ସାଲିହାରେ କ୍ରାନ୍ତି ଦିବସ ବୀରଭୂମି ସାଲିହାର ସଂଗ୍ରାମୀ ଚିରନମସ୍ୟ

ନୂଆପଡ଼ା ଅଫିସ,୧ା୧୦
ସଦର ବ୍ଲକ ସାଲିହା ଶହୀଦ ସ୍ମୃତି ସ୍ତମ୍ଭ ନିକଟରେ ସୋମବାର ସାଲିହା କ୍ରାନ୍ତି ଦିବସ ପାଳିତ ହୋଇଯାଇଛି। ଖାମସିଂ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମହାସମୁନ୍ଦ ଏମପି ଚୁନ୍ନିଲାଲ ସାହୁ ମୁଖ୍ୟଅତିଥି, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ, ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏ. ଭି .ସ୍ବାମୀ, ଜିଲା ଓକିଲ ସଂଘ ସଭାପତି ପ୍ରସନ୍ନ କୁମାର ପାଢୀ, ନୂଆପଡା ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଧନିରାମ ସାହୁ, ଇଂ ହୋମସିଂ ମାଝି, ବରିଷ୍ଠ ଆଇନଜୀବୀ ଚନ୍ଦ୍ରହାସ ସାହୁ, କେଶବନାନ୍ଦ ପଣ୍ଡା, ଟିଟୁ ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ । ପ୍ରଥମେ ପୋଲିସ ବିଭାଗ ପକ୍ଷରୁ ଶହୀଦଙ୍କ ଉଦ୍ଦେଶ୍ୟରେ ତୋପ ସଲାମି ଦେଇ ସମ୍ମାନ ଜଣାଇଥିଲେ । ପରେ ଅତିଥିମାନେ ସାଲିହା ସ୍ମୃତି ସ୍ତମ୍ଭରେ ପୂଜା ଅର୍ଚ୍ଚନା କରି ଅମର ଶହୀଦଙ୍କ ଆମତ୍ର ସଦଗତି ନିମନ୍ତେ ସ୍ମୃତି ଚାରଣ କରିଥିଲେ । ସାଲିହା ସ୍କୁଲର ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। ଭାରତ ସ୍ବାଧୀନତା ସଂଗ୍ରାମରେ ସାଲିହା ସଂଗ୍ରାମୀମାନଙ୍କ ଅବଦାନ ଅତୁଳନୀୟ । ତାଙ୍କ ବଳିଦାନ ପାଇଁ ଆମେ ସ୍ବାଧୀନତା ପାଇଛୁ । ଏବେ ରାଜ୍ୟ ସରକାର ତଥା ଜିଲା ପ୍ରଶାସନ ସଂଗ୍ରାମୀଙ୍କ ବଳିଦାନକୁ ଅଣଦେଖା କରୁଛି। ଏଠିକାର ସଂଗ୍ରାମୀମାନେ ଚିର ନମସ୍ୟ ରହିବେ ବୋଲି ବକ୍ତାମାନେ କହିଥିଲେ। ଆମେ ସଂଗ୍ରାମୀଙ୍କ ଦାୟାଦମାନେ କେମିତି ତାଙ୍କର ଇତିହାସକୁ ଉନ୍ମୋଚନ କରି ଲୋକ ଲୋଚନାକୁ ଆଣିବା ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ହେବ ବୋଲି ମୁଖ୍ୟଅତିଥି ଏମପି ସାହୁ ଉଦବୋଧନ ଦେଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଛତିଶଗଡ ଓ ନୂଆପଡ଼ା ଜିଲାର କଳାକାରମାନେ ସଂଗ୍ରାମୀଙ୍କ ସ୍ମୃତିରେ ଦେଶାମତ୍ବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଆୟୋଜକ କମିଟି ସଭାପତି ଭୀମାରାମ ସାହୁ, ଉପ ସଭାପତି ଖୁମନଲାଲ ସାହୁ, ସମ୍ପାଦକ ମହେଶରାମ ସାହୁ, ସହ ସମ୍ପାଦକ କୁଲହରସିଂ ମାଝି, କୋଷାଧ୍ୟକ୍ଷ ଭୁବନଲାଲ ସାହୁ, ଉପଦେଷ୍ଟା ତେଜରାମ ଦେବାଙ୍ଗନ ପ୍ରମୁଖ ନେତୃତ୍ୱ ନେଇଥିଲେ। ସାଲିହା ସମେତ ଆଖପାଖ ଗାଁ ଲୋକେ ପରିଚାଳନାରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଖାମସିଂ ମାଝି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri