ସାହସିକତା ପାଇଁ ସମ୍ବର୍ଦ୍ଧିତ ହେଲେ ଦୁଇ ଗ୍ରାମବାସୀ

ବାଲିଆପାଳ,୨୧।୧୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଡଗରା ପଞ୍ଚାୟତ ଅଧୀନ ଡଗରା ବେଳାଭୂମି ଡାକବଙ୍ଗଳାଠାରେ ବୁଧବାର ଆୟୋଜିତ ସଭାରେ ଅଜୟ କରଣ ଏବଂ ବିଜୟ ରାଉତଙ୍କୁ ସାହସିକତା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ସମିତି ସଦସ୍ୟ ନିତ୍ୟାନନ୍ଦ ଜେନା, ବାବୁଲି ଜେନା, ସଦାଶିବ ଦାସ, ଅର୍ଜୁନ ବାରିକ, ଦୀପକ ଜେନା, ହରିହର ଜେନା, ହେମନ୍ତ ଦାସ, ପୂର୍ବତନ ସଦସ୍ୟ ମୃତ୍ୟୁଞ୍ଜୟ ନାୟକ, ରାଧାକୃଷ୍ଣ ସାହୁ, ଲମ୍ବୋଧର ମାହାନା ପ୍ରମୁଖ ଉପସ୍ଥିତ ଥିଲେ। ବିଜେଡି ୨୧ ନମ୍ବର ଜୋନ୍‌ ଜିଲାପରିଷଦ ସଭ୍ୟ, ସାମାଜିକ କର୍ମୀ ରବୀନ୍ଦ୍ର ଅଣ୍ଡିଆ ସେମାନଙ୍କୁ ସମ୍ବର୍ଦ୍ଧନା ଜଣାଇ ସାହସିକ କାର୍ଯ୍ୟର ପ୍ରଶଂସା କରିଥିଲେ।
ଉଲ୍ଲେଖନୀୟ ଯେ, ସ୍ଥାନୀୟ ବେଳାଭୂମିରେ ସମୁଦ୍ରକୁ ଗାଧୋଇବାକୁ ଯାଇଥିବା ବେଳେ ୫ଜଣ କଲେଜ ଛାତ୍ର ଭାସିଯାଇଥିଲେ। ଖବରପାଇ ଡଗରା ଅଞ୍ଚଳର ଅଜୟ ଓ ବିଜୟ ସାହସିକତା ଦେଖାଇ ଗଭୀର ସମୁଦ୍ର ଭିତରକୁ ଲମ୍ଫ ପ୍ରଦାନ କରି ୪ଜଣ ଛାତ୍ରକୁ ଜୀବିତ ଅବସ୍ଥାରେ ଉଦ୍ଧାର କରିଥିଲେ। ହେଲେ ଜଣେ ଛାତ୍ରଙ୍କର କୌଣସି ଖବର ମିଳି ନ ଥିଲା। ପ୍ରଶାସନ ପକ୍ଷରୁ ସମସ୍ତ ଚେଷ୍ଟା ବିଫଳ ହୋଇଥିଲା। ଦୀର୍ଘ ୨୨ଘଣ୍ଟାର ବ୍ୟବଧାନ ପରେ ପୁଣି ଏହି ବ୍ୟକ୍ତିଙ୍କ ଦ୍ୱାରା ଜଣେ ଛାତ୍ରଙ୍କ ମୃତଦେହକୁ ଉଦ୍ଧାର କରାଯାଇଥିଲା। ଏଭଳି ସାହସିକତା ଦେଖାଇଥିବା ଡଗରା ଗ୍ରାମର ଅଜୟ ଏବଂ ବିଜୟଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା...

ଉଭୟଙ୍କୁ ପ୍ରତିଶ୍ରୁତି, ଭାଗ୍ୟରେ ଟିକେଟ

ବାଲେଶ୍ୱର,୧୩।୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଟିକେଟକୁ ନେଇ ଲାଗିରହିଛି ଡ୍ରାମା। ଗତ ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇ...

ନୀଳଗିରିର ବୋହୂ, ପରିବେଶ ବିଜ୍ଞାନରେ ପିଏଚ୍‌ଡି; ବିଜେଡି ଟିକେଟ୍‌ରେ ଲଢ଼ିବାକୁ ଯାଉଥିବା ଲେଖାଶ୍ରୀଙ୍କ ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର/ବାଲେଶ୍ବର,୧୨।୪: ଏକଦା ବିରୋଧୀ ଦଳରେ ଥିବା ବେଳେ ବିଜେଡି ସୁପ୍ରିମୋଙ୍କୁ ଶବ୍ଦବାଣରେ କଟାକ୍ଷ କରିବାର ଗୋଟିଏ ବି ସୁଯୋଗ ଛାଡ଼ୁ ନ ଥିଲେ। ହେଲେ ୨୦୨୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri