ସାରଙ୍ଗଧର, ବାଜି ରାଉତ ସେତୁରେ ଆଲୋକୀକରଣ ବ୍ୟବସ୍ଥା ନୋହିଲା; ସଞ୍ଜ ନଇଁଲେ ଗୋଡ଼ାଉଛି ଭୟ

ଢେଙ୍କାନାଳ ଅଫିସ, ୧୨।୮: ଢେଙ୍କାନାଳ ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ସାରଙ୍ଗଧର ସେତୁ ଏବଂ ବାଜି ରାଉତ ସେତୁ ଉପରେ ଆଲୋକୀକରଣ ବ୍ୟବସ୍ଥା ଫଳକରେ ସୀମିତ ରହିଛି। ଜିଲାବାସୀଙ୍କ ଲାଇଫ୍‌ ଲାଇନ କୁହାଯାଉଥିବା ଉକ୍ତ ଦୁଇ ବ୍ରିଜ୍‌ ଉପରେ ସଞ୍ଜ ଗଡ଼ିଲେ ରାଜୁତି କରୁଛି ଅନ୍ଧାର। ଅସାମାଜିକମାନେ ଦୌରାତ୍ମ୍ୟ ସୃଷ୍ଟି କରୁଛନ୍ତି। ଭୟ ଆତଙ୍କରେ ଜୀବନକୁ ବାଜି ଲଗାଇ ପଥଚାରୀମାନେ ଯାତାୟାତ କରୁଥିବାବେଳେ ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଳାଗିଛି।
ଢେଙ୍କାନାଳ-କାମାକ୍ଷାନଗର ପୂର୍ତ୍ତ ବିଭାଗ ରାସ୍ତାର ବାହ୍ମଣୀ ନଦୀ ଉପରେ ନିର୍ମିତ ହୋଇଛି ସାରଙ୍ଗଧର ସେତୁ। ୧ କିମି ୩୩୫ ମିଟର ଦୈର୍ଘ୍ୟ ବିଶିଷ୍ଟ ଉକ୍ତ ବ୍ରିଜ୍‌ରେ ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା ପାଇଁ ୪୮ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଛି। ୨୦୧୯ ମାର୍ଚ୍ଚ ୩ରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ କାମାକ୍ଷାନଗର ବିଧାୟକ ତଥା ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ସେହିପରି ଗଁଦିଆ ବ୍ଲକ ମନ୍ଦାର ଏବଂ ଭୁବନ ବ୍ଲକ ମଧ୍ୟରେ ଯାତାୟାତ ବ୍ୟବସ୍ଥା ସୁଗମ କରିବାକୁ ଲୋକାର୍ପିତ ହୋଇଛି ବାଜି ରାଉତ ସେତୁ, ଯାହାର ଦୈର୍ଘ୍ୟ ୧କିମି ୨୨୫ ମିଟର। ଏଥିରେ ଆଲୋକୀକରଣ ବ୍ୟବସ୍ଥା ପାଇଁ ୪୬ ଲକ୍ଷ ଟଙ୍କା ଅଟକଳ କରାଯାଇଛି। ଭିତ୍ତିପ୍ରସ୍ତର ସ୍ଥାପନର ୩ମାସ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ସମୟ ସୀମା ଧାର୍ଯ୍ୟ କରାଯାଇଥିଲା। ଏହାପରେ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ବିଭାଗୀୟ ଯନ୍ତ୍ରୀ ଏବଂ ଅଧିକାରୀଙ୍କ ହାତବାରିସି ସାଜିଥିବା ଏକ ଠିକାସଂସ୍ଥା ଟେଣ୍ଡର ସମୟରେ ପ୍ରମୁଖ କମ୍ପାନୀର ଜାଲ କୋଟେଶନ ଦାଖଲ କରିଥିଲା। ଘଟଣା ପ୍ରଘଟ ହେବାପରେ ଏହାକୁ ନେଇ ପ୍ରତିବାଦର ସ୍ବର ଉଠିଥିଲା। ପୂର୍ତ୍ତ ବିଭାଗ ପକ୍ଷରୁ ଘଟଣାର ତଦନ୍ତ ବେଳେ କୋଟେଶନ ଜାଲ୍‌ ଥିବା ସ୍ପଷ୍ଟ ହୋଇଥିଲା ଏବଂ ଟେଣ୍ଡର ପ୍ରକ୍ରିୟା ବାତିଲ କରିଦିଆଯାଇଥିଲା। ଏହାପରେ ଆଲୋକୀକରଣ ପ୍ରସଙ୍ଗକୁ ସମ୍ପୂର୍ଣ୍ଣ ଭୁଲିଯାଇଛି ପୂର୍ତ୍ତ ବିଭାଗ। ଏ ନେଇ ଜିଲା ପ୍ରଶାସନଠାରୁ ଆରମ୍ଭ କରି ପୂର୍ତ୍ତ ବିଭାଗ ବରିଷ୍ଠ ଅଧିକାରୀଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ଗୁରୁତ୍ୱ ଦିଆଯାଉ ନ ଥିବା ଅଭିଯୋଗ ହେଉଛି। ଉଲ୍ଲେଖଯୋଗ୍ୟ, ସାରଙ୍ଗଧର ସେତୁ ଲୋକାର୍ପଣକୁ ୨୬ବର୍ଷ ପୂରଣ ହୋଇସାରିଥିବାବେଳେ ୨୦୧୬ରେ କାର୍ଯ୍ୟକ୍ଷମ ହୋଇଛି ବାଜି ରାଉତ ସେତୁ।
ଏ ସଂକ୍ରାନ୍ତରେ ନିର୍ବାହୀଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ କୁହନ୍ତି, ଜାଲ କୋଟେଶନ ଧରାପଡ଼ିବା ପରେ ଟେଣ୍ଡର ବାତିଲ କରିଦିଆଯାଇଥିଲା। ଏହାପରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଗଲା। ଫଳରେ କାମ ଆଉ ଆଗେଇ ପାରିନାହିଁ। ଏବେ ପୁଣିଥରେ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି। ଖୁବଶୀଘ୍ର କାମ ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri