Posted inଜାତୀୟ

ସାମ୍ବିଧାନିକ ପୀଠରେ ହେବ ସିଏଏ ଶୁଣାଣି

ନୂଆଦିଲ୍ଲୀ,୨୩ା୧(ପି.ଟି.): କେନ୍ଦ୍ର ସରକାରଙ୍କ ଯୁକ୍ତି ନ ଶୁଣି ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଉପରେ ସ୍ଥଗିତାଦେଶ ଜାରି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ସିଏଏର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ ୧୪୩ ପିଟିଶନ ଦାଏର ହୋଇଥିବାବେଳେ ଏହା ଉପରେ ୪ ସପ୍ତାହ ମଧ୍ୟରେ ଜବାବ ରଖିବାକୁ କେନ୍ଦ୍ରକୁ ନିର୍ଦ୍ଦେଶ ଦିଆଯାଇଛି। ୫ ଜଣିଆ ସାମ୍ବିଧାନିକ ପୀଠରେ ଏହି ମାମଲାର ଶୁଣାଣି ହେବ। ପିଟିଶନଗୁଡ଼ିକର ଶୁଣାଣି କରି ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କେନ୍ଦ୍ରକୁ ନୋଟିସ ଜାରି କରିବା ସହ ବିଚାର ନ ସରିବା ପର୍ଯ୍ୟନ୍ତ ଏଭଳି ମାମଲାର ଶୁଣାଣିରୁ ହାଇକୋର୍ଟଗୁଡ଼ିକ ବିରତ ରହିବାକୁ କହିଛନ୍ତି। ସେହିପରି ଦେଶର ଅନ୍ୟଭାଗ ତୁଳନାରେ ଆସାମ ଓ ତ୍ରିପୁରାରେ ସିଏଏକୁ ନେଇ ଭିନ୍ନ ସମସ୍ୟା ରହିଥିବାରୁ ଉକ୍ତ ଦୁଇ ରାଜ୍ୟର ପିଟିଶନ ଅଲଗା ଶୁଣାଣି କରିବାକୁ ଖଣ୍ଡପୀଠ କହିଥିଲେ।
ମାମଲାକୁ ସାମ୍ବିଧାନିକ ପୀଠକୁ ପଠାଇବା ସହ ଏନ୍‌ପିଆର୍‌ କାର୍ଯ୍ୟକ୍ରମକୁ ଦୁଇମାସ ପାଇଁ ବନ୍ଦ ରଖିବାକୁ କେତେଜଣ ପିଟିଶନରଙ୍କ ତରଫରୁ ଅଦାଲତରେ ପ୍ରତିନିଧିତ୍ୱ କରୁଥିବା ବରିଷ୍ଠ ଆଇନଜୀବୀ କପିଲ ଶିବଲ କହିଥିଲେ। ସେହିପରି ସିଏଏର କାର୍ଯ୍ୟକାରିତାକୁ ମଧ୍ୟ ସ୍ଥଗିତ ରଖିବା ପାଇଁ ସେ ଅଦାଲତଙ୍କୁ ଅନୁରୋଧ କରିଥିଲେ। ତେବେ କେନ୍ଦ୍ର ସରକାରଙ୍କ ଜବାବ ନ ଶୁଣି ସିଏଏ ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ଉପରେ ସ୍ଥଗିତାଦେଶ ଦିଆଯିବ ନାହଁ ବୋଲି ଖଣ୍ଡପୀଠ କହିବା ସହ ୪ ସପ୍ତାହ ପରେ ଆବେଦନକାରୀମାନଙ୍କ ପାଇଁ କୌଣସି ଅନ୍ତରୀଣ ବ୍ୟବସ୍ଥା କରିବାକୁ କହିଥିଲେ। ୪ ସପ୍ତାହ ପରେ ମାମଲାର ଦୈନନ୍ଦିନ ଶୁଣାଣି ସମ୍ପର୍କରେ ଖଣ୍ଡପୀଠ ନିଷ୍ପତ୍ତି ନେବେ। ସରକାରଙ୍କ ପକ୍ଷରୁ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ କୋର୍ଟଙ୍କୁ କହିଥିଲେ, ମୋଟ ୧୪୩ ପିଟିଶନ ମଧ୍ୟରୁ କେନ୍ଦ୍ରକୁ ୬୦ଟି ଆବେଦନର ନକଲ ମିଳିଛି। ସବୁ ଆବେଦନ ଉପରେ ଜବାବ ଦେବା ଲାଗି ସମୟ ଦରକାର ବୋଲି ସେ କହିଥିଲେ।
୨୦୧୪ ଡିସେମ୍ବର ୩୧ ପୂର୍ବରୁ ଭାରତକୁ ଚାଲିଆସିଥିବା ପଡୋଶୀ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନର ଅଣମୁସଲମାନ ଶରଣାର୍ଥୀମାନଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ ପାଇଁ କେନ୍ଦ୍ର ସରକାର ସିଏଏ ଆଣିଛନ୍ତି। ୨୦୧୯ ଡିସେମ୍ବର ୧୨ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ବିଲ୍‌କୁ ମଞ୍ଜୁରୀ ପ୍ରଦାନ କରିଥିଲେ। ଆଇନର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଇଣ୍ଡିଆନ ୟୁନିୟନ ମୁସ୍‌ଲିମ୍‌ ଲିଗ୍‌ (ଆଇୟୁଏମ୍‌ଏଲ୍‌), କଂଗ୍ରେସ ନେତା ଜୟରାମ ରମେଶ, ଆର୍‌ଜେଡି ନେତା ମନୋଜ ଝା, ତୃଣମୂଳ କଂଗ୍ରେସ ଏମ୍‌ପି ମହୁଆ ମୈତ୍ର ଏବଂ ଏଆଇଏମ୍‌ଆଇଏମ୍‌ ନେତା ଅସାଦୁଦ୍ଦିନ ଓଓ୍ବାଇସି ପ୍ରମୁଖ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri