ସାଲେପୁର ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଘଟଣା: ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୨୨।୯: ସାଲେପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କଟକ ଜିଲା ପୋକ୍ସୋ ଅଦାଲତ ଗୁରୁବାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ମୁସ୍ତାକଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ସାଲେପୁର ଥାନା ଆଇଆଇସି ଦେବେନ୍ଦ୍ର କୁମାର ମଲ୍ଲିକ ଓ ସ୍ବତନ୍ତ୍ର ପିପି ଅକ୍ଷୟ କୁମାର ନାୟକ ନିଜ ଦାୟିତ୍ୱ ଚମତ୍କାର ଭାବେ ନିର୍ବାହ କରିଥିଲେ। ଏଥିପାଇଁ କ୍ରାଇମବ୍ରାଞ୍ଚ ମୁଖ୍ୟ କାର୍ଯ୍ୟାଳୟରେ ଶନିବାର ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ ଡିଜିପି ବିଜୟ କୁମାର ଶର୍ମା ଉଭୟ ଥାନା ଅଧିକାରୀ ଏବଂ ସ୍ବତନ୍ତ୍ର ପିପିଙ୍କୁ ୫ ହଜାର ଟଙ୍କା ଲେଖାଏ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ଡିଜିପି ଶର୍ମା କହିଛନ୍ତି, ପରିବର୍ତ୍ତିତ ଆଇନ ଅନୁଯାୟୀ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିବା ସହଜ ହୋଇଛି। ଏହାଦ୍ୱାରା ସମାଜକୁ ଏକ ଦୃଢ ବାର୍ତ୍ତା ଯାଉଛି। ଏପରି ଘୃଣ୍ୟ ଓ ଅମାନବୀୟ କାର୍ଯ୍ୟ ପାଇଁ କୌଣସି କ୍ଷମା ନାହିଁ। ପୋଲିସ ଓ କ୍ରାଇମବ୍ରାଞ୍ଚ ଯେଉଁଭଳି ଭାବେ ତଦନ୍ତ କରି ଅଭିଯୁକ୍ତଙ୍କୁ ଧରୁଛନ୍ତି ତାହା ଅତ୍ୟନ୍ତ ଖୁସିର ବିଷୟ। କ୍ରାଇମବ୍ରାଞ୍ଚ ଡିଆଇଜି ଅମିତେନ୍ଦ୍ର ନାଥ ସିହ୍ନାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବ ଆଇଜି(ପର୍ସୋନେଲ) ସୌମେନ୍ଦ୍ର ପ୍ରିୟଦର୍ଶୀ, କ୍ରାଇମବ୍ରାଞ୍ଚ ଏସ୍‌ପି ସୁଧାଂଶୁ ଶେଖର ମିଶ୍ର, କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂ, କଟକ ଗ୍ରାମାଞ୍ଚଳ ଏସ୍‌ପି ରାଧାବିନୋଦ ପାଣିଗ୍ରାହୀଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ୨୦୧୮ ଏପ୍ରିଲ ୨୧ରେ ସାଲେପୁର ଥାନା ଅଞ୍ଚଳର ନାବାଳିକାଙ୍କୁ ମୁସ୍ତାକ ଚକୋଲେଟ୍‌ ଦେବା ବାହାନାରେ ଅନ୍ଧାରୁଆ ସ୍ଥାନକୁ ନେଇ ବଳାତ୍କାର କରିଥିଲେ। ପରେ ତାଙ୍କ ମୁଣ୍ଡକୁ କାନ୍ଥରେ ପିଟି ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେହି ମାସ ୨୯ରେ ତାଙ୍କର ମୃତ୍ୟୁ ଘଟିଥିଲା। ସାଲେପୁର ଥାନାଧିକାରୀ ମଲ୍ଲିକ ଏହି ଘଟଣାର ଘଟିବାର ମାତ୍ର କେଇ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ୧୯ ଦିନ ମଧ୍ୟରେ ଚାର୍ଜଶିଟ୍‌ ଫାଇଲ କରିଥିଲେ। ସେହିପରି ଆଇନଜୀବୀ ଅକ୍ଷୟ ନାୟକଙ୍କୁ ସ୍ବତନ୍ତ୍ର ପିପି ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ସେ ଚମତ୍କାର ମାମଲା ପରିଚାଳନା କରି ଅଭିଯୁକ୍ତଙ୍କୁ ସର୍ବୋତ୍ତମ ଦଣ୍ଡ ଦେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri