Posted inଜାତୀୟ

ସାର୍କ ଭିଡିଓ କନ୍‌ଫରେନ୍ସ ଆଜି

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୧୫ା୩(ପି.ଟି.): ଘାତକ କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ଲାଗି ମିଳିତ ରଣକୌଶଳ ପ୍ରସ୍ତୁତି ନିମନ୍ତେ ରବିବାର ଅପରାହ୍ନ ୫ଟାରେ ସାର୍କ ସଦସ୍ୟ ରାଷ୍ଟ୍ରଗୁଡ଼ିକ ଭିଡିଓ କନ୍‌ଫରେନ୍ସରେ ଏକାଠି ହେବେ। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ କୁମାର ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମିଳନୀରେ ଭାରତର ନେତୃତ୍ୱ ନେବେ। ସାର୍କ (ଦକ୍ଷିଣ ଏସୀୟ ଆଞ୍ଚଳିକ ସହଯୋଗ ସଂଘ) ସଦସ୍ୟ ରାଷ୍ଟ୍ରଗୁଡ଼ିକର ଭିଡିଓ କନ୍‌ଫରେନ୍ସ ପାଇଁ ମୋଦି ଶୁକ୍ରବାର ଆହ୍ବାନ ଦେଇଥିବା ବେଳେ ଏଥିରେ ଯୋଗଦେବା ଲାଗି ପାକିସ୍ତାନ ସମେତ ସବୁ ସଦସ୍ୟ ରାଷ୍ଟ୍ର ଆଗ୍ରହ ପ୍ରକାଶ କରିଛି। ମୋଦିଙ୍କ ପ୍ରସ୍ତାବକୁ ସମସ୍ତ ସାର୍କ ସଦସ୍ୟ ରାଷ୍ଟ୍ର ସମର୍ଥନ ଜଣାଇଛନ୍ତି। କରୋନାଜନିତ ବିପଦ ହ୍ରାସ ଲାଗି ମିଳିତ ଉଦ୍ୟମ ଆବଶ୍ୟକ ବୋଲି ଇସ୍‌ଲାମାବାଦ ସ୍ବୀକାର କରିଛି। ପାକ୍‌ ପ୍ରଧାନମନ୍ତ୍ରୀଙ୍କ ସ୍ବତନ୍ତ୍ର ସହଯୋଗୀ (ସ୍ବାସ୍ଥ୍ୟ) ଜାଫର ମିର୍ଜା ସାର୍କ ସଦସ୍ୟ ରାଷ୍ଟ୍ରଙ୍କ ଭିଡିଓ କନ୍‌ଫରେନ୍ସରେ ଯୋଗଦେବେ ବୋଲି ଏହାର ବହିର୍ବ୍ୟାପାର କାର୍ଯ୍ୟାଳୟର ମୁଖପାତ୍ର ଆଇଶା ଫାରୁକୀ ଟୁଇଟ୍‌ କରିଛନ୍ତି।
କରୋନା ମୁକାବିଲା ଦିଗରେ ସାର୍କ ସଦସ୍ୟମାନେ ବିଶ୍ୱ ପାଇଁ ଏକ ଉଦାହରଣ ସୃଷ୍ଟି କରିବା ନିମନ୍ତେ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି ଆହ୍ବାନ ଦେଇଥିଲେ। ଏଥିପାଇଁ ଭିଡିଓ କନ୍‌ଫରେନ୍ସ ଜରିଆରେ ୮ ସଦସ୍ୟ ରାଷ୍ଟ୍ର ଏକ ମିଳିତ ରଣନୀତି ପ୍ରସ୍ତୁତ କରିବାକୁ ସେ ଆହ୍ବାନ ଦେଇଥିଲେ। ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେ, ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲି, ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି, ଭୁଟାନ ପ୍ରଧାନମନ୍ତ୍ରୀ ଲୋଟେ ଶେରିଙ୍ଗ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଆଫଗାନିସ୍ତାନ ସରକାର ମୋଦିଙ୍କ ପ୍ରସ୍ତାବକୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri