ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ କସ୍ତୁରବା ଆଶ୍ରମ ଯାଇ ସେଠାରେ ଛାତ୍ରୀଛାତ୍ରଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ସତ୍ୟଭାମାପୁରରେ କିଛି ସମୟ ବିତାଇବା ପରେ ରାହୁଲ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସାଲେପୁରର କୁଳିଆରେ ପହଞ୍ଚିଥିଲେ।

ରାହୁଲ ପହଞ୍ଚିବା ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି। ସାଲେପୁରସ୍ଥିତ କୁଳିଆରେ ଆୟୋଜିତ ବିଶାଳ ଜନସମାବେଶକୁ ଉଦ୍‌ବୋଧନ ଦେଇ ରାହୁଲ କହିଛନ୍ତି, ଏତେ ଖରାରେ ଆପଣମାନେ ବହୁ ସଂଖ୍ୟାରେ ଯୋଗ ଦେଇଥିବାରୁ ମୁଁ ଆପଣମାନଙ୍କୁ ଧନ୍ୟବାଦ ଜଣାଉଛି। ରାହୁଲ ଏହି ସମାବେଶରେ ତାଙ୍କର ୫ ଗ୍ୟାରେଣ୍ଟି କଥା କହିଛନ୍ତି। ଏଥିସହିତ ରାହୁଲ ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, ନବୀନ ଏଠାରେ କିଛି ନିର୍ଦ୍ଦିଷ୍ଟ ଲୋକଙ୍କୁ ନେଇ ସରକାର ଚଳାଇଛନ୍ତି। ଅଳ୍ପ କିଛି ଲୋକ ହିଁ ସବୁ ଫାଇଦା ଉଠାଉଛନ୍ତି। ଏଠାରେ ବିଜେଡି-ଭାଜପାର ବାହାଘର ହୋଇଯାଉଛି। ଓଡ଼ିଶାକୁ ପାଣ୍ଡିଆନ ଚଳାଉଛନ୍ତି। ସେ ପାଣ୍ଡିଆନକୁ କଟାକ୍ଷ କରି କହିଛନ୍ତି,ଏଠାରେ ଆଉ ପାନ ଶାସନ ଚଳିବନି। ଏଥର କଂଗ୍ରେସ ଆସିଲେ ଓଡ଼ିଶାରେ ବହୁତ କିଛି ପରିବର୍ତ୍ତନ ହେବ।  ସେ ଆହୁରି କହିଛନ୍ତି, ପେହଲି ନୌକରୀ ପକ୍କି’ ଯୋଜନା ଆଣିବ କଂଗ୍ରେସ। ସମସ୍ତ ବେକାର ଯୁବତୀଯୁବକଙ୍କୁ ଚାକିରି ଗ୍ୟାରେଣ୍ଟି ଦେଉଛୁ। ସରକାରଙ୍କୁ କେହି ଚାକିରି ମାଗିଲେ ନିଶ୍ଚିତ ଚାକିରି ମିଳିବ। ଚାକିରି ମାଗିବା କ୍ଷଣି ବର୍ଷକ ପାଇଁ ଆପ୍ରେଣ୍ଟିସିପ୍‌ ଦିଆଯିବ। ଦେଶର ସବୁ ଗରିବ ପରିବାରର ଜଣେ ଜଣେ ମହିଳାଙ୍କୁ ବଛାଯିବ। ଉକ୍ତ ମହିଳାଙ୍କ ବ୍ୟାଙ୍କ ଖାତାକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ପ୍ରତି ମାସରେ ୮ ହଜାର ୫ ଶହ ଟଙ୍କା ମହିଳାଙ୍କ ଖାତାକୁ ଯିବ ବୋଲି ରାହୁଲ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ ଅଞ୍ଚଳକୁ ହେଲିକପ୍ଟରରେ ଗଲେ ପୋଲିଂ ପାର୍ଟି

ନୂଆପଡ଼ା,୧୨।୫(ମକାରୁ ବେମାଲ)- ମେ ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେଉଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ପ୍ରସ୍ତୁତି ଶେଷ...

ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ ମାଝି

ଭୁବନେଶ୍ୱର,୧୨ା୫: ବିଜେଡିରୁ ନିଲମ୍ବିତ ହୋଇଛନ୍ତି ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ରବିବାର ଦଳରୁ ନିଲମ୍ବନ...

ଚତୁର୍ଥ ପର୍ଯ୍ୟାୟରେ ୯୬ ଆସନରେ ହେବ ଭୋଟ ଗ୍ରହଣ: ଏହି ସବୁ ହେଭିୱେଟ କରିବେ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨।୫: ମେ ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚତୁର୍ଥ ପର୍ଯ୍ୟାୟରେ ଦେଶର...

କାର୍‌ ଓଲଟି ୨ ମୃତ, ୨ ଗୁରୁତର

ଭଞ୍ଜନଗର,୧୨ା୫: ଗଞ୍ଜାମ ଜିଲା ମୁଜାଗଡ଼ଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ ଜଣଙ୍କ ଜୀବନ...

କାଳବୈଶାଖୀ ପ୍ରଭାବରେ ଆସନ୍ତା ବୁଧବାର ପର୍ଯ୍ୟନ୍ତ ଝଡ଼ବର୍ଷା ଲାଗି ରହିବା ସମ୍ଭାବନା

ଭୁବନେଶ୍ୱର,୧୨।୫: କାଳବୈଶାଖୀ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଗତ ଦୁଇଦିନ ଧରି ଲାଗି ରହିଥିବା କାଳବୈଶାଖୀ ବର୍ଷା, ଝଡ଼ତୋଫାନ ଯୋଗୁଁ ତାପମାତ୍ରା...

୧୫ରେ ବଲାଙ୍ଗୀର ଆସିବେ ରାହୁଲ

ବଲାଙ୍ଗୀର,୧୨ା୫: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଆସନ୍ତା ୧୫ ତାରିଖରେ ବଲାଙ୍ଗୀର ଗସ୍ତରେ ଆସିବେ...

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ!

ଭୁବନ,୧୨ା୫(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଓ୍ବାର୍ଡ-୨ର ଲୁଣିଖିଆ ମୌଜାରୁ ରବିବାର ଏକ ଅଜଣା ଯୁବକଙ୍କ ମୃତଦେହ ଜବତ ହୋଇଛି। ବିଶେଷ ସୂତ୍ରରୁ...

ଫ୍ୟାନ୍‌ ସଜାଡୁଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ଯୁବକଙ୍କ ଜୀବନ

ଭୁବନ,୧୨ା୫(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଶ୍ୟାମଳ ଗ୍ରାମର ପ୍ରକାଶ ଥାଟୋଇଙ୍କର ଶନିବାର ରାତିରେ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ହୋଇଛି। ଅସହ୍ୟ ଗୁଳୁଗୁଳିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri