Posted inଜାତୀୟ

ସାରା ଦେଶରେ ଶୀତ ଲହରି ଜାରି

ନୂଆଦିଲ୍ଲୀ,୨୯ା୧୨(ପି.ଟି.): କିଛିଦିନ ହେଲା ଉତ୍ତର ଭାରତ ସମେତ ସାରା ଦେଶ ଶୀତରେ ଥରୁଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ି ଯୋଗୁ ଘରୁ ବାହାରିବା କଷ୍ଟକର ହୋଇପଡ଼ିଛି। ଦିଲ୍ଲୀର ତାପମାତ୍ରା ଶନିବାର ସକାଳେ ୨ ଡିଗ୍ରୀ ସେଲ୍‌ସିୟସ୍‌ ତଳକୁ ଖସିଆସିଛି। ରାଜଧାନୀରେ ଏହା ଚଳିତ ଋତୁର ସବୁଠୁ ଥଣ୍ଡା ଦିନ ବୋଲି କୁହାଯାଉଛି। ଦିଲ୍ଲୀବାସୀ କିଛି ସପ୍ତାହ ହେଲା ପ୍ରବଳ ଶୀତକୁ ସାମନା କରିଆସୁଥିବାବେଳେ ଶନିବାର ସକାଳ ସାଢ଼େ ୮ଟାରେ ଲୋଧି ରୋଡ୍‌ ଅଞ୍ଚଳରେ ତାପମାତ୍ରା ୧.୭ ଡିଗ୍ରୀ ରେକର୍ଡ କରାଯାଇଥିବା ଭାରତୀୟ ପାଣିପାଗ ବିଭାଗ କହିଛିି। ଏହା ବ୍ୟତୀତ ଆୟା ନଗରରେ ୧.୯ ଡିଗ୍ରୀ ଥିବାବେଳେ ସଫଦରଜଙ୍ଗ ଏନ୍‌କ୍ଲେଭ୍‌ରେ ୨.୪ ଡିଗ୍ରୀ ସେଲ୍‌ସିୟସ ରହିଥିଲା, ଯାହାକି ୧୯୯୨ ପରଠାରୁ ଏନ୍‌କ୍ଲେଭ୍‌ରେ ସର୍ବାଧିକ ଥଣ୍ଡା। ୩୦ ଦଶକରେ ସେଠାରେ ସର୍ବନିମ୍ନ ତାପମାତ୍ରା ଶୂନ ଡିଗ୍ରୀ ରେକର୍ଡ କରାଯାଇଥିଲା। ଜାନୁୟାରୀ ୩ ପର୍ଯ୍ୟନ୍ତ ଏଭଳି ଥଣ୍ଡା ପାଗ ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଯୋଗୁ ରାସ୍ତାଘାଟ ଦୂରରୁ ଦୃଶ୍ୟ ହେଉନାହିଁ। ଫଳରେ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହୋଇଛି। ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଦିଲ୍ଲୀ ବିମାନବନ୍ଦରକୁ ଆସିବାକୁ ଥିବା ୪ଟି ବିମାନକୁ ଅନ୍ୟ ବିମାନବନ୍ଦରକୁ ପଠାଯାଇଥିଲା। ସେହିପରି ଭଲ ଦେଖାଯାଉ ନ ଥିବାରୁ ଦିଲ୍ଲୀରେ ୨୪ଟି ଟ୍ରେନ୍‌ର ଚଳାଚଳରେ ୨ରୁ ୫ ଘଣ୍ଟା ପର୍ଯ୍ୟନ୍ତ ବିଳମ୍ବ ହୋଇଥିଲା। ତାପମାତ୍ରା ହ୍ରାସ ସହିତ ଦିଲ୍ଲୀର ବାୟୁ ପ୍ରଦୂଷଣ ଶନିବାର ପୁଣିଥରେ ଉତ୍କଟ ରୂପ ଧାରଣ କରିଛି। ଅଧିକ ଆର୍ଦ୍ରତା ଓ ପବନର ବେଗ କମ୍‌ ରହୁଥିବାରୁ ତଳସ୍ତରର ବାୟୁରେ ପ୍ରଦୂଷଣ ଉପାଦାନ ଅଧିକ ରହୁଛି। ସକାଳ ୧୦ଟାରେ ଦିଲ୍ଲୀର ବାୟୁ ମାନ ୪୧୩ ରେକର୍ଡ କରାଯାଇଛି। ଉତ୍ତର, ପୂର୍ବ ଓ କେନ୍ଦ୍ରୀୟ ଭାରତରେ ପ୍ରବଳ ଶୀତ ଲହରି ଆଉ ୨ ଦିନ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଉତ୍ତରପଶ୍ଚିମ ଦିଗରୁ ଥଣ୍ଡା ପବନ ବହୁଥିବାରୁ ତାପମାତ୍ରା ଯଥେଷ୍ଟ ହ୍ରାସ ପାଇଛି। ଓଡ଼ିଶା ସମେତ ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଦିଲ୍ଲୀ, ଉତ୍ତର ରାଜସ୍ଥାନ ଓ ଉତ୍ତରପ୍ରଦେଶରେ ଶୀତ ଲହରି ଆଉ ୨ ଦିନ ଜାରି ରହିିବ। ୩୧ରୁ ଏହିସବୁ ଅଞ୍ଚଳରେ ଶୀତ ପ୍ରକୋପ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri