ସାହିତ୍ୟ ଆସରରେ ୪ ସାରସ୍ବତ ସାଧକ ସମ୍ବର୍ଦ୍ଧିତ

ବାରିପଦା ଅଫିସ,୩୧।୭: ବାରିପଦା ପୌର ପରିଷଦ ସମ୍ମିଳନୀ କକ୍ଷରେ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଏକ ଆସର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡ. ପ୍ରଦୀପ ଚାନ୍ଦ ଉଦଘାଟନ କରିଥିଲେ। ସଂସଦର ସଭାପତି ଇଂ.ପ୍ରଭାକର ସ୍ବାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଶିଷ୍ଟ ସାହିତି୍ୟକ ପ୍ରାଧ୍ୟାପକ ଡ. ହରିଶ୍ଚନ୍ଦ୍ର ବେହେରା ମୁଖ୍ୟବକ୍ତା ଓ ସାମାଜିକ କର୍ମୀ ସୁରେଶ ଚନ୍ଦ୍ର ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ୪ ବିଶିଷ୍ଟ ସାରସ୍ବତ ସାଧକ, ଗାଳ୍ପିକ ଓ ପ୍ରାବନ୍ଧିକ ବିଜୟ କୁମାର ବାରିକ, ଗୀତିକାର ନିମାଇଁ ମହାନ୍ତି, କବି ଓ ସ୍ତମ୍ଭକାର ଭାଗବତ ପଣ୍ଡା ଓ କଥାଶିଳ୍ପୀ କବିତା ବାରିକଙ୍କୁ ସଂସଦ ପକ୍ଷରୁ ସମ୍ମାନିତ କରାଯାଇଥିଲା। ସଂସଦର କାର୍ଯ୍ୟକାରୀ କମିଟି ସଦସ୍ୟ ସଞ୍ଜିତ କୁମାର ପଟ୍ଟନାୟକ ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ। ସାହିତି୍ୟକ ଆଶିଷ କୁମାର ବସା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉତ୍ସବରେ ବହୁ ବିଶିଷ୍ଟ ସାହିତି୍ୟକ ଓ ବୁଦ୍ଧିଜୀବୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଦ୍ରାଭିଡ- ଅନିଲ କୁମ୍ବଲେଙ୍କୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ମିଳିଲା ବିଶେଷ ସମ୍ମାନ

ନୂଆଦିଲ୍ଲୀ,୧୪।୨: ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଦୁଇ ପୂର୍ବତନ ଭାରତୀୟ ମହାନ ଖେଳାଳି ରାହୁଲ ଦ୍ରାବିଡ ଏବଂ ଅନିଲ କୁମ୍ବଲେଙ୍କୁ ବିଶେଷ ସମ୍ମାନ ମିଳିଛି। ଭେଙ୍କଟେଶ ପ୍ରସାଦଙ୍କ ନେତୃତ୍ୱରେ…

ବାଂଲାଦେଶ ନିର୍ବାଚନରେ ବିଜୟୀ ହୋଇ ୩ ହିନ୍ଦୁ ହେଲେ ସାଂସଦ

ଢାକା,୧୪।୨: ବାଂଲାଦେଶରେ ସାଧାରଣ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ୨୯୭ ଆସନରୁ ୨୧୨ଟି ଜିତି ସମ୍ପୂର୍ଣ୍ଣ ବହୁମତ ସହିତ ସରକାର ଗଠନ…

Bangladesh Election 2026: ତାରିକ ରହମାନଙ୍କ ବିଜୟ ପରେ ବିଦାୟ ନେବେ କେୟାର ଟେକର ‘ୟୁନୁସ’, ଏବେ କ’ଣ ରହିଛି ଯୋଜନ? ଜାଣନ୍ତୁ…

ଢାକା,୧୪।୨: ବାଂଲାଦେଶ ବର୍ତ୍ତମାନ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ଅଛି। ଆୱାମୀ ଲିଗର ପତନ ପରେ, ନୋବେଲ ଶାନ୍ତି ପୁରସ୍କାର ବିଜେତା ଡକ୍ଟର ମହମ୍ମଦ ୟୁନୁସ କ୍ଷମତାର…

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

ବିକଳ୍ପ ଶେଷ

ବର୍ଷ ବର୍ଷ ଧରି ସିଭିଲ ସର୍ଭିସ ପରୀକ୍ଷାରେ ବ୍ୟବସ୍ଥାଗତ ତ୍ରୁଟି ରହିଥିଲା। ପରୀକ୍ଷାରେ ପାସ୍‌ କରି ଆଇଏଏସ୍‌ କିମ୍ବା ଆଇଏଫ୍‌ଏସ୍‌ରେ ପ୍ରବେଶ କଲେ ମଧ୍ୟ ସେମାନେ ଭଲ…

ଅନଲାଇନ ଠକେଇରୁ କେମିତି ପାଇବେ ରକ୍ଷା

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଭାରତୀୟ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି କାନାରା ବ୍ୟାଙ୍କ ଶାଖା ପକ୍ଷରୁ…

୫ ଓଏଏସ୍‌ ଅଧିକାରୀଙ୍କ ବଦଳି: ଜାଣନ୍ତୁ କିଏ କେଉଁଠାକୁ ଗଲେ

ଭୁବନେଶ୍ୱର,୧୪ା୨(ରବିନାରାୟଣ ଜେନା):ରାଜସ୍ବ ବିଭାଗ ପକ୍ଷରୁ ଶୁକ୍ରବାର ୫ଜଣ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌-କନିଷ୍ଠ) ଅଧିକାରୀଙ୍କୁ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, କେନ୍ଦ୍ରାପଡ଼ା- ମହାକାଳପଡ଼ାର ପୂର୍ବତନ ବିଡିଓ ସୌମ୍ୟାଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri