Posted inଜାତୀୟ

ସାରଦା ଚିଟ୍‌ଫଣ୍ଡ ମାମଲା: ରାଜୀବଙ୍କ ମୁଣ୍ଡରେ ଖଣ୍ଡା

ନୂଆଦିଲ୍ଲୀ,୧୮ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ କୁହାଯାଉଥିବା କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ସାରଦା ଚିଟ୍‌ଫଣ୍ଡ ମାମଲାରେ ଫସିଥିବା ରାଜୀବଙ୍କୁ ଫେବୃୟାରୀ ୫ରେ ସୁରକ୍ଷା ଦେବା ସହ ଗିରଫ ନ କରିବା ଲାଗି ଦିଆଯାଇଥିବା ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ଶୁକ୍ରବାର ହଟାଇ ଦେଇଛନ୍ତି। ଏଥିସହ ରାଜୀବଙ୍କୁ ଆଇନଗତ ସହାୟତା ଲାଗି ୭ ଦିନ ଦେଇଛନ୍ତି। ଏହି ସମୟ ମଧ୍ୟରେ ସେ ଆଗୁଆ ଜାମିନ୍‌ ଲାଗି ଆବେଦନ କରିପାରିବେ ଓ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ବିଚାରବିମର୍ଶ କରିପାରିବେ ବୋଲି କୁହାଯାଉଛି।
ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ସାରଦା ଚିଟ୍‌ଫଣ୍ଡ ମାମଲାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ମାର୍ଚ୍ଚ ୩୦ରେ ଖଣ୍ଡପୀଠ ସିବିଆଇକୁ ତଥ୍ୟ ପ୍ରମାଣ ଦାଖଲ ଲାଗି ନିର୍ଦ୍ଦେଶ ଦେଇଥିଲେ। ସିବିଆଇ ପକ୍ଷରୁ ରାଜୀବଙ୍କ ଗିରଫଦାରି ଉପରେ ଲଗାଯାଇଥିବା କଟକଣା ହଟାଇ ଦେବା ଲାଗି କୋର୍ଟରେ ଆବେଦନ କରାଯାଇଥିଲା। ଶୁକ୍ରବାର ସର୍ବୋଚ୍ଚ ଅଦାଲତ ଉକ୍ତ କଟକଣାକୁ ହଟାଇ ଦେଇଛନ୍ତି। ୭ ଦିନ ପରେ ସିବିଆଇ ସାରଦା ଚିଟ୍‌ଫଣ୍ଡ ମାମଲାରେ ତଥ୍ୟ ପ୍ରମାଣ ନଷ୍ଟକରିବା ଅଭିଯୋଗରେ ରାଜୀବ କୁମାରଙ୍କ ସମ୍ପୃକ୍ତି ନେଇ ତାଙ୍କୁ ଜେରା କରିପାରିବ। ଇତିମଧ୍ୟରେ ରାଜୀବ ଆଇନଗତ ସୁରକ୍ଷା ଓ ପଦକ୍ଷେପ ନେଇପାରିବେ ବୋଲି କୋର୍ଟ କହିଛନ୍ତି।
ବିରାଟ ଷଡ଼ଯନ୍ତ୍ର ପଛର ରହସ୍ୟ ଉନ୍ମୋଚନ ଲାଗି ରାଜୀବ କୁମାର ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଜେରା କରାଯିବାର ଆବଶ୍ୟକତା ରହିଛି ବୋଲି ସଲିସିଟର ଜେନେରାଲ ତୁଷାର ମେହେଟା ଓ ସିବିଆଇ କହିଛନ୍ତି। ସାରଦା ଗ୍ରୁପ ନିର୍ଦ୍ଦେଶକଙ୍କ ସହ ବହୁ ରାଜନେତାଙ୍କ ସମ୍ପୃକ୍ତି ଥିବା ଅଭିଯୋଗ କରାଯାଇଛି। ତେବେ ରାଜୀବ କୁମାରଙ୍କ ଓକିଲ ଏଭଳି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି ଯେ, ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସିବିଆଇ ଶିିଲଂରେ ତାଙ୍କୁ ଜେରା କରିଥିବାବେଳେ କିଛି ତଥ୍ୟ ପାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍, ଆରବିଆଇ ଜାରି କଲା….

ନୂଆଦିଲ୍ଲୀ,୧୭।୭: ଦେଶରେ ଖୁବ୍‌ଶୀଘ୍ର ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ହେବାକୁ ଯାଉଛି । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ମୁଦ୍ରା ବ୍ୟବସ୍ଥାରେ ଏହି ଗୁରୁତ୍ୱପୂର୍ଣ୍ଣ ଏବଂ ଆଧୁନିକ…

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

ଇରାନ ବିରୋଧରେ ଯୁଦ୍ଧରେ ଯୋଗଦେବ ପାକିସ୍ତାନ? ସାଉଦି ଆରବ ଉପରେ ହୁଥିଙ୍କ କ୍ଷେପଣାସ୍ତ୍ର ମାଡ଼ ପରେ ରାଗିଲା ଇସଲାମାବାଦ

ଇସଲାମାବାଦ,୧୭।୭: ଇରାନ ଏବଂ ଆମେରିକା ମଧ୍ୟରେ ଏକ ଚୁକ୍ତି ପାଇଁ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରୁଥିବା ପାକିସ୍ତାନ ଏବେ ନିଜକୁ ଏକ ସଂଘର୍ଷରେ ଫସାଇପାରେ। ୟେମେନର ହୁଥି…

ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ…

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…

ବଡ଼ ଖୁଲାସା କଲେ ଆମିର ଖାନ୍‌: 3 idiots ସୋନମ ୱାଙ୍ଗଚୁକଙ୍କ ଉପରେ ଆଧାରିତ ନୁହେଁ, ଜାଣନ୍ତୁ କ’ଣ କହିଲେ…

ମୁମ୍ବାଇ: ଶିକ୍ଷାବିତ୍‌ ତଥା ସମାଜସେବୀ ସୋନମ ୱାଙ୍ଗଚୁକ ୨୦ ଦିନ ହେବ ଦିଲ୍ଲୀର ଯନ୍ତର ମନ୍ତରଠାରେ ଅନଶନରେ ବସିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ଓଜନ ମଧ୍ୟ…

ବଡ଼ ରେକର୍ଡ କଲେ ରୋହିତ-କୋହଲି ଯୋଡ଼ି: ୯୪ ବର୍ଷ ଦିନିକିଆ କ୍ରିକେଟ୍‌ ଇତିହାସରେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟର ଦୁଇ ମହାନ ଖେଳାଳି, ରୋହିତ ଶର୍ମା ଏବଂ ବିରାଟ କୋହଲି, ଅନ୍ତର୍ଜାତୀୟ କ୍ରିକେଟରେ ଏକ ଏପରି ସଫଳତା ହାସଲ କରିଛନ୍ତି ଯାହା ପ୍ରତ୍ୟେକ…

ଅବସର ନେବେ ନାହିଁ ରୋହିତ ଶର୍ମା! ‘ହିଟମ୍ୟାନ’ଙ୍କୁ ନେଇ ଏମିତି କହିଦେଲେ କୋଚ

ନୂଆଦିଲ୍ଲୀ,୧୭।୭: ଦ୍ୱିତୀୟ ଦିନିକିଆରେ ପୁଣି ଥରେ ବିଫଳ ହେବା ପରେ, ତୃତୀୟ ମ୍ୟାଚ ରୋହିତ ଶର୍ମାଙ୍କ ଶେଷ ହୋଇପାରେ ବୋଲି କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri