ସାରା ରାଜ୍ୟରେ ବର୍ଷିଲା

ଭୁବନେଶ୍ୱର, ୧୩ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଆହୁରି ଦୁଇଦିନ ଏଭଳି ବର୍ଷା ହେବା ସହ ବନ୍ୟା ଆସିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର ସୋମବାର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଆଲର୍ଟ ଜାରି କରିଛନ୍ତି। ସମ୍ଭାବ୍ୟ ସ୍ଥିତିର ମୁକାବିଲା ପାଇଁ ୨୪ ଘଣ୍ଟିଆ ଜରୁରିକାଳୀନ କେନ୍ଦ୍ର ଖୋଲି ନଜର ରଖିବାକୁ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରି ଆଶ୍ରୟସ୍ଥଳରେ ଆବଶ୍ୟକ ଖାଦ୍ୟ, ପାନୀୟ ଜଳ ଓ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ରଖିବାକୁ କୁହାଯାଇଛି। ସେହିଭଳି ଜଳମଗ୍ନ ହୋଇପଡ଼ୁଥିବା ରାସ୍ତା ଓ ବ୍ରିଜରେ ଗାଡ଼ିମୋଟର ଚଳାଚଳକୁ ବାରଣ କରାଯାଇଛି। ସର୍ଚ୍ଚ ଓ ଉଦ୍ଧାର ପାଇଁ ଅଗ୍ନିଶମ ବିଭାଗକୁ ପ୍ରସ୍ତୁତ ରହିବାକୁ କୁହାଯାଇଥିବାବେଳେ ଆବଶ୍ୟକ ସ୍ଥଳେ ଓଡ୍ରାଫ୍‌ ଟିମ୍‌କୁ ନିୟୋଜିତ କରାଯିବ। ଏଥିସହ ସ୍ବାସ୍ଥ୍ୟ ଓ ପରିମଳ ଉପରେ ଗୁରୁତ୍ୱ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଉପକୂଳ ଓ ଉତ୍ତର ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି। ମଙ୍ଗଳବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ୧୩ ଓ ୧୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୋଳ, ଭଦ୍ରକ, କେନ୍ଦ୍ରାପଡ଼ା ଓ କଟକରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ତେବେ ସୋମବାର ଟିଟିଲାଗଡ଼ରେ ସର୍ବାଧିକ ୯୮ ମିଲିମିଟର ବର୍ଷା ହୋଇଥିବାବେଳେ ସୋନପୁର ୬୪, କଟକ ୫୦, ଭବାନୀପାଟଣା ୪୩, ବଲାଙ୍ଗୀର ୪୨, ମାଲକାନଗିରି ୩୮.୩, ପୁରୀ ୩୭, ପାରାଦୀପ ୩୬, ଫୁଲବାଣୀ ୨୪, ଝାରସୁଗୁଡ଼ା ଓ ଦାରିଙ୍ଗବାଡ଼ି ୨୩, ଭୁବନେଶ୍ୱର ୨୦.୬, ସମ୍ବଲପୁର ୨୦, ଚାନ୍ଦବାଲି ୧୫, ବାଲେଶ୍ୱର ୧୪, କେନ୍ଦୁଝର ୧୩, ସୁନ୍ଦରଗଡ଼ ୧୦, ଅନୁଗୋଳ ଓ ହୀରାକୁଦ ୮, ତାଳଚେର ୭, କୋରାପୁଟ ୬, ଗୋପାଳପୁର ୪, ବାରିପଦାରେ ୨.୪ ମିମି ହୋଇଥିବା ରେକର୍ଡ କରାଯାଇଛି। ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ହୋଇଉଠିଛି। ଗୋପାଳପୁର ବେଳାଭୂମିରେ ଉଚ୍ଚ ଜୁଆରି ଆସି କୂଳ ଧୋଇ ନେଉଛି। ତେଣୁ ୧୪ ତାରିଖ ଯାଏ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।
ଅନ୍ୟପକ୍ଷରେ ଉପର ମୁଣ୍ଡରେ ବର୍ଷା ହେବା ଫଳରେ ହୀରାକୁଦ ଜଳ ଭଣ୍ଡାରରେ ଜଳସ୍ତର କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି। ଏହାର ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ହୋଇଥିବାବେଳେ ସୋମବାର ମଧ୍ୟାହ୍ନରେ ଜଳସ୍ତର ୬୧୫.୬୫ ଫୁଟରେ ପହଞ୍ଚତ୍ଥିଲା। ଆଉ ଦୁଇଦିନ ମଧ୍ୟରେ ଜଳସ୍ତର ୬୧୭ ଫୁଟରେ ପହଞ୍ଚତ୍ବ ବୋଲି ଅନୁମାନ କରାଯାଉଛି। ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ ୮୦ ହଜାର ୭୫୨ କ୍ୟୁସେକ୍‌ ପାଣି ପ୍ରବେଶ କରୁଥିବାବେଳେ ୧୮ ହଜାର ୭୮୪ କ୍ୟୁସେକ ନିଷ୍କାସିତ ହେଉଛି। ନିଷ୍କାସିତ ହେଉଥିବା ପାଣିରୁ ଜଳ ବିଦ୍ୟୁତ କେନ୍ଦ୍ର ମାଧ୍ୟମରେ ୧୫ ହଜାର ୧୩୨ କ୍ୟୁସେକ୍‌ ଓ କେନାଲ ବାଟେ ୩ ହଜାର ୫୫୫ କ୍ୟୁସେକ୍‌ ଛଡ଼ାଯାଉଥିବାବେଳେ ବିଭିନ୍ନ କଳକାରଖାନାକୁ ୧୭୦ କ୍ୟୁସେକ୍‌ ଯୋଗାଇ ଦିଆଯାଉଛି। ବର୍ଷା ଲାଗି ରହିଥିବାରୁ ୧୪ ତାରିଖ ଦିନ ୧୧ଟା ପରେ ଜଳ ଭଣ୍ଡାରର ଗେଟ୍‌ ଖୋଲାଯିବ ବୋଲି କର୍ତ୍ତୃପକ୍ଷ କହିଛନ୍ତି। ଏହି ସମୟରେ ମହାନଦୀକୁ ନ ଯିବାକୁ ସମ୍ବଲପୁର, ହୀରାକୁଦ ଓ ଆଖପାଖ ଅଞ୍ଚଳରେ ଡାକବାଜି ଯନ୍ତ୍ରରେ ସୂଚନା ଦିଆଯାଉଛି। ଯେଉଁମାନେ ନଦୀ ତଟ ପାଖରେ ବସବାସ କରୁଛନ୍ତି ସେମାନ ସୁରକ୍ଷିତ ସ୍ଥାନକୁ ଫେରିଆସିବା ପାଇଁ କୁହାଯାଇଛି। ଏଥିସହିତ ଗୃହପାଳିତ ପଶୁଙ୍କୁ ନ ଛାଡ଼ିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?