Posted inଖେଳ

ସାହାଣୀ କପ୍‌ ଫୁଟ୍‌ବଲ : ରାଉରକେଲା, ଦେବଗଡ଼, ଭୁବନେଶ୍ୱର, ବାଲେଶ୍ୱର ବିଜୟୀ

କଟକ ଅଫିସ, ୭ା୧୨-
ବରଗଡ଼ ଓ ଢେଙ୍କାନାଳରେ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା(ଫାଓ) ଆନୁକୂଲ୍ୟରେ ଚାଲିଥିବା ୬୦ତମ ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ ଚାମ୍ପିୟନଶିପ ସାହାଣୀ କପ୍‌-୨୦୧୯ରେ ଶୁକ୍ରବାର ରାଉରକେଲା, ଦେବଗଡ଼, ଭୁବନେଶ୍ୱର ଓ ବାଲେଶ୍ୱର ବିଜୟୀ ହୋଇଛନ୍ତି। ବରଗଡ଼ର ସୋହେଲାଠାରେ ଅନୁଷ୍ଠିତ ମ୍ୟାଚ୍‌ରେ ରାଉରକେଲା ପେନାଲ୍ଟି ଶୁଟଆଉଟ(୪-୩ ଗୋଲ) ଜରିଆରେ ପାରାଦୀପକୁ ପରାସ୍ତ କରିଥିଲା। ନିର୍ଦ୍ଧାରିତ ସମୟ ମଧ୍ୟରେ ଉଭୟ ଦଳ ୨ଟି ଲେଖାଏ ଗୋଲ ସ୍କୋର କରିଥିଲେ। ରାଉରକେଲା ପକ୍ଷରୁ ଅର୍ପଣ ଲାକ୍ରା, ସୁଶୀଲ ଟପ୍ପୋ, ପାରାଦୀପ ପକ୍ଷରୁ ପ୍ରିୟରଞ୍ଜନ ଦାସ, ରାଜେଶ କୁମାର ମୁର୍ମୁ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ବରଗଡ଼ର ଭେଡେନ ଗ୍ରାଉଣ୍ଡରେ ଦେବଗଡ଼ ୩-୧ ଗୋଲରେ ଖୋର୍ଦ୍ଧାକୁ ହରାଇଥିଲା। ଦେବଗଡ଼ ପକ୍ଷରୁ ମହେନ୍ଦ୍ର ଖାଲକୋ, ମୀନକେତନ ବେହେରା, ଲିଙ୍ଗରାଜ ଧାରୁଆ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଖୋର୍ଦ୍ଧା ପକ୍ଷରୁ ବିପିନ ନାୟକ ଏକମାତ୍ର ଗୋଲ ସ୍କୋର କରିଥିଲେ। ବରଗଡ଼ର କଦଳିପାଲି ଗ୍ରାଉଣ୍ଡରେ ଅନୁଷ୍ଠିତ ମ୍ୟାଚ୍‌ରେ ଭୁବନେଶ୍ୱର ୩-୧ ଗୋଲରେ କନ୍ଧମାଳକୁ ପରାସ୍ତ କରିଥିଲା। ଭୁବନେଶ୍ୱର ପକ୍ଷରୁ ରାଜୀବ ଦାସ, ନରଣ ମୁର୍ମୁ, ରାଇସେନ ଟୁଡ଼ୁ ଓ କଳାହାଣ୍ଡି ପକ୍ଷରୁ ମନୋଜ କହଁର ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଢେଙ୍କାନାଳ ଗ୍ରାଉଣ୍ଡରେ କଟକ ଓ ବାଲେଶ୍ୱର ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ନିର୍ଦ୍ଧାରିତ ସମୟ ସୁଦ୍ଧା ୧-୧ ଗୋଲରେ ଡ୍ର ରହିଥିଲା। କଟକ ପକ୍ଷରୁ ଏସ୍‌.ଏସ୍‌ ଆଲାମ ଓ ବାଲେଶ୍ୱର ପକ୍ଷରୁ ବିଜୟ ମୁର୍ମୁ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ପରେ ପେନାଲ୍ଟି ଶୁଟଆଉଟରେ ବାଲେଶ୍ୱର ୬-୫ ଗୋଲରେ କଟକକୁ ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri