‘ସାରେ ଜହାଁ ସେ ଅଚ୍ଛା’ରେ ଆମିର, ଶାହରୁଖ୍‌

ମୁମ୍ବାଇ: ସୁପରଷ୍ଟାର ଆମିର ଖାନ୍‌ ଏବଂ ଶାହରୁଖ୍‌ ଖାନ୍‌ ‘ସାରେ ଜହାଁ ସେ ଅଚ୍ଛା’ ଫିଲ୍ମରେ ଅଭିନୟ କରିବାକୁ ଆଗ୍ରହୀ ଥିବା ପ୍ରଯୋଜନା ସୂତ୍ରରୁ ଜାଣିବାକୁ ମିଳିଛି। ଉକ୍ତ ଫିଲ୍ମ ମହାକାଶଚାରୀ ରାକେଶ ଶର୍ମାଙ୍କ ଜୀବନୀକୁ ନେଇ ନିର୍ମାଣ ହେବାକୁ ଯାଉଥିବାବେଳେ ଏହାର କାହାଣୀ ରଚନା କରିଛନ୍ତି ଲେଖକ ଅଞ୍ଜୁମ ରାଜାବଳୀ। ଉକ୍ତ ଫିଲ୍ମର କାହାଣୀ ଦୁଇ ଷ୍ଟାରଙ୍କୁ ପଢ଼ିବାକୁ ଦିଆଯାଇଥିଲା। ତେବେ ସେମାନେ ଏହାକୁ ପାଠକରି ଫିଲ୍ମ କରିବାକୁ ଅଙ୍ଗୀକାରବଦ୍ଧ ଥିବା ପ୍ରକାଶ କରିଛନ୍ତି। ଏହା ଏକ ବଡ ବଜେଟ୍‌ର ଫିଲ୍ମ। ତେଣୁ କଳାକାରମାନେ ଏକାଠି ହେବା ଏବଂ ଏହାର ଶୁଟିଂ ଆରମ୍ଭ ହେବାକୁ ଆଉ କିଛିଦିନ ସମୟ ଲାଗିବ। ଆହୁରି ମଧ୍ୟ ଶୁଣିବାକୁ ମିଳୁଛି ଯେ, ନିର୍ମାତାମାନେ ମୁଖ୍ୟ ଭୂମିକା ନେବାକୁ ଭିକି କୌଶଲ ଏବଂ ରଣବୀର କପୁରଙ୍କୁ ପ୍ରସ୍ତାବ ଦେଇଛନ୍ତି। କିନ୍ତୁ ଏ ସମ୍ପର୍କରେ କୌଣସି ସ୍ଥିର ନିଷ୍ପତ୍ତି ହୋଇପାରି ନାହିଁ। ବର୍ତ୍ତମାନ ଫିଲ୍ମ ନିର୍ମାଣ ପାଇଁ ପ୍ରକ୍ରିୟା ଚାଲିଥିବାରୁ ଏ ସମ୍ପର୍କରେ ବିସ୍ତୃତ ସୂଚନା ଦେବା ଠିକ୍‌ ସମୟ ନୁହେଁ ବୋଲି ବିଶ୍ୱସ୍ତ ସୂତ୍ରରୁ ଜାଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri