ସାରା ରାଜ୍ୟରେ ଲଗାଣ ବର୍ଷା: ୫ ଜିଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର, ୭ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ ପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡ଼କୁ ଗତି କରୁଛି। ଧିରେ ଧିରେ ଏହା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହା ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଥିବା ନଦୀରେ ଜଳସ୍ତର ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କନ୍ଧମାଳ ଆଦି ୫ ଜିଲାରେ ବନ୍ୟା ଯୋଗୁ ସାଧାରଣ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି। ବିଶେଷକରି ବଂଶଧାରା ନଦୀ ବନ୍ୟା ଜଳରେ ରାୟଗଡ଼ା ଜିଲାର ଗୁଡ଼ାରୀ, ବିଷମକଟକ ଏବଂ କନ୍ଧମାଳ ଜିଲାର କେତେକ ସ୍ଥାନରେ ବ୍ରିଜ୍‌ ଓ ରାସ୍ତା ବୁଡ଼ିଯାଇଥିବା ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି।
ତାଙ୍କ ସୂଚନାନୁସାରେ, ରାୟଗଡ଼ାର କାଶୀପୁର ଓ ଗୁଣୁପୁରରେ ବଂଶଧାରା ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। କାଶୀପୁରଠାରେ ୫୪.୬ ମିଟର ବିପଦ ସଙ୍କେତ ଥିବାବେଳେ ସନ୍ଧ୍ୟା ସୁଦ୍ଧା ୫୫.୭୫ ମିଟର ଉପରେ ବନ୍ୟାଜଳ ରହିଥିଲା। ସେହିପରି ଗୁଣୁପୁରରେ ୮୪ ମିଟର ବିପଦ ସଙ୍କେତ ଥିବାବେଳେ ୮୫.୧୦ ମିଟରରେ ବନ୍ୟାଜଳ ପ୍ରବାହିତ ହେଉଥିଲା। ବଂଶଧାରା ଫୁଲୁଥିବାରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଉଦ୍ଧାର କାର୍ଯ୍ୟରେ ଓଡ୍ରାଫ ଟିମ୍‌ ଓ ଅଗ୍ନିଶମ ବିଭାଗ ସାମିଲ ହୋଇଛି। ମାଲକାନଗିରି ଜିଲାରେ ପ୍ରାୟ ସମସ୍ତ ବ୍ରିଜ୍‌ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ମାଲକାନଗିରିରୁ ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଓ ଜୟପୁରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲାପାଳଙ୍କ ସହ ଯୋଗାଯୋଗ କରାଯାଇଥିବା ନେଇ ଏସ୍‌ଆର୍‌ସି ସେଠୀ ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ବୁଧବାର ରାଜ୍ୟରେ ୩ ବ୍ଲକ୍‌ରେ ୩୦୦ ମିମି ଉପରେ ବର୍ଷା ହୋଇଥିବାବେଳେ ୭ ବ୍ଲକ୍‌ରେ ୨୦୦ରୁ ୩୦୦ମିମି ଏବଂ ୬୭ ବ୍ଲକରେ ୧୦୦ରୁ ୨୦୦ମିମି ବର୍ଷା ରେକର୍ଡ କରାଯାଇଛି। ଏଥିମଧ୍ୟରୁ କଳାହାଣ୍ଡି ଲାଞ୍ଜିଗଡ଼ରେ ସର୍ବାଧିକ ୩୮୨.୬ ମିମି ବର୍ଷା ହୋଇଛି। ଏହାଛଡ଼ା ରାୟଗଡ଼ା କାଶୀପୁରରେ ୩୧୭.୪ ମିମି, କନ୍ଧମାଳ କୋଟଗାଡ଼ରେ ୩୦୮ ମିମି ବର୍ଷା ହୋଇଥିବା ଜଣାପଡ଼ିଛି। ସେପଟେ ବନ୍ୟା ସମୟରେ ସ୍ବାସ୍ଥ୍ୟ ସେବା ପ୍ରତି ଗୁରୁତ୍ୱ ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିପାଇଁ ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ଗଜପତି ଆଦି ୭ ଜିଲାରେ ୨ଜଣ ଲେଖାଏ ମୋଟ ୧୪ଜଣ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ସ୍ଥିତି ଅନୁଧ୍ୟାନ କରି ସିଡିଏମ୍‌ଓ ଓ ପିଏଚ୍‌ଓଙ୍କୁ ରିପୋର୍ଟ ଦେବା ପାଇଁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ରେଲ୍‌ଓ୍ବେ ପକ୍ଷରୁ ମିିଳିଥିବା ସୂଚନାନୁସାରେ, ରାୟଗଡ଼ା ଜିଲାର ଡାଇକାଲୁ-ଅମ୍ବଦଳାଠାରେ ରେଲ୍‌ଓ୍ବେ ଟ୍ରାକ୍‌ ଉପରେ ବନ୍ୟା ଜଳ ପ୍ରବାହିତ ହେବା ଫଳରେ ରାୟଗଡ଼ା-ଟିଟିଲାଗଡ଼ ରୁଟ୍‌ ମଧ୍ୟରେ ଟ୍ରେନ୍‌ ଚଳାଚଳ ପ୍ରଭାବିତ ହୋଇଛି। ଅମ୍ବଦଳା ଷ୍ଟେଶନ ନିକଟରେ ଗୋଟିଏ ମାଲବାହୀ ଟ୍ରେନ୍‌ର ୪ ବଗି ଲାଇନ୍‌ଚ୍ୟୁତ ହୋଇଛି। ପାଣି ଜମି ଥିବାରୁ ୬ ପାସେଞ୍ଜର ଓ ୨ ଏକ୍ସପ୍ରେସ୍‌ ଟ୍ରେନ୍‌ର ଯାତ୍ରାକୁ ବାତିଲ କରାଯାଇଛି। ସେହିପରି ୫ ଏକ୍ସପ୍ରେସ୍‌ ଟ୍ରେନ୍‌ର ଗତିପଥରେ ପରିବର୍ତ୍ତନ କରାଯାଇଛି। ଅନ୍ୟପକ୍ଷରେ ଧୋଇ ଯାଇଥିବା ରେଲ୍‌ୱେ ଟ୍ରାକ୍‌ ମରାମତି ପାଇଁ କାର୍ଯ୍ୟ ଆରମ୍ଭ ହୋଇଥିବା କୁହାଯାଇଛି।
ରାଜ୍ୟରେ ଗୁରୁବାର ଦିନସାରା ମଧ୍ୟ ବର୍ଷା ଲାଗି ରହିବ। ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ୧୩ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ସୁନ୍ଦରଗଡ଼ ଆଦି ୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?