ସାଳନ୍ଦୀ ହସ୍‌ପିଟାଲରେ ହେବ କରୋନା ରୋଗୀଙ୍କ ଚିକିତ୍ସା,୧୨୦ ବେଡ ପ୍ରସ୍ତୁତ, କାର୍ଯ୍ୟରେ ଅବହେଳା ଲାଗି ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ନିଲମ୍ବିତ

ଭଦ୍ରକଅଫିସ, ୮।୪- କରୋନା ମହାମାରୀର ମୁକାବିଲା କରିବା ଲାଗି ଜାରି ରହିଥିବା ଲକ୍ ଡାଉନ ପରିସ୍ଥିତିରେ ଭଦ୍ରକ ସହର ସକାଳ ୬ଟା ଠାରୁ ଦିନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲା ଯାଇଥିଲା । ଲକ୍ ଡାଉନ ସହିତ ଏରେଇଁ ପଞ୍ଚାୟତ, ଚରମ୍ପା ଷ୍ଟେସନ ଅଞ୍ଚଳ ଏବଂ ପୁରୁଣାବଜାର ଅଞ୍ଚଳରେ ଏବେ ବି ସଟଡାଉନ ଭଳି ସ୍ଥିତି ରହିଛି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଭଦ୍ରକରେ କରୋନା ସନ୍ଦିଗ୍ଧ ଏବଂ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ନିମନ୍ତେ ସ୍ୱତନ୍ତ୍ର ଭାବେ ମୋଟେଲ ଛକ ସ୍ଥିତ ସାଳନ୍ଦୀ ଘରୋଇ ହସ୍‌ପିଟାଲକୁ ମନୋନୀତ କରାଯାଇଛି । ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ସାଳନ୍ଦୀ ହସ୍‌ପିଟାଲ ବୁଲି ସେଠାରେ ୧୨୦ଟି ବେଡ ପ୍ରସ୍ତୁତ ହୋଇଥିବା ପ୍ରକାଶ କରିଛନ୍ତି । ଯେଉଁମାନେ ସନ୍ଦିଗ୍ଧ ସେହିମାନଙ୍କୁ ପ୍ରାଥମିକ ପର୍ଯ୍ୟାୟରେ ଏହି ହସ୍‌ପିଟାଲରେ ରଖି ଚିକିତ୍ସା କରାଯିବ । ଯଦି ସେମାନଙ୍କ ରକ୍ତ ନମୁନା ପଜିଟିଭ ବାହାରିବ ଏବଂ ସେମାନେ ସ୍ୱାଭାବିକ ରହିଥିବେ ତାହେଲେ ମଧ୍ୟ ସେମାନେ ଏହିଠାରେ ଚିକିତ୍ସିତ ହେବେ । ତେବେ ଯେଉଁମାନଙ୍କ ପାଇଁ ଆଇସିୟୁର ଆବଶ୍ୟକ ପଡ଼ିବ ସେମାନଙ୍କୁ କୋବିଡ଼ ୧୯ ଆଇସିୟୁ ସୁବିଧା ଥିବା ହସ୍‌ପିଟାଲକୁ ସ୍ଥାନାନ୍ତର କରାଯିବ । ଏହି କରୋନା ଚିକିତ୍ସା ନିମେନ୍ତ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ୱତନ୍ତ୍ର ଭାବେ ୬୮ଜଣ ସ୍ୱାସ୍ଥ୍ୟ କର୍ମଚାରୀ ଏହି ହସ୍‌ପିଟାଲ ସଂଲଗ୍ନ ସାଳନ୍ଦୀ ନର୍ସିଂ ସ୍କୁଲ ହଷ୍ଟେଲରେ ରହି ଚିକିତ୍ସା ସେବା ପ୍ରଦାନ କରିବେ । ଜିଲାପାଳ ଡ. ଦାସ ସାଳନ୍ଦୀ ହସ୍‌ପିଟାଲ ବୁଲି ଏହାର ପ୍ରସ୍ତୁତିକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି । ସେହିପରି ଜିଲାପାଳ ସଟଡାଉନ ଥିବା ଏରେଇଁ ଗ୍ରାମ ପଞ୍ଚାୟତର ବିଶୋଧୀକରଣ ବ୍ୟବସ୍ଥା ବୁଲି ତଦାରଖ କରିଛନ୍ତି । ଏହି ପଞ୍ଚାୟତର ସମସ୍ତ ପ୍ରବେଶ ପଥକୁ ପ୍ରଶାସନ ପକ୍ଷରୁ ସିଲ କରାଯାଇଛି । ଅଗ୍ନିଶମ ବିଭାଗ ପକ୍ଷରୁ ଏହି ଅଞ୍ଚଳକୁ ବିଶୋଧୀକରଣ କରାଯାଉଛି । ସେହିପରି ଏହି ସଟଡାଉନ ପିରିଅଡରେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଘରୁ ବାହାରିବାକୁ ମନା କରାଯାଇଛି । ଲୋକଙ୍କ ଆବଶ୍ୟକ ଥିବା ପରିବା, ଗ୍ରୋସରୀ ସାମଗ୍ରୀ ପ୍ରଶାସନ ପକ୍ଷରୁ ଟ୍ରଲି କିମ୍ବା ଅଟୋ ଯୋଗେ ନେଇ ଗ୍ରାମ ଗ୍ରାମରେ ପହଞ୍ଚାଇବାର ବନ୍ଦୋବସ୍ତ କରିବାକୁ ଜିଲାପାଳ ଭଦ୍ରକ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଲକ୍‌ଡାଉନ ସ୍ଥିତିରେ କୋବିଡ଼ ୧୯ କାର୍ଯ୍ୟରେ ନିୟୋଜିତ ତିହିଡ଼ି ବ୍ଲକରେ କାର୍ଯ୍ୟରତ ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ କାହ୍ନୁ ଚରଣ ନାୟକଙ୍କୁ କାର୍ଯ୍ୟରେ ଅନୁପସ୍ଥିତ ରହିବା, କାର୍ଯ୍ୟରେ ଅବହେଳା ନିମନ୍ତେ ତାଙ୍କୁ ନିଲମ୍ବନ କରାଯାଇଛି । ଏଥି ସହିତ ନାୟକ ଉପଜିଲା ପାଳଙ୍କ କାର୍ଯ୍ୟାଳୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଶାସନ ପକ୍ଷରୁ ସମଗ୍ର ଜିଲ୍ଲାରେ ମୋଟ୨୧୩ଟି କେନ୍ଦ୍ରରେ ୧୭ ହଜାର ୯୪୮ଜଣଙ୍କୁ ମାଗଣା ରନ୍ଧାଖାଦ୍ୟ ଯୋଗାଇ ଦିଆ ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri