Posted inଜାତୀୟ

ସାମ୍ବିଧାନିକ ବୈଧତାକୁ କାଏମ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୨(ପି.ଟି.): ଅନୁସୂଚିତ ଜାତି/ଜନଜାତି (ଏସ୍‌ସି/ଏସ୍‌ଟି) ସଂଶୋଧନ ଆଇନ, ୨୦୧୮ର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟ ସୋମବାର କାଏମ ରଖିଛନ୍ତି। ଏହି ଆଇନରେ ଏତଲା ରୁଜୁ କରିବା ପୂର୍ବରୁ ପ୍ରାଥମିକ ତଦନ୍ତ ଜରୁରୀ ନୁହେଁ କିମ୍ବା ଏଥିପାଇଁ କୌଣସି ବରିଷ୍ଠ ପୋଲିସ ଅଧିକାରୀଙ୍କ ଅନୁମୋଦନର ଆବଶ୍ୟକତା ନାହିଁ ବୋଲି ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି। ପ୍ରତି ନାଗରିକ ଅନ୍ୟମାନଙ୍କୁ ସମାନ ଭାବେ ବ୍ୟବହାର ଦେଖାଇବା ଓ ଭ୍ରାତୃଭାବ ଚିନ୍ତାଧାରାକୁ ଅନୁପାଳନ କରିବା ଆବଶ୍ୟକ ବୋଲି ଖଣ୍ଡପୀଠର ଅନ୍ୟତମ ବିଚାରପତି ଜଷ୍ଟିସ ରବୀନ୍ଦ୍ର ଭଟ୍ଟ କହିଛନ୍ତି। ତେବେ ଏସ୍‌ସି/ଏସ୍‌ଟି ଆଇନରେ ପ୍ରାଥମିକ ଅନୁଧ୍ୟାନରୁ ଅଭିଯୋଗର ସତ୍ୟତା ନ ମିଳିଲେ ଅଦାଲତ ଆଗୁଆ ଜାମିନ ପ୍ରଦାନ କରିପାରିବେ ବୋଲି ଜଷ୍ଟିସ ଭଟ୍ଟ କହିଛନ୍ତି।
ଅନୁସୂଚିତ ଜାତି/ଜନଜାତି ସଂଶୋଧନ ଆଇନକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକାଧିକ ଜନସ୍ବାର୍ଥ ମାମଲା ଦାଏର ହୋଇଥିଲା। କଠୋର ଆଇନ ବ୍ୟବସ୍ଥାକୁ କୋହଳ କରିବା ପାଇଁ ସୁପ୍ରିମକୋର୍ଟ ୨୦୧୮ରେ ରାୟ ଦେଇଥିବାବେଳେ ଏହାକୁ ରଦ୍ଦ କରିବା ଲାଗି କେନ୍ଦ୍ର ସରକାର ଆଇନରେ ସଂଶୋଧନ କରିଥିବା ପିଟିଶନରେ ଦର୍ଶାଯାଇଥିଲା। ଏହା ଉପରେ ରହିତାଦେଶ

ଲାଗି ହୋଇଥିବା ଆବେଦନକୁ ସର୍ବୋଚ୍ଚ ଅଦାଲତ ଗତବର୍ଷ ଜାନୁୟାରୀରେ ଅଗ୍ରାହ୍ୟ କରିଦେଇଥିଲେ। ଏହି ଆଇନରେ ଅପରାଧୀଙ୍କୁ ଆଗୁଆ ଜାମିନ ନ ଦେବା ବ୍ୟବସ୍ଥାକୁ କାଏମ ରଖାଯାଇଥିଲା।
କଠୋର ଏସ୍‌ସି/ଏସ୍‌ଟି ଆଇନକୁ ସରକାରୀ କର୍ମଚାରୀ ଓ ଘରୋଇ ବ୍ୟକ୍ତିବିଶେଷଙ୍କ ବିରୋଧରେ ଅପବ୍ୟବହାର କରାଯାଉଥିବା ଅନୁଭବ କରି ଏତଲା ଦାଏର ପରେ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ ନ କରିବା ପାଇଁ ସୁପ୍ରିମକୋର୍ଟ ୨୦୧୮ ରାୟରେ କହିଥିଲେ। ଏହାକୁ ବିରୋଧ କରି ଦେଶବ୍ୟାପୀ ହିଂସାତ୍ମକ ଆନ୍ଦୋଳନ ହୋଇଥିଲା, ଯେଉଁଥିରେ ଅନେକ ମୃତାହତ ହୋଇଥିଲେ। କୋର୍ଟଙ୍କ ଏହି ରାୟକୁ ଅକାମୀ କରିବା ପାଇଁ ପାର୍ଲାମେଣ୍ଟରେ ୨୦୧୮ ଅଗଷ୍ଟ ୯ରେ ଏକ ବିଲ୍‌ ଗୃହୀତ ହୋଇଥିଲା। ପରେ ସର୍ବୋଚ୍ଚ ଅଦାଲତଙ୍କ ୨୦୧୮ ମାର୍ଚ୍ଚ ରାୟର ସମୀକ୍ଷା ଲାଗି କେନ୍ଦ୍ର ସରକାର ଏକ ପିଟିଶନ ଦାଏର କରିଥିଲେ। ସଂଶୋଧିତ ଆଇନରେ ଅନୁସୂଚିତ ଜାତି/ ଜନଜାତିଙ୍କ ପ୍ରତି ଅତ୍ୟାଚାର ମାମଲାରେ ଆଗୁଆ ଜାମିନ ନ ଦେବାର ବ୍ୟବସ୍ଥା ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri