ସାହାରପଡ଼ା ଅଞ୍ଚଳର ଟିକ୍‌ଟକ୍‌ ଭିଡିଓ କଳାକାରଙ୍କ ଓଡ଼ିଆ ସିନେମାରେ ପ୍ରବେଶ

ପାଟଣା, ୧।୮(ସ୍ବ.ପ୍ର.)-ଟିକ୍‌ଟିକ୍‌ କେତେକ କ୍ଷେତ୍ରରେ ଲୋକଙ୍କୁ ବଦନାମ କରିଥିବାବେଳେ କେତେକଙ୍କ ପାଇଁ ଖୁସିର ସମାହାର ଆଣିଦେଇଛି। ତେବେ ସବୁର ବ୍ୟବହାର ଜାଣିଲେ ହେଲା। ଭଲ କାମ ପାଇଁ ବ୍ୟବହାର କରି ରାଜ ଓଡ଼ିଆ ସିନେମା ଜଗତରେ ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି। ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପାଟଣା ଥାନା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ପଡ଼ିଆପଶି ଗ୍ରାମର ରାଜ ପଣ୍ଡାଙ୍କ ଏଣ୍ଟ୍ରି ହୋଇଛି। ଆଗାମୀ ଦୁର୍ଗାପୂଜାରେ ରିଲିଜ ହେବାକୁ ଥିବା ‘ତୋ ପ୍ରେମରେ ମୁଁ ହିଁ ମୁଁ’ ଫିଲ୍ମରେ ହିରୋ ଭୂମିକାରେ ଅଭିନୟ କରିବାର ସେ ସୁଯୋଗ ପାଇଛନ୍ତି। ସେ କରିଥିବା ବିଭିନ୍ନ ଟିକ ଟକ ଭିଡିଓକୁ ଦେଖି ଫିଲ୍ମ ପ୍ରଯୋଜକ ରବିନାରାୟଣ ପଣ୍ଡା ତାଙ୍କୁ ଏହି ସୁଯୋଗ ଦେଇଛନ୍ତି। ଜୁଲାଇ ୨୬ ତାରିଖରେ ଭୁବନେଶ୍ୱର ସ୍ଥିତ ଏକ ହୋଟେଲରେ ଏହି ଫିଲ୍ମର ଶୁଭମହୁରତ ହୋଇଛି। ଶ୍ରୀ ରାଜ ସେନାବାହିନୀ ରେ କାର୍ଯ୍ୟ କରୁଥିବା ବେଳେ ତାଙ୍କର ଟିକ ଟକ ଭିଡିଓ ପାଇଁ ସେ ଲୋକପ୍ରିୟତା ଲାଭ କରିଥିଲେ। ସେ ଫିଲ୍ମରେ ପ୍ରଥମ ଥର ଅଭିନୟ କରିବା ଜାଣି ତାଙ୍କର ଶୁଭେଚ୍ଛୁ, ସହପାଠୀ, ସହକର୍ମୀ ଓ ଗ୍ରାମରେ ଖୁସିର ଲହରୀ ଖେଳିଯାଇଛି। ଆଗରୁ ସାହାରପଡା ବ୍ଲକ ଅଞ୍ଚଳରୁ ରାଇମୋହନ ପରିଡା ସିନେ ଜଗତରେ ଲୋକପ୍ରିୟତା ଲାଭକରିଥିବା ରାଜ ଉକ୍ତ ବ୍ଲକ ର ଦ୍ୱିିତୀୟ କଳାକାର ଭାବେ ଫିଲ୍ମରେ ଅଭିନୟ କରିବାର ସୁଯୋଗ ପାଇଥିବାରୁ ସାହାରପଡା ଅଞ୍ଚଳ ତଥା କେନ୍ଦୁଝର ଜିଲାବାସୀଙ୍କ ମନରେ ଖୁସିର ଲହାରୀ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri