ସାରଙ୍ଗଡ଼ରୁ ବଣ୍ଡଗୁଡ଼ାକୁ ମୃତଦେହ ବୁହାଯିବା ଘଟଣା: ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୩।୭-ଫୁଲବାଣୀ ଜିଲା କ.ନୂଆଗଁା ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର ଦାସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାଲିଗୁଡା ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କ ରିପୋର୍ଟ ପାଇବା ପରେ ସିଡିଏମଓ ସାରଙ୍ଗଡ ଡାକ୍ତରଖାନାର ୨ଡାକ୍ତରଙ୍କୁ କାରଣଦର୍ଶାଅ ନୋଟିଶ ଦେବା ସହ ଜଣେ ଷ୍ଟାଫନର୍ସ ଓ ଜଣେ ଆଟେଣ୍ଡାଣ୍ଟଙ୍କୁ ନିଳମ୍ବିତ କରିଛନ୍ତି।ସୂଚନାଯୋଗ୍ୟ ଯେ, କ.ନୂଆଗଁା ବ୍ଲକ ସାରଙ୍ଗଗଡ ଥାନା ବଣ୍ଡାଗୁଡା ଗ୍ରାମର ପଞ୍ଚାୟତ ରାତ୍ର ଜଗୁଆଳୀ ଦିଲୀପ ଦଳବେହେରା ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ସାରଙ୍ଗଗଡ ମେଡିକାଲରେ ଭର୍ତ୍ତି ହୋଇଥିଲେ। ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଥିଲା। ମହାପ୍ରୟାଣ ଗାଡି ନ ମିଳିବାରୁ ତାଙ୍କ ସମ୍ପର୍କୀୟ ଡାକ୍ତରଖାନା ଠାରୁ ପ୍ରାୟ ୪ କିମି ଦୁର ବଣ୍ଡାଗୁଡାକୁ ଭାରରେ ବୋହି ନେଇଥିଲେ। ଏହି ଘଟଣା ଗଣମାଧ୍ୟମରେ ପ୍ରଚାରିତ ହେବା ପରେ ଜିଲା ଚିକିତ୍ସାଧିକାରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଉପଖଣ୍ଡ ଚିକିତ୍ସାଧିକାରୀଙ୍କ ରିପୋର୍ଟ ପାଇବା ପରେ ସିଡିଏମଓ ଉକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୩ ଦିନ ତଳେ ଦାରିଙ୍ଗିବାଡି ଅଞ୍ଚଳରେ ଏପରି ଖଟରେ ମୃତଦେହ ବୋହିନେବା ଘଟଣାରେ ସିଡିଏମ୍‌ଓ ଏକ ଗାଇଡ ଲାଇନ ଜାରି କରି ଏହାକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ମଧ୍ୟ ସାରଙ୍ଗଗଡ ଡାକ୍ତରଖାନାରେ ପୁଣି ମୃତଦେହ ଭାରରେ ବୁହାହେବା ଘଟଣାକୁ ଜିଲା ପ୍ରଶାସନ ଗୁରୁତର ସହ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri