାଳୟ ଗଣ ଯୋଗାଯୋଗ ଅଧିକାରୀ ପ୍ରଦୀପ କୁମାର ଚୌଧୁରୀ ଏହାକୁ ପରିଚାଳନା କରିଥିଲେ। ଭାରତ ସରକାରଙ୍କ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, କିଷାନ ସମ୍ମାନ ନିଧି ଯୋଜନା, ସ୍ବଚ୍ଛ ଭାରତ ଅଭିଯାନ, ଡିଜିଟାଲ ଇଣ୍ଡିଆ, ପ୍ରଧାନମନ୍ତ୍ରୀ କୌଶଲ ବିକାଶ ଯୋଜନା ଓ ଉଜ୍ୱଳା ଯୋଜନା ଆଦି ସମ୍ପର୍କରେ ଚୌଧୁରୀ ଆଲୋଚନା କରିଥିଲେ। ଆଞ୍ଚଳିକ କ୍ଷେତ୍ର ଜନସମ୍ପର୍କ କାର୍ଯ୍ୟାଳୟ ନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଯୋଗଦେଇ ଆଞ୍ଚଳିକ ଖବରଦାତାଙ୍କୁ ପ୍ରଶିକ୍ଷିତ କରିବା ଏହି କର୍ମଶାଳାର ତଥା ବାର୍ତ୍ତାଳାପ କାର୍ଯ୍ୟକ୍ରମର ଗୁରୁତ୍ୱ ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ଆକାଶବାଣୀର କାର୍ଯ୍ୟକ୍ରମ ମୁଖ୍ୟ ଡ. ହୃଷୀକେଶ ପାଣିଗ୍ରାହୀ, ଅମ୍ବିକା ଦାଶ, ବ୍ରହ୍ମପୁର କ୍ଷେତ୍ର ପ୍ରଚାର ଅଧିକାରୀ ମନମୋହନ ପାଢୀ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିରଞ୍ଚି ନାରାୟଣ ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ଦିନିକିଆ କର୍ମଶାଳାରେ ବ୍ରହ୍ମପୁରର ପାଖାପାଖି ୪୦ ରୁ ଊର୍ଦ୍ଧ୍ୱ ଗଣମାଧ୍ୟମ ପ୍ରତିନିଧି ଯୋଗଦେଇ ବିଭିନ୍ନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଶେଷରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଜନସାଧାରଣଙ୍କ ମତକୁ ନେଇ ଗଣମାଧ୍ୟମ ପ୍ରତିନିଧିମାନେ ମତବ୍ୟକ୍ତ କରିଥିଲେ। ପିଆଇବି ଉପନିର୍ଦ୍ଦେଶକ ସୀତାନାଥ ମିଶ୍ର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?