ସାର, କୀଟନାଶକ ଦୋକାନ ଅଢ଼େଇ ଘଣ୍ଟା ଖୋଲା ରହିବ

ସମ୍ବଲପୁର,୨୮।୩ (ବ୍ୟୁରୋ):ଲକ୍‌ଡାଉନ ସମୟରେ ଜିଲାର ସମସ୍ତ ସାର ଓ କୀଟନାଶକ ଦୋକାନ ୩ ଘଣ୍ଟା ଖୋଲା ରହିବ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି। ଚାଷୀ ସଙ୍ଗଠନର ଅନୁରୋଧ ରକ୍ଷା କରି ଜିଲାପାଳ ଶୁଭମ ସକ୍‌ସେନା ଏ ସଂକ୍ରାନ୍ତରେ ନିର୍ଦ୍ଦେଶ ଦେଇଛନ୍ତି। କୃଷି ନିର୍ଦ୍ଦେଶକ ସନ୍ତୋଷ ରାୟ, ଯୋଗାଣ ଅଧିକାରୀ ରଞ୍ଜନ ସେଠ ଓ ଚାଷୀ ସଙ୍ଗଠନ କର୍ମକର୍ତ୍ତାଙ୍କ ସହ ଜିଲାପାଳ ସକ୍‌ସେନା ପୃଥକ୍‌ ପୃଥକ୍‌ ଆଲୋଚନା କରିବା ପରେ ଏହି ଘୋଷଣା କରାଯାଇଛି। ପ୍ରତିଦିନ ସକାଳ ୯ଟା୩୦ରୁ ଅପରାହ୍ନ ୧୨ଟା ପର୍ଯ୍ୟନ୍ତ ମାତ୍ର ଅଢେଇ ଘଣ୍ଟା ଦୋକାନ ଖୋଲିବାକୁ ଅନୁମତି ଦେଇଛନ୍ତି। ଏହା ସହ ପ୍ରତି ଡିଲର,ରିଟେଲର ଦୋକାନ ସମ୍ମୁଖରେ ହାତ ଧୋଇବା ବ୍ୟବସ୍ଥା କରିବା, ସାନିଟାଇଜର ବ୍ୟବହାର କରିବା, ସମାଜିକ ଦୂରତା ରଖିବା ପାଇଁ କଡା ନିର୍ଦ୍ଦେଶ ଦିଆଯାଇଛି। କୃଷିବିଭାଗ ଅଧିକାରୀ ଉପରୋକ୍ତ ବ୍ୟବସ୍ଥାର ଯାଞ୍ଚ କରିବେ। ଯଦି ନିୟମ ଉଲ୍ଲଂଘନ ହୁଏ ଉକ୍ତ ଦୋକାନୀଙ୍କ ବିରୋଧରେ କଡା କାର୍ଯ୍ୟାଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସକ୍‌ସେନା କହିଛନ୍ତି। ଏଥିଯୋଗୁ ଚାଷୀମାନଙ୍କ ଚିନ୍ତା ହଟିଛି ବୋଲି ପଶ୍ଚିମ ଓଡ଼ିଶା କୃଷକ ସଙ୍ଗଠନ ଆବାହକ ଅଶୋକ ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ନିର୍ଦ୍ଦେଶକ ରାୟ କହିଛନ୍ତି, ରବି ଫସଲ ପାଇଁ ସାର ଓ କୀଟନାଶକର ଆବଶ୍ୟକତା ରହିଛି। ସେଥିପାଇଁ କରୋନା କଟକଣାକୁ କୋହଳ କରାଯାଇଛି। ସୂଚନାଯୋଗ୍ୟ, ସମ୍ବଲପୁର ଜିଲାରେ ପ୍ରାୟ ୨୫ ହଜାର ହେକ୍ଟର ଜମିରେ ଧାନ ଓ ଅନ୍ୟ ଫସଲ ଚାଷ ହେଉଛି। ସେଥିପାଇଁ ବିିଭିନ୍ନ କିସମର ପ୍ରାୟ ୬୫ ହଜାର ମେଟ୍ରିକ ଟନ୍‌ ସାର ଆବଶ୍ୟକ ହୋଇଥାଏ। ଜିଲାରେ ମୋଟ ୧୦୨ କୀଟନାଶକ ଦୋକାନ ଓ ୪୪ ସମବାୟ ସମିତି ରହିଛି। ସେଠାରୁ ଚାଷୀମାନେ ସାର ଓ କୀଟନାଶକ କିଣିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?