ସାଲେପୁର ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଘଟଣା: ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୨୨।୯: ସାଲେପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କଟକ ଜିଲା ପୋକ୍ସୋ ଅଦାଲତ ଗୁରୁବାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ମୁସ୍ତାକଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ସାଲେପୁର ଥାନା ଆଇଆଇସି ଦେବେନ୍ଦ୍ର କୁମାର ମଲ୍ଲିକ ଓ ସ୍ବତନ୍ତ୍ର ପିପି ଅକ୍ଷୟ କୁମାର ନାୟକ ନିଜ ଦାୟିତ୍ୱ ଚମତ୍କାର ଭାବେ ନିର୍ବାହ କରିଥିଲେ। ଏଥିପାଇଁ କ୍ରାଇମବ୍ରାଞ୍ଚ ମୁଖ୍ୟ କାର୍ଯ୍ୟାଳୟରେ ଶନିବାର ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ ଡିଜିପି ବିଜୟ କୁମାର ଶର୍ମା ଉଭୟ ଥାନା ଅଧିକାରୀ ଏବଂ ସ୍ବତନ୍ତ୍ର ପିପିଙ୍କୁ ୫ ହଜାର ଟଙ୍କା ଲେଖାଏ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ଡିଜିପି ଶର୍ମା କହିଛନ୍ତି, ପରିବର୍ତ୍ତିତ ଆଇନ ଅନୁଯାୟୀ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିବା ସହଜ ହୋଇଛି। ଏହାଦ୍ୱାରା ସମାଜକୁ ଏକ ଦୃଢ ବାର୍ତ୍ତା ଯାଉଛି। ଏପରି ଘୃଣ୍ୟ ଓ ଅମାନବୀୟ କାର୍ଯ୍ୟ ପାଇଁ କୌଣସି କ୍ଷମା ନାହିଁ। ପୋଲିସ ଓ କ୍ରାଇମବ୍ରାଞ୍ଚ ଯେଉଁଭଳି ଭାବେ ତଦନ୍ତ କରି ଅଭିଯୁକ୍ତଙ୍କୁ ଧରୁଛନ୍ତି ତାହା ଅତ୍ୟନ୍ତ ଖୁସିର ବିଷୟ। କ୍ରାଇମବ୍ରାଞ୍ଚ ଡିଆଇଜି ଅମିତେନ୍ଦ୍ର ନାଥ ସିହ୍ନାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବ ଆଇଜି(ପର୍ସୋନେଲ) ସୌମେନ୍ଦ୍ର ପ୍ରିୟଦର୍ଶୀ, କ୍ରାଇମବ୍ରାଞ୍ଚ ଏସ୍‌ପି ସୁଧାଂଶୁ ଶେଖର ମିଶ୍ର, କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂ, କଟକ ଗ୍ରାମାଞ୍ଚଳ ଏସ୍‌ପି ରାଧାବିନୋଦ ପାଣିଗ୍ରାହୀଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ୨୦୧୮ ଏପ୍ରିଲ ୨୧ରେ ସାଲେପୁର ଥାନା ଅଞ୍ଚଳର ନାବାଳିକାଙ୍କୁ ମୁସ୍ତାକ ଚକୋଲେଟ୍‌ ଦେବା ବାହାନାରେ ଅନ୍ଧାରୁଆ ସ୍ଥାନକୁ ନେଇ ବଳାତ୍କାର କରିଥିଲେ। ପରେ ତାଙ୍କ ମୁଣ୍ଡକୁ କାନ୍ଥରେ ପିଟି ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେହି ମାସ ୨୯ରେ ତାଙ୍କର ମୃତ୍ୟୁ ଘଟିଥିଲା। ସାଲେପୁର ଥାନାଧିକାରୀ ମଲ୍ଲିକ ଏହି ଘଟଣାର ଘଟିବାର ମାତ୍ର କେଇ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ୧୯ ଦିନ ମଧ୍ୟରେ ଚାର୍ଜଶିଟ୍‌ ଫାଇଲ କରିଥିଲେ। ସେହିପରି ଆଇନଜୀବୀ ଅକ୍ଷୟ ନାୟକଙ୍କୁ ସ୍ବତନ୍ତ୍ର ପିପି ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ସେ ଚମତ୍କାର ମାମଲା ପରିଚାଳନା କରି ଅଭିଯୁକ୍ତଙ୍କୁ ସର୍ବୋତ୍ତମ ଦଣ୍ଡ ଦେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?